Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଦଶମ ପର୍ଯ୍ୟାୟର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବିଶେଷ ଖବର

ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଦଶମ ପର୍ଯ୍ୟାୟର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

March 5, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଦଶମ ପର୍ଯ୍ୟାୟର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ନାଗିରକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ଚଳିତ ବର୍ଷର ଦଶମ ପର୍ଯ୍ୟାୟ ଟ୍ରେନ୍‌ ଯାତ୍ରାର ଶୁଭାରମ୍ଭ କରିଛନ୍ତି। ଚଳିତ ବର୍ଷର ଦଶମ ପର୍ଯ୍ୟାୟରେ ବାଲେଶ୍ୱର, ଭଦ୍ରକ, କେଉଁଝର, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲର ବରିଷ୍ଠ ନାଗରିକମାନେ ଏହି ଯାତ୍ରାରେ ସାମିଲ ହୋଇ ଆଗ୍ରା ଓ ମଥୁରା ଯାତ୍ରା କରିଛନ୍ତି।

ଏକ ଭିଡ଼ିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଶୁଭକାମନା ଜଣାଇବା ସହ ବିଭିନ୍ନ ଅଞ୍ଚଳର ସଂସ୍କୃତି ଓ ତୀର୍ଥସ୍ଥଳ ସଂପର୍କରେ ଏହା ଦ୍ୱାରା ଜାଣିହେବ ବୋଲି କହିଥିଲେ। ୨୦୧୬ ମସିହାରୁ ଆରମ୍ଭ ହୋଇଥିବା ଏହି ଯୋଜନାରେ ଅଦ୍ୟାବଧି ରାଜ୍ୟର ପ୍ରାୟ ୨୯ ହଜାରରୁ ଅଧିକ ବରିଷ୍ଠ ନାଗରିକ ସାମିଲ ହୋଇ ଦେଶର ବିଭିନ୍ନ ତୀର୍ଥସ୍ଥାନ ଭ୍ରମଣ କରି ଆଧ୍ୟାତ୍ମିକତା ଅନୁଭବ କରିଥିବାର ସେ କହିଥିଲେ। ରାଜ୍ୟ ସରକାର ବରିଷ୍ଠ ନାଗରିକମାନଙ୍କ ନିମନ୍ତେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଥିବା ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ ଉଲ୍ଲେଖ କରିଥିଲେ। ଏହି ତୀର୍ଥଯାତ୍ରା ମାଧ୍ୟମରେ ପାରସ୍ପରିକ ସଦ୍‌ଭାବ ଏବଂ ଜାତୀୟ ସଂହତି ବଜାୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ବାଲେଶ୍ୱର ରେଳ ଷ୍ଟେସନ୍‌ରେ ଆୟୋଜିତ ଶୁଭାରମ୍ଭ କାର୍ଯ୍ୟକ୍ରମରେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର, ରେମୁଣା ବିଧାୟକ ଶ୍ରୀ ସୁଧାଂଶୁ ଶେଖର ପରିଡ଼ା, ବାଲେଶ୍ୱର ବିଧାୟକ ଶ୍ରୀ ସ୍ୱରୂପ କୁମାର ଦାସ, ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷ ଡ. ଲେନିନ୍‌ ମହାନ୍ତି, ବରିଷ୍ଠ ନାଗିରକ ତୀର୍ଥଯାତ୍ରା ଯୋଜନାର ଉପଦେଷ୍ଟା ଶ୍ରୀ ଦୁର୍ଗା ପ୍ରସାଦ ସାମନ୍ତରାୟ, ପର୍ଯ୍ୟଟନ ବିଭାଗ ଅତିରିକ୍ତ ଶାସନ ସଚିବ ଶ୍ରୀ ବାଳମୁକୁନ୍ଦ ଭୟାଁ ପ୍ରମୁଖ ଉପସ୍ଥିତ ରହି ତୀର୍ଥଯାତ୍ରୀମାନଙ୍କୁ ଶୁଭକାମନା ଜଣାଇବା ସହ ଏହା ଦ୍ୱାରା ବରିଷ୍ଠ ନାଗରିକମାନଙ୍କର ସ୍ୱପ୍ନ ପୂରଣ ହେବା ସହ ବିଭିନ୍ନ ତୀର୍ଥସ୍ଥାନ ବୁଲିବାର ସୁଯୋଗ ପାଇପାରୁଛନ୍ତି ବୋଲି ସେମାନେ କହିଥିଲେ।

