Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଏସକେୱାଇ କୁ ରାଜନୀତି ଭିତରକୁ ଟାଣିଲେ ଧର୍ମେନ୍ଦ୍ର ପ୍ରଧାନ, ବିଜେଡି କହିଲା ଏପରି କଥା
ବିଶେଷ ଖବର

ବିଏସକେୱାଇ କୁ ରାଜନୀତି ଭିତରକୁ ଟାଣିଲେ ଧର୍ମେନ୍ଦ୍ର ପ୍ରଧାନ, ବିଜେଡି କହିଲା ଏପରି କଥା

April 16, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଏସକେୱାଇ କୁ ରାଜନୀତି ଭିତରକୁ ଟାଣିଲେ ଧର୍ମେନ୍ଦ୍ର ପ୍ରଧାନ, ବିଜେଡି କହିଲା ଏପରି କଥା

ଭୁବନେଶ୍ୱର: ବିଏସକେୱାଇ ସ୍ୱାସ୍ଥ୍ୟ କାର୍ଡ ଓଡ଼ିଶାବାସୀଙ୍କୁ ସଶକ୍ତ କରିଛି ଏବଂ ଆତ୍ମବିଶ୍ୱାସ ଓ ଗ୍ୟାରେଣ୍ଟି ଦେଇଛି ଯେ ସେମାନେ ରୋଗରେ ପୀଡିତ ହେଲେ ସେମାନଙ୍କ ପାଖରେ ଏହି ସ୍ୱାସ୍ଥ୍ୟ ନିଶ୍ଚିତତା କିମ୍ବା ଗ୍ୟାରେଣ୍ଟି ଅଛି। ସେମାନେ ସରକାରୀ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି ଯାହାର କୌଣସି ସୀମା ନାହିଁ।

ଏଥି ସହିତ ବିଏସ୍‍କେୱାଇରେ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଏବଂ ପୁରୁଷଙ୍କ ପାଇଁ ୫ ଲକ୍ଷ ଟଙ୍କା ରହିଛି । ହେଲେ ଗରିବ ଲୋକଙ୍କୁ ମିଳୁଥିବା ଏହି ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ନେଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜନୀତି କରୁଥିବା କହିଛନ୍ତି ବିଜେଡିର ରାଷ୍ଟ୍ରୀୟ ମୁଖପାତ୍ର ତଥା ସାଂସଦ ଡକ୍ଟର ସସ୍ମିତ ପାତ୍ର।

ଡକ୍ଟର ପାତ୍ର ଆଜି ଏଠାରେ ଗଣମାଧ୍ୟମକୁ କହିଛନ୍ତି ଯେ ସରକାରୀ ଡାକ୍ତରଖାନାରେ କୌଣସି ସୀମା ନଥାଇ ମାଗଣା ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯାଉଛି। ବିଏସ୍‍କେୱାଇ ପାଇଁ ଓଡ଼ିଶାରେ ୬୫୨ଟି ଡାକ୍ତରଖାନା ଏବଂ ୧୬ଟି ରାଜ୍ୟରେ ୧୬୪ଟି ପ୍ରମୁଖ ଡାକ୍ତରଖାନା ତାଲିକାଭୁକ୍ତ ହୋଇଛନ୍ତି ଏବଂ ଏହି ସଂଖ୍ୟା ବୃଦ୍ଧି ପାଉଛି। ଗତ ବର୍ଷକ ମଧ୍ୟରେ ଓଡ଼ିଶାରେ ୩୬ ଲକ୍ଷରୁ ଅଧିକ ରୋଗୀ ଚିକିତ୍ସିତ ହୋଇଛନ୍ତି।

