Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନୂଆ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କଲେ ମୁଖ୍ୟମନ୍ତ୍ରୀ: ସଚିବମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ
ବିଶେଷ ଖବର

ନୂଆ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କଲେ ମୁଖ୍ୟମନ୍ତ୍ରୀ: ସଚିବମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

July 6, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଅପରାହ୍ନରେ ଖାରବେଳ ଭବନ ଠାରେ ସବୁ ସଚିବ ମାନଙ୍କ ବୈଠକରେ ଯୋଗ ଦେଇ ନୂଆ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିବା ସହିତ ନିର୍ବାଚନ ପ୍ରତିଶୃତି ପାଳନ ପାଇଁ ବିଧିବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କ ଆଶା ଆକାଂକ୍ଷା ପୂରଣ କରିବା ଦିଗରେ ସରକାରଙ୍କ ଲକ୍ଷ୍ୟ ହାସଲ ଦିଗରେ ପ୍ରଶାସନିକ କଳର ସହଯୋଗ ସେ କାମନା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ସରକାର ଲୋକମାନଙ୍କ ପାଖରେ ୨୪ ଘଣ୍ଟା ଉତ୍ତରଦାୟୀ। ଜନପ୍ରତିନିଧି ଭାବରେ ଏବଂ ସରକାର ଭାବରେ ଆମେ ଲୋକଙ୍କ ଭିତରେ ରହିବାର ପ୍ରତିବଦ୍ଧତା ନେଇ କାମ କରୁଛୁ। ତେଣୁ ୨୧ଟି ପ୍ରମୁଖ ନିର୍ବାଚନ ପ୍ରତିଶୃତି ଗୁଡିକ କିପରି ଠିକ୍‌ ଭାବେ କାର୍ଯ୍ୟକାରୀ ହେବ, ତାହା ଆପଣମାନଙ୍କର ଗୁରୁଦାୟିତ୍ବ। ତେଣୁ ସେ ଦିଗରେ କାମ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଉ ୧୨ ବର୍ଷ ମଧ୍ୟରେ ସ୍ବତନ୍ତ୍ର ଓଡିଶାର ୧୦୦ ବର୍ଷ ପୂରଣ ହେବାକୁ ଯାଉଛି।

୨୦୪୭ ରେ ମଧ୍ୟ ଦେଶର ସ୍ବାଧୀନତାର ୧୦୦ ବର୍ଷ ପୂରଣ ହେବ। ତେଣୁ ଉଭୟ ଭିଜନକୁ ଦୃଷ୍ଟିରେ ରଖି ଆମକୁ ଓଡିଶା ପାଇଁ ଏକ ଭିଜନ-୨୦୩୬ ପ୍ରସ୍ତୁତ କରିବାକୁ ହେବ। ଗତ ୨୪ ବର୍ଷ ମଧ୍ୟରେ ଯାହା ହୋଇପାରି ନାହିଁ, ତାକୁ ଏହି ୫ ବର୍ଷରେ କରିବାକୁ ପଡିବ। ଏହାର ସଫଳତା ପାଇଁ ଆମକୁ ଏହି ୫ ବର୍ଷରେ କଠିନ ପରିଶ୍ରମ କରି ଆମର ସବୁ ଲକ୍ଷ୍ୟକୁ ହାସଲ କରିବାକୁ ପଡିବ। ଏହାଦ୍ବାରା ବିକଶିତ ଭାରତରେ ଓଡିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ସୁନାମ ହାସଲ କରିପାରିବ ବୋଲି ସେ କହିଥିଲେ।

ସେହିପରି ଲୋକଙ୍କ ଅଭିଯୋଗ ଶୁଣାଣି ପ୍ରକ୍ରିୟାକୁ ଅଧିକ ଦକ୍ଷ ଓ ପ୍ରଭାବଶାଳୀ କରିବା ପାଇଁ ସେ ପରାମର୍ଶ ଦେଇଥିଲେ। ଲୋକଙ୍କ ସହିତ ମିଶି ଆଲୋଚନା କରିବା ଦ୍ବାରା ସରକାରଙ୍କ ପ୍ରତି ଲୋକଙ୍କ ଭରସା ସୃଷ୍ଟି ହୁଏ। ଲୋକଙ୍କ ସରକାର ଭାବେ ମୋ ସରକାର କାମ କରିବା ମଧ୍ୟ ଆରମ୍ଭ କରିଦେଇଛି। ଲୋକ ଓ ସରକାରଙ୍କ ମଧ୍ୟରେ କୌଣସି ପ୍ରାଚୀର ରହିବା ଉଚିତ ନୁହେଁ। ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ଯେଉଁ ଭରସା ସୃଷ୍ଟି ହୋଇଛି, ସେ ଭରସା ଅତୁଟ ରହିବା ଦରକାର। ଲୋକମାନେ ଯେଉଁ ସମସ୍ୟା ନେଇ ଆମ ପାଖକୁ ଆସୁଛନ୍ତି, ତାହାର ସମାଧାନ ହେବା ଅତି ଜରୁରୀ। ଏଥିପାଇଁ ଟେକ୍‌ନୋଲୋଜି ସହିତ ଉପଯୁକ୍ତ ତଦାରଖ ବ୍ୟବସ୍ଥା (Monitoring) ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ।

