Odisha Elections 2nd Phase: ଓଡିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସଂଧ୍ୟାରେ ସରିବ ପ୍ରଚାର

Published: May 18, 2024, 1:14 pm IST

Odisha Elections 2nd Phase: ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ପଞ୍ଚମ ପର୍ଯ୍ୟାୟ ତଥା ଓଡିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ମଇ ୨୦ ତାରିଖରେ ମତଦାନ ହେବ। ଏଥିରେ ଓଡ଼ିଶାରେ ୫ ଗୋଟି ସଂସଦୀୟ କ୍ଷେତ୍ର ବରଗଡ଼,ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଏବଂ ଏସବୁ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୩୫ଟି ବିଧାନସଭା କ୍ଷେତ୍ର ପାଇଁ ନିର୍ବାଚନ ହେବ। ସେଥିପାଇଁ ଆଜି ସଂଧ୍ୟାରେ ଏହି ନିର୍ବାଚନ ମଣ୍ଡଳୀରେ ପ୍ରଚାର ଶେଷ ହେବ।

ଏହି ପର୍ଯ୍ୟାୟରେ ପାଞ୍ଚୋଟି ସଂସଦୀୟ କ୍ଷେତ୍ର ଅଧିନରେ ମୋଟ ୭୯,୬୯,୮୮୭ ଜଣ ମତଦାତା ନିଜର ମତାଧିକାର ସାବ୍ୟସ୍ତ କରିବେ । ଏମାନଙ୍କ ମଧ୍ୟରେ ୪୦,୩୩,୯୯୨ ପୁରୁଷ, ୩୯,୩୫,୦୪୪ ମହିଳା ଓ ୮୫୧ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି ଏବଂ ମତଦାତା ଲିଙ୍ଗ ଅନୁପାତ ୯୭୫ ରହିଛି। ଏମାନଙ୍କ ମଧ୍ୟରେ ୨,୧୩,୧୨୯ ଜଣ ୧୮-୧୯ ବର୍ଷ ବୟସର ପ୍ରଥମ ଥର ମତଦାତା, ୨୦-୨୯ ବର୍ଷ ବୟସର ୧୬,୯୮,୫୧୬ ଜଣ ଯୁବ ମତଦାତା ରହିଛନ୍ତି।

ଏହି ପର୍ଯ୍ୟାୟରେ ମୋଟ ୯୧୪୮ଟି ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର ରହିଛି। ଏହି ପଞ୍ଚମ ପର୍ଯ୍ୟାୟରେ ସାମଗି୍ରକ ଭାବରେ ୫୫,୮୮୨ ଜଣ ୮୫ ବର୍ଷରୁ ଊଦ୍ଧ୍ୱର୍ ମତଦାତା, ୧୮୧୨ ଜଣ ୧୦୦ ବର୍ଷ ବୟସରୁ ଊଦ୍ଧ୍ୱର୍ ମତଦାତା, ୧,୦୭,୮୨୩ ଜଣ ଭିନ୍ନକ୍ଷମ ମତଦାତା, ୪୬ ଜଣ ପ୍ରବାସୀ ମତଦାତା ଓ ୧୦, ୬୩୦ ଜଣ ସର୍ଭିସ୍‌ ଭୋଟର ରହିଛନ୍ତି।

୯୧୪୮ ମତଦାନ କେନ୍ଦ୍ର ମଧ୍ୟରୁ ୧୦୯୦ଟି ସହରାଞ୍ଚଳ ଓ ୮୦୫୮ଟି ଗ୍ରାମାଞ୍ଚଳରେ ରହିଛି। ଏହା ମଧ୍ୟରେ ୧୦୪୧ଟି ‘ସଂପୂର୍ଣ୍ଣ ରୂପେ ମହିଳା କର୍ମଚାରୀ ପରିଚାଳିତ ମତଦାନ କେନ୍ଦ୍ର’, ୨୫ଟି ‘ସଂପୂର୍ଣ୍ଣ ରୂପେ ଭିନ୍ନକ୍ଷମ କର୍ମଚାରୀ ପରିଚାଳିତ ମତଦାନ କେନ୍ଦ୍ର’ ରହିଛି। ଏହି ପର୍ଯ୍ୟାୟରେ ମୋଟ ୧୫୪୧ଟି ଆଦର୍ଶ ମତଦାନ କେନ୍ଦ୍ର (ମଡ଼େଲ୍‌ ବୁଥ୍‌) ରହିଛି।

ଏହି ପର୍ଯ୍ୟାୟରେ ପ୍ରାୟ ୬୦ ହଜାରରୁ ଅଧିକ ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି। ସମସ୍ତ ପୋଲିଂ ଷ୍ଟେସନ୍‌ ଲୋକେସନ୍‌ରେ ଜଣେ ଲେଖାଏଁ ସେ୍ୱଚ୍ଛାସେବୀ ଓ ଜଣେ
ଲେଖାଏଁ ଆଶାକର୍ମୀ ନିୟୋଜିତ ହୋଇଛନ୍ତି।

Related posts