Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରତି ଚାରିଜଣ ଓଡିଆଙ୍କ ଭିତରୁ ଜଣେ ଆଦିବାସୀ, ହେଲେ ରାଜନୀତିରେ ସେମାନଙ୍କର ନେତୃତ୍ୱ ଆଜି ମଧ୍ୟ ଅବହେଳିତ କାହିଁକି ??
ବିଶେଷ ଖବର

ପ୍ରତି ଚାରିଜଣ ଓଡିଆଙ୍କ ଭିତରୁ ଜଣେ ଆଦିବାସୀ, ହେଲେ ରାଜନୀତିରେ ସେମାନଙ୍କର ନେତୃତ୍ୱ ଆଜି ମଧ୍ୟ ଅବହେଳିତ କାହିଁକି ??

December 9, 2018No Comments4 Mins Read
Share Facebook Twitter LinkedIn Email WhatsApp Copy Link

କେଦାର ମିଶ୍ର                                      

ଓଡିଶା ରାଜନୀତିରେ ଆଦିବାସୀ ନେତୃତ୍ୱର ପ୍ରସଙ୍ଗକୁ ନେଇ ପ୍ରାୟତଃ ଚର୍ଚ୍ଚା ହୁଏନାହିଁ। ଯଦିଓ ଓଡିଶାର ପ୍ରତି ଚାରି ଜଣ ଓଡିଆରେ ଜଣେ ହେଉଛନ୍ତି ଆଦିବାସୀ। ସ୍ୱତନ୍ତ୍ର ଓଡିଶା ରାଜ୍ୟ ଗଠନ ପରଠୁ ରାଜ୍ୟର ମୂଳ ଅଧିବାସୀ ଭାବରେ ପରିଚିତ ଆଦିବାସୀଙ୍କ ଅସ୍ମିତା ଓ ରାଜନୈତିକ ଅଧିକାରକୁ ନେଇ କେବେ ବି ଖାସ୍‌ ଆଲୋଚନା ହୋଇନାହିଁ  । କହିବାରେ ଦ୍ୱିଧା ନାହିଁ ଯେ ଓଡିଶାରେ ରାଜନୈତିକ ନେତୃତ୍ୱ ପ୍ରାୟତଃ ରାଜା, ବ୍ରାହ୍ମଣ, କରଣ ଓ ଉଚ୍ଚବର୍ଗଙ୍କ ହାତରେ ରହି ଆସିଛି  । ଗଜପତି କୃଷଚନ୍ଦ୍ର ଦେବଙ୍କ ଠାରୁ ଆରମ୍ଭ କରି ନବୀନ ପଟ୍ଟନାୟକ ପର୍ଯ୍ୟନ୍ତ ଓଡିଶାର ପ୍ରାୟ ସବୁ ମୁଖ୍ୟମନ୍ତ୍ରୀ ଏହି ବର୍ଗରୁ ଆସିଛନ୍ତି  । କେବଳ ଦଶ ମାସ ପାଇଁ ଗିରିଧର ଗମାଙ୍ଗ ପ୍ରଥମ ଓ ଶେଷ ଆଦିବାସୀ ମୁଖ୍ୟମନ୍ତ୍ରୀ ଭାବରେ  ଓଡିଶାର ନେତୃତ୍ୱ ନେଇଛନ୍ତି  । ସେହିପରି ହେମାନନ୍ଦ ବିଶ୍ୱାଳ ଅନୁସୂଚିତ ଜାତିବର୍ଗର ପ୍ରତିନିଧି ଭାବରେ ଆଠ ମାସ  ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ତୁଲାଇଛନ୍ତି  । ରାଜନୀତିରେ ଇତିହାସ ଦୃଷ୍ଟିରୁ ଗିରିଧର ଗମାଙ୍ଗ ଓ ହେମାନନ୍ଦ ବିଶ୍ୱାଳ ନିଜ ନେତୃତ୍ୱକୁ ନେଇ ସେତେବେଶି ଚର୍ଚ୍ଚାରେ ରହିନାହାନ୍ତି  । ଗିରିଧର ଗମାଙ୍ଗ ନିଜର ମୂଳଦଳ କଂଗ୍ରେସରୁ ଇସ୍ତଫା ଦେବା ପରେ ତାଙ୍କୁ ନେଇ କିଛିଟା ଚର୍ଚ୍ଚା ଜୋର୍‌ ଧରିଥିଲା  । ଓଡିଶାରେ ଆଦିବାସୀ ନେତୃତ୍ୱକୁ ନେଇ ବିଜେପି ଏକ ନୂଆ ସମୀକରଣ ସୃଷ୍ଟି କରିବାର ପ୍ରୟାସ ଆରମ୍ଭ କରିପାରେ ବୋଲି ସେତେବେଳେ କଥା ଉଠୁଥିଲା, ତେବେ କଥା ଯେଊଁଠୁ ଆରମ୍ଭ ହୋଇଥିଲା, ଶେଠୀ ଏକା ମିଳେଇଗଲା। । ସାନ୍ତ୍ଵନାମୂଳକ ଭାବରେ କେନ୍ଦ୍ରରେ ଓଡିଶାର ଏକମାତ୍ର ବିଜେପି ଲୋକସଭା ସଦସ୍ୟ ଜୁଏଲ୍‌ ଓରାମ୍‌ଙ୍କ କ୍ୟାବିନେଟ୍‌ ମନ୍ତ୍ରୀ ଭାବରେ ଦାୟିତ୍ୱ ଦିଆଗଲା  । ପୂର୍ବରୁ ବାଜପେୟୀ ସରକାରର ମନ୍ତ୍ରୀ ମଣ୍ଡଳରେ ଜୁଏଲ୍‌ ମନ୍ତ୍ରୀ ଥିଲେ । ଦ୍ଵିତୀୟ ଥର ପାଇଁ ତାଙ୍କୁ ମନ୍ତ୍ରୀ ଭାବରେ ଗ୍ରହଣ କରାଯାଇଥିଲେ ମଧ୍ୟ ତାଙ୍କର ଦାୟିତ୍ୱ ଅପରିବର୍ତ୍ତିତ ରହିଛି  । ଅର୍ଥାତ ସବୁବେଳେ ଜୁଏଲ୍‌ଙ୍କୁ ଆଦିବାସୀ କଲ୍ୟାଣ ବିଭାଗର ଦାୟିତ୍ୱ ଦିଆଯାଇଛି  । ଓଡିଶାରୁ ପ୍ରଥମଥର ପାଇଁ ଜଣେ ଆଦିବାସୀ ନେତାଙ୍କୁ କେନ୍ଦ୍ର କ୍ୟାବିନେଟ୍‌ରେ ନେଇ ଅଟଳ ବିହାରୀ ବାଜପେୟୀ ଏକ ଉଦାହରଣ ସୃଷ୍ଟି କରିଥିଲେ । ତେବେ ଜୁଏଲ୍‌ଙ୍କ ନେତୃତ୍ୱ କେବଳ ସେତିକିରେ ହିଁ ସୀମିତ ରହି ଆସିଛି  । ଜୁଏଲ୍‌ କେନ୍ଦ୍ରମନ୍ତ୍ରୀ, ବିଧାୟକ ଓ ବିଜେପି ରାଜ୍ୟ ସଭାପତି ଭାବରେ ସଫଳତାର ସହ କାର୍ଯ୍ୟ ତୁଲାଇଥିଲେ ମଧ୍ୟ ଉଚ୍ଚବର୍ଗର ନେତୃତ୍ୱ ଆଗରେ ତାଙ୍କର ବ୍ୟକ୍ତିତ୍ୱକୁ ଏକପ୍ରକାର ଫିକା କରି ଦେଖାଇବାର ନିରନ୍ତର ପ୍ରୟାସ ଦଳ ଭିତରେ ଓ ଗଣମାଧ୍ୟମରେ ହୋଇଛି  ।