ଓଡିଆ ଅସ୍ମିତା ପ୍ରସଙ୍ଗ ଉଠାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତ୍ୟେକ ବିଭାଗର କାର୍ଯ୍ୟକ୍ରମ ଯେପରି ଓଡିଆ ଭାଷାରେ ହୋଇପାରିବ, ସେଥିପାଇଁ ଆପଣମାନେ ପଦକ୍ଷେପ ନିଅନ୍ତୁ। କେନ୍ଦ୍ର ସରକାରଙ୍କ ଏକାଧିକ ଲୋକପ୍ରିୟ ଯୋଜନା ଓ ରାଜ୍ୟ ସରକାରଙ୍କ ସମସ୍ତ ଯୋଜନାର ସଫଳ ରୂପାୟନ ଉପରେ ସେ ଗୁରୁତ୍ବାରୋପ କରିଥିଲେ। ଏହିସବୁ ଯୋଜନାକୁ ତୃଟିଶୂନ୍ୟ ଓ ପ୍ରଭାବୀ ଢଙ୍ଗରେ ଆଗେଇ ନେବା ପାଇଁ ସମର୍ପିତ ଓ ସକ୍ରିୟ ହୋଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିକଶିତ ଓଡିଶା ନିର୍ମାଣ ପାଇଁ କାମ କରିବାର ସଂପୂର୍ଣ୍ଣ ସ୍ବାଧୀନତା ଆପଣମାନଙ୍କର ଅଛି। କିନ୍ତୁ ଆପଣମାନଙ୍କୁ ସ୍ବଚ୍ଛତା ଓ ଉତ୍ତରଦାୟିତ୍ବର ସୀମା ଭିତରେ କାମ କରିବାକୁ ହେବ। ପ୍ରତିଶୃତିକୁ ପାଳନ କରିବା ପାଇଁ ବଜେଟ ପରିମାଣ ଉପରେ ବିଚାର ବିମର୍ଶ କରନ୍ତୁ ଏବଂ ସେ ସବୁ ପ୍ରସଙ୍ଗରେ ଆଜିର ଦିନରେ କଣ ସ୍ଥିତି ଅଛି, ତା ଉପରେ ରିପୋର୍ଟ ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଥିଲେ।

ସେ କହିଥିଲେ ଯେ ମୋ ସରକାରର ରାଜନୈତିକ ଇଚ୍ଛା ଶକ୍ତି ଦୃଢ ଅଛି। ଦୁଇ ଉପ-ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀମଣ୍ଡଳର ସବୁ ସଦସ୍ୟ ସରକାରଙ୍କ କେନ୍ଦ୍ରବିନ୍ଦୁ । ନିର୍ଣ୍ଣୟ ପ୍ରକ୍ରିୟାରେ ସମସ୍ତଙ୍କ ଭାଗିଦାରୀ ଆମର ପ୍ରାଥମିକତା। ସବୁ ବିଭାଗର ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ମାନଙ୍କ ସହିତ ତଳସ୍ତରର କର୍ମଚାରୀଟିଏ ମଧ୍ୟ ସରକାରଙ୍କ ସଫଳତା ପାଇଁ ଖୁବ ଗୁରୁତ୍ବପୂର୍ଣ୍ଣ।

ଆମ ଦଳର ମତାମତ ସହିତ ବିରୋଧୀ ଦଳର ମତାମତକୁ ମଧ୍ୟ ଆମକୁ ଗୁରୁତ୍ବର ସହ ନେବାକୁ ପଡିବ। ତୃଣମୂଳସ୍ତରରେ ଜନପ୍ରତିନିଧି ମାନଙ୍କ ମତାମତ ମଧ୍ୟ ଗୁରୁତ୍ବପୂର୍ଣ୍ଣ। ସମସ୍ତେ ଏକ ଟିମ୍‌ ହୋଇ ଓଡିଶାର ବିକାଶର ଲକ୍ଷ୍ୟ ହାସଲ କରିବା ପାଇଁ କାମ କରିବାକୁ ପଡିବ ବୋଲି ସେ କହିଥିଲେ। ଓଡିଶା ଏବେ ଦେଶର ଏକ ପ୍ରମୁଖ ବିକାଶଶୀଳ ରାଜ୍ୟ ଭାବେ ମୁଣ୍ଡ ଟେକିଛି। ରାଜ୍ୟକୁ ବିକାଶର ଶିଖରରେ ପହଞ୍ଚାଇବା ଲକ୍ଷ୍ୟରେ ଆମେ କାମ ଆରମ୍ଭ କରିଛୁ।

