Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୧୩୩ଟି ନୂତନ ପ୍ରାଣୀସେବା ଗାଡି ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ, କରାଯାଇପାରିବ ଅସ୍ତ୍ରୋପଚାର
ବିଶେଷ ଖବର

୧୩୩ଟି ନୂତନ ପ୍ରାଣୀସେବା ଗାଡି ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ, କରାଯାଇପାରିବ ଅସ୍ତ୍ରୋପଚାର

February 29, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
୧୩୩ଟି ନୂତନ ପ୍ରାଣୀସେବା ଗାଡି ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ, କରାଯାଇପାରିବ ଅସ୍ତ୍ରୋପଚାର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧୩୩ଟି ନୂତନ ପ୍ରାଣୀ ସେବା ଯାନ ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା କାର୍ଯ୍ୟକ୍ରମ ଅଧିନରେ ଏହା କାର୍ଯ୍ୟକାରୀ ହୋଇଛି। କଳିଙ୍ଗ ଷ୍ଟାଡିୟମ୍‌ଠାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହାକୁ ଲୋକାର୍ପିତ କରିଛନ୍ତି।

ରାଜ୍ୟ ତଥା ଦେଶର ଅର୍ଥନୀତିରେ ପ୍ରାଣୀ ସମ୍ପଦର ପ୍ରମୁଖ ଯୋଗଦାନ ସର୍ବଦା ରହିଆସିଛି। କୃଷକମାନଙ୍କ ଆୟବୃଦ୍ଧି ଦିଗରେ ପ୍ରାଣୀପାଳନ ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାଏ। ରାଜ୍ୟ ସରକାର କୃଷକମାନଙ୍କ ଆୟବୃଦ୍ଧି କରି ସେମାନଙ୍କର ଜୀବନ ଧାରଣ ମାନରେ ଉନ୍ନତି ଆଣିବା ପାଇଁ ପ୍ରତିଶ୍ରୁତିବଦ୍ଧ ଏବଂ ଏ ଦିଗରେ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି।

ପ୍ରାଣୀ ସମ୍ପଦ କ୍ଷେତ୍ରକୁ କ୍ଷୁଦ୍ର ଓ ନାମମାତ୍ର ଚାଷୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ଉଦ୍ୟୋଗୀ ମାନଙ୍କର ପ୍ରଗତିର କ୍ଷେତ୍ର ଭାବରେ ଚିହ୍ନଟ କରିଛନ୍ତି। ପ୍ରାଣୀ ସମ୍ପଦର ସୁରକ୍ଷା ଓ ସେମାନଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଅନେକ ଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି।

ଏଥିସହିତ ପ୍ରାଣୀ ସମ୍ପଦର କଲ୍ୟାଣ ଦିଗରେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା ସ୍ୱରୂପ ମୁଖ୍ୟମନ୍ତ୍ରୀ ଭା୍ରମ୍ୟମାଣ ପ୍ରାଣୀ ଚିକିତ୍ସା ସେବାର ପ୍ରଚଳନ କରାଯାଇଛି । ଏହା ମାଧ୍ୟମରେ ପ୍ରାଣୀ ଚିକିତ୍ସା ସୁବିଧା ନଥିବା ଅଞ୍ଚଳରେ ମୋବାଇଲ ଭେଟେରିନାରୀ ୟୁନିଟ୍‌ ମାଧ୍ୟମରେ ପୀଡ଼ିତ ପ୍ରାଣୀମାନଙ୍କ ନିକଟରେ ତୁରନ୍ତ ପହଞ୍ଚାଯାଇ ପ୍ରାଣୀ ଚିକିତ୍ସା କରାଯାଇପାରୁଛି।