ଓଡିଶାରୁ ଦୁଇ ଜଣ କେନ୍ଦ୍ରମନ୍ତ୍ରୀ ମୋଦି ମନ୍ତ୍ରୀମଣ୍ଡଳରେ ଅଛନ୍ତି  । ଜୁଏଲ୍‌ ଓଡିଶା ଲୋକସଭାରୁ ନିର୍ବାଚିତ ହୋଇଥିବା ବେଳେ ଧର୍ମେନ୍ଦ୍ର ପ୍ରଧାନ ବିହାରରୁ ଓ ପରେ ମଧ୍ୟପ୍ରଦେଶରୁ ରାଜ୍ୟସଭାକୁ ପ୍ରତିନିଧିତ୍ୱ କରୁଛନ୍ତି  । ପଦବୀ ଦୃଷ୍ଟିରୁ ପ୍ରଥମରୁ  ଜୁଏଲ୍‌ କ୍ୟାବିନେଟ୍‌ ମନ୍ତ୍ରୀ ହୋଇଥିବା ବେଳେ ଧର୍ମେନ୍ଦ୍ର ସ୍ୱାଧୀନ ରାଷ୍ଟ୍ର ମନ୍ତ୍ରୀ ରୁ କ୍ୟାବିନେଟ ପାହ୍ୟାକୁ ପଦୋନ୍ନତି ପାଇଛନ୍ତି   । ତେବେ ଧର୍ମେନ୍ଦ୍ରଙ୍କ ହାତରେ ଦୁଧିଆଳୀ ପେଟ୍ରୋଲିୟମ୍‌ ବିଭାଗ ରହିଛି  । ତେଣୁ ସ୍ୱାଭାବିକ ଭାବରେ ଦଳ ଭିତରେ ଓ ବାହାରେ ତାଙ୍କ ପ୍ରଭାବ ଜୁଏଲ୍‌ଙ୍କ ତୁଳନାରେ ବହୁ  ଅଧିକ  । ଜୁଏଲ୍‌ ତୃଣମୂଳ ସ୍ତରରେ ବିଜେପି ସଙ୍ଗଠନକୁ ଦୃଢ଼ୀଭୂତ କରିବା ପାଇଁ ଯେତେ ଉଦ୍ୟମ କଲେ ବି ତାହା ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରୁନାହିଁ  । ଧର୍ମେନ୍ଦ୍ର ଏବଂ ଜୁଏଲ୍‌ଙ୍କ ନେତୃତ୍ୱର ତୁଳନା କରି ଦେଖିଲେ ଆମର ଆଦିବାସୀ ବିରୋଧୀ ମାନସିକତା ସ୍ପଷ୍ଟ ହୋଇଯିବ  । ଜୁଏଲ୍‌ ଆଦିବାସୀ ନେତା, ସେ ତୃଣମୂଳ ସ୍ତରରେ କାମ କରନ୍ତି, ତାଙ୍କ କଥା କହିବାରେ ସରଳତା ଓ ଭାବପ୍ରବଣତା ରହିଛି ଓ ସର୍ବୋପରି ନିଜର ଆଦିବାସୀ ଅସ୍ମିତାକୁ ନେଇ ସେ ଗର୍ବିତ  । ଅପରପକ୍ଷରେ ଧର୍ମେନ୍ଦ୍ର ପ୍ରଧାନ ସହରୀ ନେତୃତ୍ୱର ପ୍ରତୀକ  । ତାଙ୍କ କଥା କହିବାରେ ଆଭିଜାତ୍ୟ ଅଛି  । ଲୋକସମ୍ପର୍କ ରକ୍ଷାର ସବୁ ଆଧୁନିକ ସୂତ୍ର ତାଙ୍କୁ ଜଣା  । ତେଣୁ ବିଜେପିର ସବୁ ଦଳୀୟ ବ୍ୟପାରରେ ଜୁଏଲ୍‌ ଗୌଣ ହୋଇଥିବା ବେଳେ ଧର୍ମେନ୍ଦ୍ର ମୁଖ୍ୟ ହୋଇ ଉଭା ହୋଇଛନ୍ତି  । ସମସ୍ତ ଦଳୀୟ କାର୍ଯ୍ୟକ୍ରମରେ ଜୁଏଲ୍‌ଙ୍କୁ ଅଣଦେଖା କରିବାର ବହୁ ନମୂନା ଇତିମଧ୍ୟରେ ଦେଖିବାକୁ ମିଳୁଛି  ।