ଆଜିର ଏହି ଦଶମ ତଥା ଶେଷ ପର୍ଯ୍ୟାୟ ଯାତ୍ରାରେ ୯୭୦ ଜଣ ତୀର୍ଥଯାତ୍ରୀ ଏବଂ ୩୦ ଜଣ ଅଧିକାରୀ ସାମିଲ ଅଛନ୍ତି। ସେମାନେ ଆଗ୍ରା ଓ ମଥୁରାରେ ତୀର୍ଥ କରି ଆସନ୍ତା ୭ ତାରିଖରେ ବାଲେଶ୍ୱରଠାରେ ପହଞ୍ଚିବେ। ପୂର୍ବରୁ ଆଇଆର୍‌ସିଟିସି ସହଯୋଗରେ ଆୟୋଜିତ ୨୯ଟି ଯାତ୍ରାରେ ୨୮ ହଜାର ୬୫୧ ଜଣ ବରିଷ୍ଠ ନାଗରିକ ଦେଶର ବିଭିନ୍ନ ତୀର୍ଥସ୍ଥାନକୁ ଯାତ୍ରା କରିଥିଲେ। ଆଜିର ୩୦ତମ ଯାତ୍ରାକୁ ମିଶାଇ ଏହି ସଂଖ୍ୟା ୨୯ ହଜାର ୬୫୧ରେ ପହଞ୍ଚିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ରାଞ୍ଚିରେ ରାଜନୈତିକ ତାପମାତ୍ରା ବଢ଼ିଲା: ଉଭୟ ମେଣ୍ଟରେ ଚାଲିଛି ଜୋରଦାର ରଣନୀତି

June 16, 2026

ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ : ୬ ଗୁରୁତର

June 16, 2026

ସ୍ଵାମୀର ଠେଙ୍ଗା ମାଡରେ ସ୍ତ୍ରୀ ମୃତ

June 16, 2026

ମଟରସାଇକେଲ ଦୁର୍ଘଟଣା: ଗଛରେ ପିଟିହୋଇ ଭାଇ ଭଉଣୀ ମୃତ

June 16, 2026
Latest News

ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଦିନିକିଆରେ ବଦଳିବ ଟିମ୍ ଇଣ୍ଡିଆ?: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

June 16, 2026

ଭାରତର ଶକ୍ତି କ୍ଷେତ୍ର ପାଇଁ ଏକ ବଡ଼ ବିଜୟ: ହର୍ମୁଜ୍ ପ୍ରଣାଳୀ ପାର କଲା ‘ଦିଶା’

June 16, 2026

ରାଞ୍ଚିରେ ରାଜନୈତିକ ତାପମାତ୍ରା ବଢ଼ିଲା: ଉଭୟ ମେଣ୍ଟରେ ଚାଲିଛି ଜୋରଦାର ରଣନୀତି

June 16, 2026

ପକେଟ ଉପରେ ମୁଦ୍ରାସ୍ଫୀତିର ‘ନୀରବ ଆକ୍ରମଣ’ : ଖାଦ୍ୟ ଓ ଆବଶ୍ୟକ ସାମଗ୍ରୀ ହେଲା ମହଙ୍ଗା

June 16, 2026

ଡାକ୍ତରୀ ପ୍ରେସକ୍ରିପସନ ନଥିଲେ କଫ ସିରଫ ମନା

June 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.