Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଗୋଟିଏ ଦିନରେ ୩,୦୩୭ କୋଟି ମୂଲ୍ୟରେ ୫୨ଟି ଜଳସେଚନ ପ୍ରକଳ୍ପ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଗୋଟିଏ ଦିନରେ ୩,୦୩୭ କୋଟି ମୂଲ୍ୟରେ ୫୨ଟି ଜଳସେଚନ ପ୍ରକଳ୍ପ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

March 2, 2024No Comments4 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ଜଳସେଚନ କ୍ଷେତ୍ରରେ ଏକ ସୁବର୍ଣ୍ଣ ଅଧ୍ୟାୟ ସୃଷ୍ଟି ହୋଇଛି। ଗୋଟିଏ ଦିନରେ ୩,୦୩୭ କୋଟି ଟଙ୍କାରେ ୫୨ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିରେ ୪ଟି ଜିଲ୍ଲାରେ ୧୩୧ କୋଟି ଟଙ୍କା ବ୍ୟୟରେ ୬ଟି ପ୍ରକଳ୍ପର ଉଦ୍‌ଘାଟନ ହୋଇଥିବା ବେଳେ ୧୫ଟି ଜିଲ୍ଲାରେ ୨୯୦୬ କୋଟି ଟଙ୍କାରେ ୪୬ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି।

ଏହ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚାଷୀର କଲ୍ୟାଣ ଓ କୃଷିର ବିକାଶ ମୋ ପାଇଁ ସବୁବେଳେ ପ୍ରାଥମିକତା ହୋଇ ରହି ଆସିଛି। ମୁଁ ପ୍ରତିଦିନ ଭୁବନେଶ୍ୱରରେ ବିଭିନ୍ନ ଅଞ୍ଚଳର ଚାଷୀ ଭାଇଭଉଣୀମାନଙ୍କୁ ଭେଟୁଛି ବୋଲି ପ୍ରକାଶ କରି ସେ କହିଥିଲେ ଚାଷୀଙ୍କ ପାଇଁ ଆମର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମ ଖୁବ୍‌ ଭଲ କାମ କରୁଛି।

ସେ କହିଥିଲେ ଯେ ଗତ କିଛି ଦିନ ଧରି ଓଡିଶାର ବିଭିନ୍ନ ଅଞ୍ଚଳରେ ଛୋଟ ବଡ ଅନେକ ଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ ହୋଇ ଆସୁଛି। ଏହା ସହିତ ନୂଆ ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ମଧ୍ୟ ରଖାଯାଉଛି। ଏହି ସବୁ ପ୍ରକଳ୍ପଗୁଡିକରେ ୫-ଟି ଉପକ୍ରମ ଅଧିନରେ ଟେକ୍‌ନୋଲୋଜିର ପ୍ରୟୋଗ କରାଯାଇ ପ୍ରକଳ୍ପଗୁଡିକୁ ତ୍ୱରାନ୍ୱିତ କରାଯାଉଛି। ଭୂତଳ ପାଇପଲାଇନ ଜରିଆରେ ଜଳସେଚନ ଯୋଗୁଁ ବିସ୍ଥାପନ ସମସ୍ୟା ଦୂର ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆଜିର ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମଧ୍ୟରେ ନୟାଗଡର କୁସୁମି ବ୍ୟାରେଜ ଉଦ୍‌ଘାଟିତ ହୋଇଛି। ୭୦.୮୮ କୋଟି ଟଙ୍କା ବ୍ୟୟରେ ନିର୍ମିତ କୁସୁମୀ ବ୍ୟାରେଜରୁ ଜଳ ଯୋଗାଣ ନିମନ୍ତେ ୧୪୮.୧୭ କୋଟି ଟଙ୍କା ବ୍ୟୟରେ ଭୂତଳ ପାଇପ ଲାଇନ ବଣ୍ଟନ ବ୍ୟବସ୍ଥାର ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି। ଏହା ଦ୍ୱାରା ୯୨୫୪ ଏକର ଜମିକୁ ଜଳସେଚନ ଯୋଗାଇ ଦିଆଯାଇ ପାରିବ ଏବଂ 3ଟି ବ୍ଲକର ୪୯ଟି ଗ୍ରାମର ୧.୫ଲକ୍ଷ ଲୋକ ଉପକୃତ ହେବେ । ଏହା ସହିତ ୫ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଜଳକୁ ଭୂତଳ ପାଇପଲାଇନ ଦ୍ୱାରା ବଣ୍ଟନ ବ୍ୟବସ୍ଥାର ଲୋକାର୍ପଣ ମଧ୍ୟ କରାଯାଇଛି।