ଓଡିଶାରେ ଯେତେ ଲୋକ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ତାଙ୍କ ଭିତରୁ ଗିରିଧର ଗମାଙ୍ଗ ଏକ ଭିନ୍ନ ଚରିତ୍ରର ବ୍ୟକ୍ତି  । ମୁଖ୍ୟମନ୍ତ୍ରୀ ଭାବରେ ତାଙ୍କ ଭିତରେ ପଦବୀର ଅହଙ୍କାର ନଥିଲା କିମ୍ବା ଲୋକଙ୍କଠୁ ଦୂରେଇ ରହିବାର ପ୍ରବଣତା ନଥିଲା  । ଦୁର୍ଭାଗ୍ୟକ୍ରମେ ସେ ଯେତେବେଳେ ମୁଖ୍ୟମନ୍ତ୍ରୀ ରହିଲେ ସେତେବେଳେ ଓଡିଶାକୁ ମହାବାତ୍ୟା ଭଳି ଏକ ବିରାଟ ବିପର୍ଯ୍ୟୟର ସାମ୍ନା କରିବାକୁ ପଡିଲା  । ଏହି ବିପର୍ଯ୍ୟୟକୁ ମୁକାବିଲା କରିବା ପାଇଁ ଯେଉଁ ପ୍ରକାର ରାଜନୈତିକ ଇଛାଶକ୍ତି ଓ ପ୍ରଶାସନିକ ଦକ୍ଷତା ରହିବା କଥା ତାହା ଗମାଙ୍ଗଙ୍କର ନଥିଲା ବୋଲି କହିହେବନି  । ତେବେ ଏହି ବିପର୍ଯ୍ୟୟ ସମୟରେ ନିଜର ରାଜନୈତିକ ରାଗ ସୁଝାଇବାକୁ ଗମାଙ୍ଗଙ୍କୁ ତାଙ୍କ ଦଳ ଭିତରେ କମ୍‌ ହଲାପଟା କରାଯାଇନାହିଁ  । ରାଜନୈତିକ ମଞ୍ଚରେ ସବୁବେଳେ  ଆଦିବାସୀ ନେତୃତ୍ୱକୁ ନୀଚ କରି ଦେଖେଇବାର ଏକ ପ୍ରବୃତ୍ତି  ରାଜନୀତିରେ ଓ ଗଣମାଧ୍ୟମରେ ରହି ଆସିଛି  ।  ଓଡିଶା ରାଜନୀତିରେ ୨୫ ଭାଗ ଆଦିବାସୀ ଭୋଟର୍‌ଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି  । ତଥାପି ରାଜନୈତିକ ପଦପଦବୀ, ପ୍ରଶାସନ, ପୋଲିସ୍‌, ଗଣମାଧ୍ୟମ ଓ ସାମାଜିକ ନେତୃତ୍ୱରେ ତାଙ୍କର କୌଣସି ପ୍ରଭାବ ନାହିଁ  । ରାଜନୈତିକ ପଦପଦବୀର ଏକ ସାଙ୍କେତିକ ପ୍ରଭାବ ରହିଥାଏ  । ୨୫ ଭାଗ ଆଦିବାସୀଙ୍କ ନେତୃତ୍ୱ ସବୁବେଳେ ଅଣ ଆଦିବାସୀଙ୍କ ହାତରେ ରହିଥିବାରୁ ସେମାନଙ୍କ ଭିତରେ ଏକପ୍ରକାର ଅସୁରକ୍ଷାର ବାତାବରଣ ରହି ଆସିଛି  ।