ପୀଡ଼ିତ ପ୍ରାଣୀମାନଙ୍କୁ ଜରୁରୀ ସ୍ୱାସ୍ଥ୍ୟସେବା ଯୋଗାଇଦେବା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା ଅତ୍ୟନ୍ତ ଉପଯୋଗୀ ସାବ୍ୟସ୍ତ ହୋଇପାରୁଛି। ପୂର୍ବରୁ ଏହି ମୋବାଇଲ ୟୁନିଟ୍‌ଗୁଡ଼ିକ ଭଡ଼ାଗାଡ଼ି ମାଧ୍ୟମରେ କରାଯାଉଥିଲା। ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୩୦ କୋଟି ଟଙ୍କା ବ୍ୟୟରେ ୧୮୧ ଗୋଟି ମୋବାଇଲ ଭେଟେରିନାରୀ ୟୁନିଟ୍‌ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ କର କମଳରେ ଗତ ସେପେମ୍ବର ୮ ତାରିଖରେ ଲୋକାର୍ପିତ କରିଥିଲେ।

ଆଜି ୨୧ କୋଟି ୨୮ ଲକ୍ଷ ଟଙ୍କା ବ୍ୟୟରେ ଅନ୍ୟ ୧୩୩ଟି ନୂଆ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା ୟୁନିଟ୍‌ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହୋଇଛି। ଏହାଦ୍ୱାରା ପ୍ରାଣୀ ଚିକିତ୍ସା ସେବା ଲୋକଙ୍କ ଦୁଆର ମୁହଁରେ ପହଞ୍ଚି ପାରିଛି। ଏହି ମୋବାଇଲ ୟୁନିଟ୍‌ରେ ଆସ୍ତ୍ରୋପଚାରର ସୁବିଧା ମଧ୍ୟ ରହିଛି।

ଏହା ମାଧ୍ୟମରେ ପ୍ରାଣୀମାନଙ୍କର ଟୀକାକରଣ ଓ ରୋଗ ନିର୍ଣ୍ଣୟ ସେବା ମଧ୍ୟ ଉପଲବ୍ଧ କରାଯାଇଛି ଏବଂ ଚାଷୀମାନଙ୍କ ମଧ୍ୟରେ ବ୍ୟାପକ ଜନସଚେତନତା ସୃଷ୍ଟି କରାଯାଇ ପାରିଛି।ପୂର୍ବରୁ ସ୍ଥିର କରାଯାଇଥିବା କାର୍ଯ୍ୟକ୍ରମ ଅନୁଯାୟୀ ଏହି ମୋବାଇଲ ୟୁନିଟ୍‌ ବ୍ଲକ୍‌ର ବିଭିନ୍ନ ଗ୍ରାମକୁ ଯାଇ ପ୍ରାଣୀ ଚିକିତ୍ସା ସେବା ଯୋଗାଇ ଦେଉଛନ୍ତି।

୫‘ଟି’ ଉପକ୍ରମରେ ଏଥିରେ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟାର ବ୍ୟବହାର କରାଯିବା ସହିତ ସ୍ୱଚ୍ଛତା ଅବଲମ୍ବନ ନିମନ୍ତେ ଜି.ପି.ଏସ୍‌. ମାଧ୍ୟମରେ ଭ୍ରାମ୍ୟମାଣ ଯାନଗୁଡ଼ିକର ଅବସ୍ଥାନ ଟ୍ରାକିଂ କରାଯାଇ ପାରୁଛି। ଏଥିସହିତ ଆଜି ସହରାଞ୍ଚଳରେ ୬ ଗୋଟି ମୁଖ୍ୟମନ୍ତ୍ରୀ ପ୍ରାଣୀ ଆମ୍ବୁଲାନ୍‌ସ ସେବା ଯାନର ମଧ୍ୟ ଲୋକାର୍ପିତ ହୋଇଛି ଯାହାଦ୍ୱାରା ପୀଡ଼ିତ ଓ ଆହତ ବୁଲା ଗାଈଗୋରୁ ଓ ପ୍ରାଣୀମାନଙ୍କୁ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦେଇ ହେବ।

ଏହି ଅବସରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ , ଉନ୍ନୟନ କମିଶନର ଅନୁ ଗର୍ଗ, ମତ୍ସ୍ୟ ଓ ପ୍ରାଣିସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ପ୍ରମୁଖ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026
Latest News

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.