ବିଏସକେୱାଇ ଯୋଗୁଁ ଓଡ଼ିଶା ଲୋକଙ୍କର ଗୋଟିଏ ବର୍ଷରେ ୩୦୦୦ କୋଟିରୁ ଅଧିକ ଟଙ୍କା ସଞ୍ଚୟ ହୋଇପାରିଛି ଯାହାକୁ ସେମାନେ ନିଜର ସାମାଜିକ-ଅର୍ଥନୈତିକ ବିକାଶ ପାଇଁ ବ୍ୟବହାର କରିପାରିବେ।

ଗତ ଏକ ବର୍ଷ ମଧ୍ୟରେ ବିଏସକେୱାଇ ମାଧ୍ୟମରେ ଦେଶର ବିଭିନ୍ନ ରାଜ୍ୟରେ ପ୍ରାୟ ଦେଢ଼ ଲକ୍ଷ ଲୋକଙ୍କୁ ଓଡ଼ିଶା ବାହାରେ ଚିକିତ୍ସା କରାଯାଇଛି । ବିଏସକେୱାଇ କାରଣରୁ ସେମାନେ ଗତ ଏକ ବର୍ଷ ମଧ୍ୟରେ ପ୍ରାୟ ୩୮୫ କୋଟି ଟଙ୍କା ସଞ୍ଚୟ କରିପାରିଛନ୍ତି ।

କିନ୍ତୁ ଓଡ଼ିଶା ବିଜେପି ବିଧାୟକ ଏବଂ ବିଶେଷ କରି କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି କାର୍ଯ୍ୟକ୍ରମକୁ ବନ୍ଦ କରିବା ପାଇଁ ଷଡ଼ଯନ୍ତ୍ର କରୁଛନ୍ତି । ଯଦି ଓଡ଼ିଶାବାସୀ ବିଏସକେୱାଇ ସ୍ୱାସ୍ଥ୍ୟ କାର୍ଡରୁ ଉପକୃତ ହେଉଛନ୍ତି, ତେବେ ଶ୍ରୀ ପ୍ରଧାନଙ୍କୁ କାହିଁକି କଷ୍ଟ ହେଉଛି ବୋଲି ଡକ୍ଟର ପାତ୍ର ପ୍ରଶ୍ନ କରିଛନ୍ତି ।

ଓଡ଼ିଶାରେ ପ୍ରାୟ ୩୬ ଲକ୍ଷ ରୋଗୀ ଚିକିତ୍ସିତ ହେଉଥିବା ବେଳେ ଓଡ଼ିଶା ବାହାରୁ ଦେଢ଼ ଲକ୍ଷ ରୋଗୀ ଚିକିତ୍ସିତ ହୋଇଛନ୍ତି । ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କ’ଣ ଚାହୁଁଛନ୍ତି କି, ଏହି ଲକ୍ଷ ଲକ୍ଷ ଓଡିଆମାନେ ବିଏସକେୱାଇ ସ୍ୱାସ୍ଥ୍ୟ କାର୍ଡ ଜରିଆରେ ଯେଉଁ ଚିକିତ୍ସା ସୁବିଧା ପାଉଛନ୍ତି ତାହା ନପାଆନ୍ତୁ ବୋଲି? ଯଦି ଶ୍ରୀ ପ୍ରଧାନ ଭାବୁଛନ୍ତି ଯେ ବିଏସକେୱାଇ ଏକ ଖରାପ କାର୍ଯ୍ୟକ୍ରମ, ତେବେ ତାଙ୍କ ଦଳର ଇସ୍ତାହାରର ଏକ ନମ୍ବରରେ କୁହନ୍ତୁ ଯେ ସେମାନେ ବିଏସକେୱାଇ ସ୍ୱାସ୍ଥ୍ୟ କାର୍ଡକୁ ବନ୍ଦ କରିଦେବେ ବୋଲି ଡକ୍ଟର ପାତ୍ର କହିଛନ୍ତି ।

odishaelection2024 ଓଡିଶା ନିର୍ବାଚନ 2024 ଧର୍ମେନ୍ଦ୍ର ପ୍ରଧାନ ସସ୍ମିତ ପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Latest News

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.