Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସ୍ୱାଭିମାନ ଅଞ୍ଚଳରେ ନୂତନ ଶିକ୍ଷା ସୌଧ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏକ ହଜାରରୁ ଅଧିକ ପିଲା ପଢିବେ ପାଠ
ବିଶେଷ ଖବର

ସ୍ୱାଭିମାନ ଅଞ୍ଚଳରେ ନୂତନ ଶିକ୍ଷା ସୌଧ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏକ ହଜାରରୁ ଅଧିକ ପିଲା ପଢିବେ ପାଠ

March 14, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ସ୍ୱାଭିମାନ ଅଞ୍ଚଳରେ ସୃଷ୍ଟି ହୋଇଛି ଶିକ୍ଷାର ନୂତନ ଆଲୋକବର୍ତ୍ତିକା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ବଡପଡାଠାରେ ଏକ ଅତ୍ୟାଧୁନିକ ଶିକ୍ଷା ସୌଧ ଉଦ୍‌ଘାଟନ କରିଛନ୍ତି।

ଏହି ଶିକ୍ଷା ସୌଧରେ ପ୍ରଥମରୁ ଉଚ୍ଚ ମାଧ୍ୟମିକ (ଦ୍ୱାଦଶ ଶ୍ରେଣୀ) ପର୍ଯ୍ୟନ୍ତ ପିଲାମାନେ ଗୋଟିଏ ସ୍ଥାନରେ ଶିକ୍ଷା ଲାଭ କରିପାରିବେ। ୭ ଏକର ଜମିରେ ସ୍ଥାପନ କରାଯାଇଥିବା ଏହି ଆଧୁନିକ ଶିକ୍ଷା ସୌଧ ପାଇଁ ୧୯ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏଥିରେ ୧,୦୦୦ ରୁ ଅଧିକ ପିଲା ପାଠ ପଢିବେ। ଭବିଷ୍ୟତ ପାଇଁ ପିଲାଙ୍କୁ ପ୍ରସ୍ତୁତ କରିବାକୁ ଏଥିରେ ସମସ୍ତ ଆଧୁନିକ ସୁବିଧା ସୁଯୋଗ ରହିଛି। ସ୍ମାର୍ଟ କ୍ଲାସ ରୁମ, ୩ ହଜାର ପୁସ୍ତକ ବିଶିଷ୍ଟ ଇ-ଲାଇବ୍ରେରୀ, ଟ୍ରାଇବାଲ କର୍ଣ୍ଣର, କୁନି ପିଲାଙ୍କ ଆକ୍ଟିଭିଟି ରୁମ, ଏନ.ସି.ସି. ପ୍ରକୋଷ୍ଠ, କମ୍ପ୍ୟୁଟର ଲ୍ୟାବ, ICT Smart Learning Centre, ବିଜ୍ଞାନ ପରୀକ୍ଷାଗାର, ୨୦୦ ଆସନ ବିଶିଷ୍ଟ ଛାତ୍ରାବାସ, ୫୦୦ ଆସନ ବିଶିଷ୍ଟ ଛାତ୍ରୀନିବାସ, Amphitheatre, ସୁଦୃଶ୍ୟ ବଗିଚା, Sports Courts, Open Gym, Solar Lighting, Solar Water Supply, Water Harvesting System ଆହୁରି ଅନେକ ସୁବିଧା ରହିଛି। କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ମାଲକାନଗିରି ସବୁବେଳେ, ସବୁ କାମରେ ମୋର ପ୍ରଥମ ପସନ୍ଦ ହୋଇ ରହି ଆସିଛି। ଟଙ୍କିକିଆ ଚାଉଳ ହେଉ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ହେଉ ବା ଲକ୍ଷ୍ମୀ ଯୋଜନା- ସବୁ କାର୍ଯ୍ୟକ୍ରମ ମୁଁ ପ୍ରଥମେ ଏହିଠାରୁ ହିଁ ଆରମ୍ଭ କରି ଆସିଛି।

ବଡପଡା ଶିକ୍ଷା ସୌଧ ପାଇଁ ଆନନ୍ଦ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ପିଲାମାନଙ୍କ ପାଠ ପଢାର ସୁବିଧା ତଥା ସେମାନଙ୍କ ବ୍ୟକ୍ତିତ୍ୱର ବିକାଶ ପାଇଁ ଏହି ଅନୁଷ୍ଠାନ ଗଢା ଯାଇଛି। ଏହି ସବୁ ସୁବିଧା ସହରର କୌଣସି ଆଧୁନିକ ଶିକ୍ଷା ଅନୁଷ୍ଠାନର ସୁବିଧାଠାରୁ କମ୍‌ ନୁହେଁ ବୋଲି ସେ କହିଥିଲେ। ସ୍ୱାଭିମାନ ଅଞ୍ଚଳର ପିଲାମାନେ ଏହାର ସୁଯୋଗ ନେଇ ନିଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ଗଢିବେ ବୋଲି ସେ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ।

