Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜେପିରେ ପ୍ରଶାନ୍ତ ଜଗଦ୍ଦେବ ମିଶିବା ପରେ ଦ୍ବନ୍ଦରେ ଚିଲିକା କର୍ମୀ, ଗ୍ରହଣ କରିବାକୁ ନାରାଜ
ବିଶେଷ ଖବର

ବିଜେପିରେ ପ୍ରଶାନ୍ତ ଜଗଦ୍ଦେବ ମିଶିବା ପରେ ଦ୍ବନ୍ଦରେ ଚିଲିକା କର୍ମୀ, ଗ୍ରହଣ କରିବାକୁ ନାରାଜ

March 3, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ମିଶିବା ପରେ ବର୍ତ୍ତମାନ ଦ୍ବନ୍ଦରେ ଅଛନ୍ତି ଚିଲିକା ବିଜେପି କର୍ମୀ। ସେମାନେ ପ୍ରଶାନ୍ତଙ୍କୁ କେମିତି ଗ୍ରହଣ କରିବେ ସେହି ଚିନ୍ତା ଘାରିଛି। କାରଣ ହେଲା ଏକଦା ପ୍ରଶାନ୍ତ ବିଜେଡିରେ ଥିବା ବେଳେ ବିଜେପି କର୍ମିଙ୍କୁ ମାଡ ମାରିବା ଗାଳି କରିବା କାମ କରିଥିଲେ। ଯାହାକୁ ଏ ପର୍ଯ୍ୟନ୍ତ ଚିଲିକା ବିଜେପି କର୍ମି ଭୁଲିପାରି ନାହାଁନ୍ତି।

ବାଲୁଗାଁରେ ବିଜେପି ମଣ୍ଡଳ ସଭାପତିଙ୍କୁ ମାଡ ମାରିବା, ପଞ୍ଚାୟତ ନିର୍ବାଚନ ପ୍ରଚାର ବେଳେ କ୍ଲବ ଘରେ ପଶି ବିଜେପି କର୍ମିଙ୍କୁ ଗାଳି କରିବାକୁ ସେମାନେ ଭୁଲି ନାହାଁନ୍ତି। ଯାହାକୁ ନେଇ ସେତେବେଳେ ଚିଲିକାରେ ଉତ୍ତେଜନା ମଧ୍ୟ ପ୍ରକାଶ ପାଇଥିଲା। ତେବେ ସବୁଠାରୁ ବଳେଇ ଯାଇଥିଲା ବାଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ। ସେଠାରେ ସେ ଏହିପରି କିଛି କାର୍ଯ୍ୟ କରିଥିଲେ ଯାହାକୁ ନେଇ ସେତେବେଳେ ବିଜେପି କର୍ମୀ ଉତ୍ତେକ୍ତ ହୋଇ ଉଠିଥିଲେ।

ସବୁ କର୍ମି ମିଶି ତାଙ୍କୁ ମାଡ ମାରିବା ଏବଂ ଗାଡି ମଡାଇବା ପରି ବଡ ଘଟଣା ଘଟିଥିଲା। ଯାହା ସାରା ରାଜ୍ୟରେ ପଡିଥିଲା ଉଠିଥିଲା। ଏହାକୁ ନେଇ ପୁରା ବିଜେପି ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ସ୍ବର ଉତ୍ତୋଳନ କରିଥିଲା। ରାଜ୍ୟ ବିଜେପି ଏହି ଘଟଣାକୁ ନେଇ ତୁମ୍ବିତୋଫାନ ମଧ୍ୟ କରିଥିଲା। ଏହିପରି ଚିଲିକା ନିର୍ବାଚନ ମଣ୍ଡଳିରେ ବହୁ ଛୋଟଛୋଟ ଘଟଣା ଘଟିଛି ଯେଉଁଠି ପ୍ରଶାନ୍ତ ଜଗଦ୍ଦେବ ଏବଂ ବିଜେପି କର୍ମୀ ଛକାଛକି ହୋଇଛନ୍ତି।

ଏପରି ପରିସ୍ଥିତିରେ ସେହି ପ୍ରଶାନ୍ତ ଜଗଦ୍ଦେବଙ୍କୁ କିପିରି ସେମାନେ କୋଳେଇ ନେବେ ଦ୍ବନ୍ଦରେ ଅଛନ୍ତି। ପ୍ରଶାନ୍ତ ମିଶିବା ପରେ ଅନେକ କର୍ମି ମନ ଉଣା କରି ବସିଛନ୍ତି। ଏକ ବିଶେଷ ସୁତ୍ର ଅନୁସାରେ ବିଜେପିରେ ଅନେକ କର୍ମି ଏଥର ନିର୍ବାଚନରେ ଆଗକୁ ଆସିବେ ନାହିଁ ବୋଲି ନିଷ୍ପତି କରିଛନ୍ତି। ସେମାନେ କେବେ ବି ପ୍ରଶାନ୍ତ ଜଗଦ୍ଦେବଙ୍କ ସହିତ ହାତ ମିଳାଇବେ ନାହିଁ ବୋଲି ଚିନ୍ତା କରିଛନ୍ତି। ଏପରିକି କେତେକ କର୍ମୀ ଓ ନେତା ଅନ୍ୟ ଦଳ ସହିତ ଯୋଗାଯୋଗରେ ମଧ୍ୟ ଅଛନ୍ତି ବୋଲି ଜଣାପଡିଛି।

ପ୍ରଶାନ୍ତ ଜଗଦ୍ଦେବ ଖୁବ ଶିଘ୍ର ଖୋର୍ଦ୍ଧା ଏବଂ ଚିଲିକାରେ ବିରାଟ ସମାବେଶ କରିବେ ବୋଲି ପ୍ରସ୍ତୁତ ହେଉଛନ୍ତି। ସେଥିପାଇଁ ସେ ଦଳିୟ ଅନୁମତିକୁ ଅପେକ୍ଷା କରିଛନ୍ତି। ସେହି ସମାବେଶ ପୂର୍ବରୁ ପ୍ରଶାନ୍ତ ଏବଂ ପୃଥରାଜ ହରିଚନ୍ଦନ ଚିଲିକା ଯାଇ କର୍ମିମାନଙ୍କ ସହିତ ମିଳାମିଶା କରିବେ। ସେତେବେଳେ ବିଜେପିର କେଉଁ ରହିବେ କେଉଁ କର୍ମି ମୁହଁ ବୁଲାଇବେ ତାହା ଜଣାପଡିବ।

Prasant Jagadev ଚିଲିକା ଚିଲିକା ବିଜେପି ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ପ୍ରଶାନ୍ତ ଜଗଦ୍ଦେବ
Share. Facebook Twitter LinkedIn Email WhatsApp Copy Link

Related Posts

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026
Latest News

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026

୨୦୨୬ ଆଇପିଏଲ: ଏହି ଦଳକୁ ମିଳିଲା ୨୪ ବର୍ଷୀୟ ଅଧିନାୟକ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.