ହାଡୁଆ ଡ୍ୟାମ ଓ ତା’ର ଭୂତଳ ପାଇପ ଲାଇନ ବଣ୍ଟନ ବ୍ୟବସ୍ଥାର ମଧ୍ୟ ଭିତ୍ତି ପ୍ରସ୍ତର ସ୍ଥାପନ କରାଗଲା। ଏହାଦ୍ବାରା କଟକ ଜିଲ୍ଲାର ୮୬ ଗ୍ରାମର ୮୯୯୭ ଏକର ଚାଷ ଜମିକୁ ଜଳସେଚନ ଯୋଗାଇବା ସହିତ ୨୯୩ ଗ୍ରାମକୁ ପାନୀୟ ଜଳ ଯୋଗାଣ ଓ ୧ ମେଗାୱାଟର ବିଦ୍ୟୁତ ଉତ୍ପାଦନର ଲକ୍ଷ୍ୟ ରଖାଯାଇଅଛି । ହାଡୁଆ ଡ୍ୟାମ ଓ ତା’ର ଭୂତଳ ପାଇପ ଲାଇନ ବଣ୍ଟନ ବ୍ୟବସ୍ଥାର ବ୍ୟୟ ଅଟକଳ ଯଥାକ୍ରମେ ୨୬୫.୨୪ କୋଟି ଓ ୧୯୫.୮୯ କୋଟି ଟଙ୍କା ଅଟେ।

କଟକ ଡିମିରିଆ-ରାଉତପଡା ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ, ବୈଦେଶ୍ୱର-ଗୋପିନାଥପୁର ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ଓ ନବରଙ୍ଗପୁର ଫଟକି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ- ଏହି ପରି ୩ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ସହିତ ୩୯ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଭୂତଳ ପାଇପଲାଇନ ଓ ଅନାନ୍ୟ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀମାନଙ୍କ ପାଇଁ ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ମାଗଣାରେ ଫସଲବୀମା ସୁବିଧା, ଚାଷୀପିଲାଙ୍କ ପାଇଁ କାଳିଆ ଛାତ୍ରବୃତ୍ତି ଓ ଅନେକ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଆମ ଓଡିଶା ନବୀନ ଓଡିଶା, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଓ ଲକ୍ଷ୍ମୀ ପରି ଯୋଜନା ସହିତ ଚାଷୀ ପରିବାର ଯୋଡି ହୋଇ ରହିଛନ୍ତି ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଆମ ଅର୍ଥନୀତିର ସାରଥି। ସେମାନଙ୍କୁ ସାଥିରେ ଧରି ମୁଁ ସବୁବେଳେ ରହିଛି। ସେମାନଙ୍କ ପାଇଁ କାମ କରୁଛି ଓ କରୁଥିବି।

କାର୍ଯ୍ୟକ୍ରମରେ ବଲାଙ୍ଗିର ପାଟଣାଗଡରେ ଉପସ୍ଥିତ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ କହିଲେ ଯେ ମୁଖ୍ୟମନ୍ତ୍ରୀ ସଂକଳ୍ପବଦ୍ଧ ଭାବେ ଓଡିଶାର ବିକାଶକୁ ଆଗେଇ ନେଉଛନ୍ତି। ପ୍ରତ୍ୟେକ ଚାଷୀଙ୍କ ଜମିକୁ ଯେପରି ପର୍ଯ୍ୟାପ୍ତ ପରିମାଣର ପାଣି ପହଞ୍ଚିବ ସେ ଦିଗରେ ନିରବଚ୍ଛିନ୍ନ ଭାବରେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜଳ ସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି କହି ଆଜି ରାଜ୍ୟର ଚାଷୀ ଭାଇଭଉଣୀଙ୍କ ବିକାଶ ପଥରେ ଆଉ ଏକ ନୂଆ ଫର୍ଦ୍ଦ ଯୋଡି ହେଲା ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମକୁ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରି କହିଥିଲେ ଯେ ମୁଖ୍ୟମନ୍ତ୍ରୀ କଥାରେ ନୁହେଁ, କାମରେ ବିଶ୍ୱାସ କରନ୍ତି। ସେ ଯାହା ବି କଥା ଦେଇଛନ୍ତି, ତାହା ନିଶ୍ଚୟ ପୂରଣ କରିବେ। ତାଙ୍କ ଜିଲ୍ଲା ଗସ୍ତ ସମୟରେ ଜଳସେଚନ ଉପରେ ଯେଉଁ ସବୁ ସମସ୍ୟା ବାବଦରେ ଅଭିଯୋଗ ଆସିଥିଲା, ସେଥିମଧ୍ୟରୁ ପ୍ରାୟ ୮୦ ପ୍ରତିଶତ ସମାଧାନ ହୋଇ ସାରିଛି ବୋଲି ସେ କହିଥିଲେ। ଆଜି ଭିତ୍ତି ପ୍ରସ୍ତର ଦିଆଯାଇଥିବା ପ୍ରକଳ୍ପ ଗୁଡିକ ପାଇଁ ସମସ୍ତଙ୍କ ସହଯୋଗ ମିଳିଲେ କାମ ଖୁବ୍ ଶୀଘ୍ର ଶେଷ ହେବ ବୋଲି ସେ କହିଥିଲେ। ନୟାଗଡ ଜିଲ୍ଲାବାସୀଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ ପୁରୀ ଶ୍ରୀମନ୍ଦିରଠାରୁ ଆରମ୍ଭ କରି ସମଲେଇ ମନ୍ଦିର ପର୍ଯ୍ୟନ୍ତ ରୂପାନ୍ତରଣ କାର୍ଯ୍ୟ କରାଯାଇଛି। ଖୁବ୍‌ ଶୀଘ୍ର କଣ୍ଟିଲୋ ନୀଳମାଧବ ପୀଠର ରୂପାନ୍ତରଣ କାମ ଶେଷ ହୋଇ ଲୋକାର୍ପିତ ହେବ।

