Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମନ୍ତ୍ର ଉଚ୍ଚାରଣ ଭିତରେ ମୁଣ୍ଡିଆ ମାରି ଲୋକସେବା ଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ବିଶେଷ ଖବର

ମନ୍ତ୍ର ଉଚ୍ଚାରଣ ଭିତରେ ମୁଣ୍ଡିଆ ମାରି ଲୋକସେବା ଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

July 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ମନ୍ତ୍ର ଉଚ୍ଚାରଣ ଭିତରେ ମୁଣ୍ଡିଆ ମାରି ଲୋକସେବା ଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ପୁରା 22 ଦିନ ପରେ ଆଜି ଲୋକସେବା ଭବନରେ ପ୍ରବେଶ କରି କାମ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ସେ ଲୋକସେବା ଭବନରେ ପ୍ରବେଶ କରିବା ପରେ ପ୍ରଥମେ ଭିତରେ ଥିବା ପ୍ରବେଶ ଦ୍ବାର ପାଖରେ ମୁଣ୍ଡିଆ ମାରିଥିଲେ। ଏହାପରେ ସେ ତୃତୀୟ ମହଲାରେ ଥିବା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟକୁ ପ୍ରବେଶ କରିଥିଲେ। ସେଠାରେ ପଣ୍ଡିତମାନେ ମନ୍ତ୍ରୀପାଠ କରି ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଥିବା ଆସନରେ ବସାଇଥିଲେ।

ଆଜି ପୁର୍ବାହ୍ମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନକୁ ପ୍ରବେଶ କରିଥିଲେ। ତା ପୂର୍ବରୁ ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ, ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର, ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ସହିତ ମୁଖ୍ୟଶାସନ ସଚିବ, ବିଭିନ୍ନ ବିଭାଗର ସଚିବ ଏବଂ ସଚିବାଳୟ କର୍ମଚାରୀ ତାଙ୍କୁ ଫୁଲତୋଡା ଦେଇ ସ୍ବାଗତ କରିଥିଲେ। ଏହାପରେ ସେ ମୁଖ୍ୟ ଫାଟକରେ ସେ ମୁଣ୍ଡିଆ ମାରି ଲିଫ୍ଟରେ ତୃତୀୟ ମହଲାକୁ ଯାଇଥିଲେ।

ଆଜି ମୁଖ୍ୟମନ୍ତ୍ରୀ ଲୋକସେବା ଭବନକୁ ଆସିବେ ବୋଲି ଏହାର ମୁଖ୍ୟ ଫାଟକ, ତୃତୀୟ ମହଲା ଫାଟକରେ ଫୁଲର ତୋରଣରେ ସଜାଯାଇଥିଲା। ସେହିପରି ଗ୍ରାଉଣ୍ଡ ଫ୍ଲୋରରେ ଫୁଲର ଝୋଟି ପକାଯାଇ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରାଯାଇଥିଲା। ସେଠାରେ ସଚିବାଳୟ କର୍ମଚାରୀମାନେ ତାଙ୍କୁ ଫୁଲତୋଡା ଦେଇ ତୃତୀୟ ମହଲାକୁ ନେଇଥିଲେ।

ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝି ଶପଥ ନେବା ପରଠାରୁ ସେ ରାଜ୍ୟ ଅତିଥୀ ଭବନରେ ନିଜର କାର୍ଯ୍ୟ କରୁଥିଲେ। ଶପଥ ଦିନ ସେ ଲୋକସେବା ଭବନ ଆସି ତୃତୀୟ ମହଲା କନଫ୍ରେସନ ହଲରେ କ୍ୟାବିନେଟ ବୈଠକ କରିଥିଲେ। ହେଲେ ସେ ତାଙ୍କ କାର୍ଯ୍ୟାଳୟକୁ ଯାଇ ନ ଥିଲେ। ସେହିଠାରୁ ସେ କ୍ୟାବିନେଟ ବୈଠକ ସାରି ଫେରିଆସିଥିଲେ। ହେଲେ ଆଜି ସେ ରଂଗାରଂଗ ପରିବେଶ ମଧ୍ୟରେ ଲୋକସେବା ଭବନ ପ୍ରବେଶ କରି ତାଙ୍କ କାମ ଆରମ୍ଭ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

OSDMA ର ୩୮ତମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

February 12, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026
Latest News

OSDMA ର ୩୮ତମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

February 12, 2026

ଆଜି ଫେବୃୟାରୀ ୧୨ ତାରିଖ ଗୁରୁବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

February 12, 2026

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.