ଶିକ୍ଷା, ସ୍ବାସ୍ଥ୍ୟ, ଦୁର୍ନୀତି ବିରୋଧୀ ପରିବେଶ, ସାମାଜିକ ନ୍ୟାୟ, ଆର୍ଥିକ ପ୍ରଗତି, ଜନଜାତି କଲ୍ୟାଣ ଓ ଉତ୍ତରଦାୟୀ ପ୍ରଶାସନ ଯୋଗାଇ ଦେବା ପାଇଁ ଆମେ ବଦ୍ଧ ପରିକର।

ପରିଶେଷରେ ସେ କହିଥିଲେ ଯେ, ପ୍ରଶାସନିକ ସଂସ୍କାର ଓ ବିଶ୍ବସନୀୟ ସେବା ପ୍ରଦାନ ଦିଗରେ ଆପଣମାନଙ୍କ ନିଷ୍ଠା ଓ କାର୍ଯ୍ୟଦକ୍ଷତା ଆମକୁ ସଫଳତାର ଶୀର୍ଷରେ ପହଞ୍ଚାଇବ, ଏ ବିଶ୍ବାସ ମୋର ରହିଛି। ଆପଣମାନଙ୍କ ସହଯୋଗରେ ଏକ ବିକଶିତ ଓଡିଶା ଗଠନର ଲକ୍ଷ୍ୟ ହାସଲ ହେବ ବୋଲି ସେ ଆଶା ଓ ବିଶ୍ବାସ ପ୍ରକଟ କରିଥିଲେ।

ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ। ସବୁ ବିଭାଗର ସଚିବ ମାନେ ସେମାନଙ୍କ ବିଭାଗର କାର୍ଯ୍ୟକ୍ରମ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ସରକାରଙ୍କ ଆଭିମୁଖ୍ୟକୁ ନେଇ ସେମାନେ କିପରି ନୂଆ ଯୋଜନା ଓ କାର୍ଯ୍ୟକ୍ରମ ପ୍ରସ୍ତୁତ କରୁଛନ୍ତି, ସେ ବିଷୟରେ ମଧ୍ୟ ସୂଚନା ଦେଇଥିଲେ।

mohan charan majhi Odisha ଖାରବେଳ ଭବନ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପି ରାଜ୍ୟ ସଭାପତିଙ୍କ ଦିଲ୍ଲୀଗସ୍ତ: ଜାଣନ୍ତୁ କାରଣ

August 18, 2025

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ: ୮ଟି ଠିକଣାରେ ଚଢାଉ ଜାରି

August 18, 2025

ଭାରତ ସହିତ ସମ୍ପର୍କ ନଷ୍ଟ କରିବା ଟ୍ରମ୍ପଙ୍କ ପାଇଁ ବଡ଼ ଭୁଲ ପ୍ରମାଣିତ ହେବ: ଆମେରିକୀୟ ଲେଖକ

August 18, 2025

ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ସ୍ମୃତି ଉତ୍ସବ ଅନୁଷ୍ଠିତ

August 18, 2025
Latest News

NDAର CP ରାଧାକୃଷ୍ଣନଙ୍କ ବିରୋଧରେ ଇଣ୍ଡି ମେଣ୍ଟରୁ କିଏ?: ଉତ୍ତର ଦେଲେ SP ନେତା

August 18, 2025

ବାଣପୁର ଏନଏସି ଇଓଙ୍କୁ ୫ ଲକ୍ଷର କ୍ଷତିପୂରଣ ନୋଟିସ ପଠାଇଲେ ଆଇନଜୀବୀ

August 18, 2025

ବିଜେପି ରାଜ୍ୟ ସଭାପତିଙ୍କ ଦିଲ୍ଲୀଗସ୍ତ: ଜାଣନ୍ତୁ କାରଣ

August 18, 2025

ଫିକା ପଡ଼ିଲା ସୁନାର ଚମକ: ଜାଣନ୍ତୁ ଆଜିର ମୂଲ୍ୟ କେତେ?

August 18, 2025

ଭୋଟ ଚୋରି ପ୍ରସଙ୍ଗ: ସିଇସି ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିବେ ବିରୋଧୀ!

August 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.