କାର୍ଯ୍ୟକ୍ରମରେ ରାୟଗଡାରେ ଉପସ୍ଥିତ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା, ବଡମ୍ବାଠାରେ ଉପସ୍ଥିତ ବିଧାୟକ ଦେବୀ ପ୍ରସାଦ ମିଶ୍ର, ନୟାଗଡରେ ବିଧାୟକ ଡ. ଅରୁଣ କୁମାର ସାହୁ, କୁଚିଣ୍ଡାରେ ବିଧାୟକ କିଶୋର ଚନ୍ଦ୍ର ନାୟକ, ପାଟଣାଗଡରେ ବିଧାୟକ ସରୋଜ କୁମାର ମେହେର, ନବରଙ୍ଗପୁର ଝରିଗାଁରେ ସାଂସଦ ରମେଶ ଚନ୍ଦ୍ର ମାଝୀ କହିଥିଲେ ଯେ ଆଜି ଜଳସେଚନ ବିଭାଗ ଚାଷୀ କୂଳର ଜୀବନ ରେଖା ପାଲଟିଛି। ଚାଷୀର ଆୟ ବୃଦ୍ଧି ବିଷୟରେ ଚିନ୍ତା କରି ମୁଖ୍ୟମନ୍ତ୍ରୀ ଚାଷୀ କୂଳର ସାହାଭରଷା ପାଲଟିଛନ୍ତି। ପୂର୍ବରୁ ଗୋଟିଏ ପ୍ରକାର ଚାଷ ଉପରେ ନିର୍ଭର କରୁଥିବା ଚାଷୀ ଆଜି ଜଳସେଚନର ସୁବିଧା ଦ୍ୱାରା ବିଭିନ୍ନ ପ୍ରକାର ଚାଷ କରି ଅଧିକ ଲାଭବାନ ହେଉଛନ୍ତି। ଚାଷ କ୍ଷେତ୍ରରେ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଜଳସେଚନକୁ ପ୍ରାଥମିକତା ଦେଉଛନ୍ତି।

କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ।

naveen pattanaik vk pandian ଜଳସେଚନ କ୍ଷେତ୍ର ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ସୃଷ୍ଟି ହେଲା ୨୦୮୦ ନୂତନ ପଦବୀ, ଓଆଇଏସଏଫ ପାଇଁ ଆଉ ଦୁଇ ବାଟାଲିଅନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

July 23, 2025

କାଶିନଗରଠାରେ ନବନିର୍ମିତ ଗ୍ରାମ ନ୍ୟାୟାଳୟର ନୂତନ ଅଟ୍ଟାଳିକାକୁ ଉଦଘାଟନକଲେ ହାଇକୋର୍ଟର ମୁଖ୍ୟ ବିଚାରପତି

July 23, 2025

ଏନସିଇଆରଟି ପାଠ୍ୟପୁସ୍ତକରୁ ପାଇକ ବିଦ୍ରୋହ ବାଦ ପଡ଼ିବା ପ୍ରସଙ୍ଗ: ସ୍ପଷ୍ଟ କଲେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ

July 23, 2025

ବିଡ଼ି, ସିନେ ଓ ଖଣି ଶ୍ରମିକଙ୍କ ପିଲାଙ୍କ ପାଇଁ ବାର୍ଷିକ ଛାତ୍ରବୃତ୍ତି ଯୋଜନାରେ ଆବେଦନ ଆହ୍ୱାନ

July 23, 2025
Latest News

ବେଟିଂ ଆପ୍ସ ମାମଲା: ଇଡିରେ ହାଜର ହେବା ପାଇଁ ସମୟ ମାଗିଲେ ରାଣା ଦଗ୍ଗୁବତୀ

July 23, 2025

ପରିବର୍ତ୍ତିତ ଘଟଣାକ୍ରମରେ ମାଳଦ୍ୱୀପ ଏବଂ ଶ୍ରୀଲଙ୍କା ସହ ସମ୍ପର୍କକୁ ସୁଦୃଢ଼ ରଖିପାରିଛି ଭାରତ

July 23, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ

July 23, 2025

ଆଜି ମାଞ୍ଚେଷ୍ଟରରେ ବର୍ଷା ସମ୍ଭାବନା, ଗୁରୁତ୍ୱପୂର୍ଣ୍ଣ ହେବ ଟସ୍, ପଢ଼ନ୍ତୁ ପିଚ୍ ରିପୋର୍ଟ

July 23, 2025

ବିଫଳ ହେଲା ପାକିସ୍ତାନର ଶାହିନ-୩ କ୍ଷେପଣାସ୍ତ୍ର!: ପରୀକ୍ଷଣ ସମୟରେ ନିଜ ଦେଶରେ ହେଲା ବିସ୍ଫୋରଣ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.