Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଧାନସଭାରେ ନୂତନ ବାଚସ୍ପତି ସୁରମା ପାଢୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ବିଶେଷ ଖବର

ବିଧାନସଭାରେ ନୂତନ ବାଚସ୍ପତି ସୁରମା ପାଢୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

June 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ଓଡିଶା ବିଧାନସଭାର ନୂତନ ବାଚସ୍ପତି ଭାବେ ରଣପୁର ବିଧାୟିକା ସୁରମା ପାଢି ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହୋଇଛନ୍ତି। ସର୍ବସମ୍ମତିକ୍ରମେ ନିର୍ବାଚିତ ହେବା ପରେ ସୁରମାଙ୍କୁ ଆଜି ଦାୟିତ୍ଵ ଗ୍ରହଣ କରିଛନ୍ତି। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ଵାଇଁ ସୁରମାଙ୍କୁ ଦାୟିତ୍ଵ ପ୍ରଦାନ କରିଛନ୍ତି। ତେବେ ବାଚସ୍ପତି ଭାବେ ଦାୟିତ୍ଵ ଗ୍ରହଣ କରିବା ପରେ ନୂଆ ବାଚସ୍ପତି ସୁରମାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,

ମାନ୍ୟବର ବାଚସ୍ପତି ମହୋଦୟା,

ଆପଣ ଚଳିତ ସପ୍ତଦଶ ବିଧାନସଭାର ବାଚସ୍ପତି ଭାବେ ସର୍ବସମ୍ମତି କ୍ରମେ ମନୋନୀତ ହୋଇଥିବାରୁ ମୁଁ ଆପଣଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି।

ଆପଣ ଆଜି ଏହି ଦାୟିତ୍ଵ ଗ୍ରହଣ କରିବା ପରେ ମୁଁ ନିଶ୍ଚିତ ଭାବରେ ଆଶା କରୁଛି ଯେ, ଆପଣ ଏ ପବିତ୍ର ଗୃହର ଗର୍ବ, ଗରିମା ଓ ପଦମର୍ଯ୍ୟାଦା ରକ୍ଷାକରିବା ସହିତ ନିରପେକ୍ଷତା ଅବଲମ୍ବନ କରି ଏ ଗୃହକୁ ସଠିକ୍ ଭାବରେ ପରିଚାଳନା କରିପାରିବେ।

ଆମ୍ଭେମାନେ ସମସ୍ତେ ଓଡିଶାବାସୀଙ୍କ ପାଇଁ ନିଷ୍ଠାପର ଭାବେ ସେବାକରିବା ନିମନ୍ତେ ଦୃଢ ସଂକଳ୍ପବଦ୍ଧ। ମୋର ଆଶା, ଆମ୍ଭେମାନେ ସମସ୍ତେ ଏ ଗୃହ କାର୍ଯ୍ୟରେ ମାନ୍ୟବର ବାଚସ୍ପତି ମହୋଦୟାଙ୍କୁ ସାହାଯ୍ୟ ଓ ସହଯୋଗ କରିବା ଏବଂ ଗୃହର ପରମ୍ପରା ଓ ପଦମର୍ଯ୍ୟାଦା ବଜାୟ ରଖିବା।

ପରିଶେଷରେ, ମୁଁ ଏ ଗୃହର ମାନ୍ୟବର ସଦସ୍ୟା ଓ ସଦସ୍ୟ ମାନଙ୍କୁ ଧନ୍ୟବାଦ ଜଣାଉଛି ଏବଂ ମୋର ପ୍ରିୟ ଓଡିଶାବାସୀଙ୍କୁ ମଧ୍ୟ ଆନ୍ତରିକ ଶୁଭେଚ୍ଛା ଓ ଧନ୍ୟବାଦ ଜଣାଉଛି।

mohan charan majhi surama padhy
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ପିଲାଙ୍କ ସହ ଦେଖିଲେ ମୁଖ୍ୟମନ୍ତ୍ରୀ

February 6, 2026

ପୁରୀ ଅନ୍ନପୂର୍ଣ୍ଣା ଥିଏଟର ର ହେବ ପୁନଃଉଦ୍ଧାର, ମନ୍ତ୍ରୀ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ

February 6, 2026

ହୋଲି ଅବସରରେ ଯାତ୍ରୀଙ୍କ ସୁଗମ ପରିବହନ ପାଇଁ ରେକର୍ଡ ସଂଖ୍ୟକ ସ୍ୱତନ୍ତ୍ର ଟ୍ରେନ

February 6, 2026

ଏକ ହିନ୍ଦୀ ଫିଚର ଫିଲ୍ମ ପ୍ରିମିୟର ଦେଖି ଭାବ ବିହ୍ବଳ ହେଲେ ମୁଖ୍ୟମନ୍ତ୍ରୀ, କଲେ ଟାକ୍ସ ଫ୍ରି ଘୋଷଣା

February 6, 2026
Latest News

ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ପିଲାଙ୍କ ସହ ଦେଖିଲେ ମୁଖ୍ୟମନ୍ତ୍ରୀ

February 6, 2026

ପୁରୀ ଅନ୍ନପୂର୍ଣ୍ଣା ଥିଏଟର ର ହେବ ପୁନଃଉଦ୍ଧାର, ମନ୍ତ୍ରୀ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ

February 6, 2026

ହୋଲି ଅବସରରେ ଯାତ୍ରୀଙ୍କ ସୁଗମ ପରିବହନ ପାଇଁ ରେକର୍ଡ ସଂଖ୍ୟକ ସ୍ୱତନ୍ତ୍ର ଟ୍ରେନ

February 6, 2026

ଏକ ହିନ୍ଦୀ ଫିଚର ଫିଲ୍ମ ପ୍ରିମିୟର ଦେଖି ଭାବ ବିହ୍ବଳ ହେଲେ ମୁଖ୍ୟମନ୍ତ୍ରୀ, କଲେ ଟାକ୍ସ ଫ୍ରି ଘୋଷଣା

February 6, 2026

‘ପାକିସ୍ତାନର ନିଷ୍ପତ୍ତି ଭୁଲ’: ଭାରତ ସହିତ ନ ଖେଳିବା ନେଇ ଶ୍ରୀଲଙ୍କାର ବଡ଼ ବିବୃତ୍ତି

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.