ଏକ ଛୋଟିଆ ଉଦାହରଣ ଦେଇ ଏହାକୁ ସ୍ପଷ୍ଟ କରାଯାଇପାରେ  । ଓଡିଶାର ଆଦିବାସୀ ବହୁଳ ଜିଲ୍ଲା କୋରାପୁଟ୍‌ର ପ୍ରଭାବଶାଳୀ ରାଜନୈତିକ ନେତୃତ୍ୱ କେଉଁମାନେ ? ଗମାଙ୍ଗ ପରିବାରକୁ ଛାଡିଦେଲେ ଏଠିକାର ନେତୃତ୍ୱ ଐତିହାସିକ ଦୃଷ୍ଟିରୁ କେଉଁମାନେ ନେଇ ଆସିଛନ୍ତି ? ହରିଶ୍‌ଚନ୍ଦ୍ର ବକ୍ସିପାତ୍ର, ରଘୁନାଥ ପଟ୍ଟନାୟକ, ରବି ନନ୍ଦ ପ୍ରମୁଖ ଆଦିବାସୀ ଜିଲ୍ଲାରୁ ଉଚ୍ଚବର୍ଗର ନେତୃତ୍ୱ ନେଇଛନ୍ତି  । ଗିରିଧର ଗମାଙ୍ଗ ଓ ଖଗପତି ପ୍ରଧାନୀ ଅବିଭକ୍ତ କୋରାପୁଟ ଜିଲ୍ଲାରୁ ସର୍ବାଧିକ ସମୟ ଲୋକସଭାରେ ରହିଥିଲେ ମଧ୍ୟ ରାଜ୍ୟ ରାଜନୀତିରେ ସେମାନେ କେବେ ବି ଆଗ ଧାଡିର ନେତା ଭାବରେ ପରିଗଣିତ ହୋଇନାହାନ୍ତି  । ବିଜେଡି ସରକାରରେ ମଧ୍ୟ ଅବସ୍ଥା ସମାନ  । ରାଜ୍ୟ ମନ୍ତ୍ରୀମଣ୍ଡଳରେ ଆଦିବାସୀ ନେତୃତ୍ୱକୁ ନବୀନ ପଟ୍ଟନାୟକ କେବେ ମଧ୍ୟ ଗୁରୁତ୍ୱ ଦେଇନାହାନ୍ତି  । ଲାଲ୍‌ ବିହାରୀ ହିମିରିକା ଓ ରମେଶ ମାଝୀଙ୍କ ଭଳି ଆଦିବାସୀ ପ୍ରତିନିଧିଙ୍କୁ ସବୁବେଳେ ଗୌଣ ପ୍ରଶାସନିକ ଦାୟିତ୍ୱ ଦିଆଯାଇଛି  । ତେଣୁ ଗୋଟିଏ କଥା ସ୍ପଷ୍ଟ ଯେ ଆଦିବାସୀଙ୍କ ନେତୃତ୍ୱକୁ ଆମ ଉଚ୍ଚବର୍ଗ ଗ୍ରହଣ କରିବାକୁ ସହଜରେ ପ୍ରସ୍ତୁତ ନୁହଁ  ।

 

 

Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼ ପରିବର୍ତ୍ତନ ଆଣିଲା CBSE: ଏବେ କପି କରି ଧାରା ହେଲେ ପାସ୍ ହେବା ଅସମ୍ଭବ

March 14, 2026

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026

ଭାରତକୁ ବଡ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀରେ ଦୁଇଟି LPG ଟ୍ୟାଙ୍କର ଆସିବାକୁ ଅନୁମତି ଦେଲା ଇରାନ

March 14, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026
Latest News

ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

March 14, 2026

ଜେଲରୁ ମୁକ୍ତ ହେବେ ସୋନମ ୱାଙ୍ଗଚୁକ: ଲଦାଖ ହିଂସା ଉପରେ ମୋଦି ସରକାରଙ୍କ ନିଷ୍ପତ୍ତି

March 14, 2026

ବଡ଼ ପରିବର୍ତ୍ତନ ଆଣିଲା CBSE: ଏବେ କପି କରି ଧାରା ହେଲେ ପାସ୍ ହେବା ଅସମ୍ଭବ

March 14, 2026

“ପ୍ରକୃତ ପରୀକ୍ଷା ଆସିବା ବାକି ଅଛି”: ସୌରଭ ଗାଙ୍ଗୁଲିଙ୍କ ଗୌତମ ଗମ୍ଭୀରଙ୍କୁ ସ୍ପଷ୍ଟ ଚେତାବନୀ

March 14, 2026

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.