Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପରବର୍ତ୍ତି ନିର୍ବାଚନରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ରାଜନୈତିକ ଦଳମାନଙ୍କ ସହ ସିଇଓଙ୍କ ବୈଠକ
ବିଶେଷ ଖବର

ପରବର୍ତ୍ତି ନିର୍ବାଚନରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ରାଜନୈତିକ ଦଳମାନଙ୍କ ସହ ସିଇଓଙ୍କ ବୈଠକ

May 17, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପରବର୍ତ୍ତି ନିର୍ବାଚନରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ରାଜନୈତିକ ଦଳମାନଙ୍କ ସହ ସିଇଓଙ୍କ ବୈଠକ

ଭୁବନେଶ୍ୱର: ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡ଼ିଶା ଶ୍ରୀ ନିକୁଞ୍ଜ ବିହାରୀ ଧଳ ଆଜି ବିଭିନ୍ନ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ଏକ ବୈଠକ କରିଥିଲେ। ବୈଠକ ପ୍ରାରମ୍ଭରେ ମୁଖ୍ୟ ନିର୍ବାଚନ ଅଧିକାରୀ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ସ୍ୱାଗତ ଜଣାଇବା ସହ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ରାଜ୍ୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଓ ଏହା ଅଧିନରେ ଥିବା ୨୮ଟି ବିଧାନସଭା କ୍ଷେତ୍ରରେ ଉତ୍ସାହ ମଧ୍ୟରେ ହୋଇଥିବା ମତଦାନ ବିଷୟରେ ସୂଚିତ କରିଥିଲେ।

ଏହି ପର୍ଯ୍ୟାୟରେ ହାରାହାରି ମତଦାନ ହାର ୭୫.୬୮ ପ୍ରତିଶତ ଥିବାରୁ ମୁଖ୍ୟ ନିର୍ବାଚନ ଅଧିକାରୀ ସନ୍ତୋଷ ବ୍ୟକ୍ତ କରିଥିଲେ। ସ୍ୱାଭିମାନ ଅଞ୍ଚଳଠୁ ଆରମ୍ଭ କରି ବିଭିନ୍ନ ଅଞ୍ଚଳରେ କିପରି ସବୁବର୍ଗର ମତଦାତାମାନେ ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇଥିଲେ ଶ୍ରୀ ଧଳ ସେ ବିଷୟରେ ଅବଗତ କରାଇଥିଲେ।

ଏହି ଅବସରରେ ଗଞ୍ଜାମ ଜିଲ୍ଲା ଖଲିକୋଟଠାରେ ହୋଇଥିବା ପ୍ରାକ୍‌ନିର୍ବାଚନୀ ହିଂସା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ଚିନ୍ତା ପ୍ରକଟ କରିଥିଲେ। ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ ଏବଂ କୌଣସି ପ୍ରକାରର ଆଇନଶୃଙ୍ଖଳା ପରିସ୍ଥିତିକୁ ବରଦାସ୍ତ କରାଯିବ ନାହିଁ ବୋଲି ସ୍ପଷ୍ଟ ଭାବରେ ପ୍ରକାଶ କରିଥିଲେ।

ଏହି ବିଷୟରେ ଭାରତ ନିର୍ବାଚନ ଆୟୋଗ ଉଦ୍‌ବେଗ ପ୍ରକାଶ କରିଥିବା ଜଣାଇଥିଲେ। ଏହି ଅବସରରେ ଶାନ୍ତିଶୃଙ୍ଖଳା ସହିତ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ମଧ୍ୟରେ ଗଣତନ୍ତ୍ରର ମହାପର୍ବରେ ସାମିଲ ହେବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ।

ଏହି ବୈଠକରେ ମୁଖ୍ୟ ନିର୍ବାଚନ ଅଧିକାରୀ ସମସ୍ତ ସଖି ବୁଥ୍‌ରେ ମହିଳା ପୋଲିଂ ଏଜେଣ୍ଟ ଦେବା ପାଇଁ ରାଜନୈତିକ ଦଳମାନଙ୍କୁ ଅନୁରୋଧ କରିଥିଲେ। ଏହା ସହ ସମସ୍ତ ପୋଲିଂ ଏଜେଣ୍ଟମାନଙ୍କୁ ‘ପରିଚୟ ପତ୍ର’ ପ୍ରଦାନ କରିବାକୁ ସେ ଅନୁରୋଧ କରିଥିଲେ।

ଏହି ଅବସରରେ ରାଜନୈତିକ ଦଳର ପ୍ରତିିନିଧିମାନେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ସଦିଚ୍ଛା ଓ ଉଦ୍ୟମ ପାଇଁ ସାଧୁବାଦ ଜଣାଇବା ସହ ଆଦର୍ଶ ଆଚରଣ ବିଧିର ଅନୁପାଳନପୂର୍ବକ ନିର୍ବାଚନ ପ୍ରକ୍ରିୟାରେ ସାମିଲ ହେବା ନେଇ ମତପ୍ରକାଶ କରିଥିଲେ। ଏହି ବୈଠକରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ମିହିର ପ୍ରସାଦ ମହାନ୍ତି ମଧ୍ୟ ଉପସ୍ଥିତ ଥିଲେ।

odishaelection2024 ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀ ଓଡିଶାନିର୍ବାଚନ2024 ନିର୍ବାଚନ ନିର୍ବାଚନୀ ହିଂସା ମୁଖ୍ୟ ନିର୍ବାଚନ ଅଧିକାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.