ଶୃଙ୍ଖଳା, ପ୍ରତିବଦ୍ଧତା ସହିତ କଠିନ ପରିଶ୍ରମ ଓ ନିଷ୍ଠାର ସହ କାମ କଲେ ସଫଳତାର ମାର୍ଗ ପ୍ରଶସ୍ତ ହୁଏ ବୋଲି ସେ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ। ଏହି ଶିକ୍ଷା ସୌଧରେ ଥିବା ସମସ୍ତ ସୁବିଧାର ଉପଯୋଗ କରି ନିଜର ପ୍ରତିଭାର ବିକାଶ ପାଇଁ କାମ କରିବାକୁ ସେ କହିଥିଲେ ଏବଂ ନିଜ ପରିବାର, ନିଜ ସ୍କୁଲ ଓ ନିଜ ଗାଁ ପାଇଁ ସୁନାମ ଆଣିବାକୁ ପରାମର୍ଶ ଦେଇଥିଲେ।

ପିଲାଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ୫-ଟି ଉପକ୍ରମରେ ହାଇସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ପିଲାମାନଙ୍କ ମନରେ ବଡ ହେବା ପାଇଁ ଆତ୍ମବିଶ୍ୱାସ ସୃଷ୍ଟି କରିଛି। ଅନୁସୂଚିତ ଜାତି ଓ ଜନଜାତି ପିଲାମାନେ ପାଠପଢାଠାରୁ ଖେଳ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ବହୁତ ଭଲ ପ୍ରଦର୍ଶନ କରୁଛନ୍ତି ମତ ଦେଇ ସେ ଏଥିପାଇଁ ଖୁସି ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଯୋଗଦେଇ କହିଥିଲେ ଯେ ଆଗାମୀ ଦିନରେ ସ୍ୱାଭିମାନ ଅଞ୍ଚଳରେ ଏକ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା କରାଯିବ। ଏହା ମାଧ୍ୟମରେ ସ୍ୱାଭିମାନ ଅଞ୍ଚଳର ଯୁବଗୋଷ୍ଠୀ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ପାଇବେ। ସେ ଆହୁରି ମଧ୍ୟ କହିଥିଲେ ଯେ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ ମାଲକାନଗିରିରୁ ହିଁ କରାଯାଇଛି। ସ୍ୱାଭିମାନ ଅଞ୍ଚଳର ବିକାଶ ନିମନ୍ତେ ସେତୁ ଯୋଜନାର ପରିକଳ୍ପନା ଜରିଆରେ ଅଞ୍ଚଳରେ ଗମନାଗମନ, ସ୍ୱାସ୍ଥ୍ୟ ଓ ଶିକ୍ଷା ଭିତ୍ତିଭୂମିର ବିକାଶ ହୋଇପାରିଛି।

କାର୍ଯ୍ୟକ୍ରମରେ ମାଲକାନଗିରି ଜିଲ୍ଲା ପରିଷଦ ସଭାପତି ସମାରୀ ଟାଙ୍ଗୁଲୁ ଏହି ଶିକ୍ଷା ସୌଧ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ୫-ଟି ଅଧ୍ୟକ୍ଷଙ୍କ ପ୍ରତ୍ୟକ୍ଷ ଉଦ୍ୟମର ଉଚ୍ଚପ୍ରଶଂସା କରିଥିଲେ।

ମାଲକାନଗିରି ଜିଲ୍ଲାପାଳ ସ୍ୱାଗତ ଭାଷଣ ଦେଇଥିଲେ।

naveen pattanaik ଭିଡିଓ କନ୍‌ଫରେନ୍‌ସିଂ ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳ
Share. Facebook Twitter LinkedIn Email WhatsApp Copy Link

Related Posts

ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

March 31, 2026

ଆଜି ରାଜରାଜେଶ୍ଵରୀ ବେଶରେ ଦର୍ଶନ ଦେବେ କାକଟପୁରବାସିନୀ ମା’ ମଙ୍ଗଳା: ଜାଣନ୍ତୁ ନୀତିକାନ୍ତି

March 31, 2026

‘ଅନ୍ତ୍ୟୋଦୟ ଗୃହ ଯୋଜନା’ ର ଏକ ବର୍ଷ ପୂର୍ତ୍ତି: ସମସ୍ତ ହିତାଧିକାରୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

March 31, 2026

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026
Latest News

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଖୋଲାଖୋଲି ବିକ୍ରି ହେଉଥିଲା “ମେଡ୍ ଇନ୍ ପାକିସ୍ତାନ” ସାମଗ୍ରୀ: ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 31, 2026

IPL ଠାରୁ PSLରେ ପ୍ଲେୟାର ଅଫ୍ ଦି ମ୍ୟାଚ୍ ପୁରସ୍କାର ରାଶି ଅଧିକ?: ଜାଣନ୍ତୁ କେତେ ପାର୍ଥକ୍ୟ

March 31, 2026

ବିହାର: ଶୀତଳା ମନ୍ଦିରରେ ଦଳାଚକଟା, ୮ ମୃତ

March 31, 2026

ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.