Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କ୍ୟାବିନେଟରେ ୫ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଶିକ୍ଷା, କୃଷି, ଶ୍ରମିକ, ଓଡ଼ିଆ ଅସ୍ମିତାଙ୍କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ବିଶେଷ ଖବର

କ୍ୟାବିନେଟରେ ୫ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଶିକ୍ଷା, କୃଷି, ଶ୍ରମିକ, ଓଡ଼ିଆ ଅସ୍ମିତାଙ୍କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

July 10, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟ କ୍ୟାବିନେଟର ୦୫ ଟି ପ୍ରସ୍ତାବକୁ ଅନୁମୋଦନ
ରାଜ୍ୟ କ୍ୟାବିନେଟର ୦୫ ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ କ୍ୟାବିନେଟର ଦ୍ୱିତୀୟ ବୈଠକରେ ଅଧ୍ୟକ୍ଷତା କରି ଏଥିରେ ଗ୍ରହଣ କରାଯାଇଥିବା ୫ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ବିଷୟରେ ଘୋଷଣା କରିଛନ୍ତି। ଆଜିର ବୈଠକରେ କୃଷି ଓ କୃଷକର ସର୍ବାଙ୍ଗୀନ ଉନ୍ନତି, ଶ୍ରମିକଙ୍କ ଜୀବନ ଜୀବିକାର ଉନ୍ନତି, ଓଡ଼ିଆ ଅସ୍ମିତାର ସୁରକ୍ଷା ଓ ପ୍ରସାର, ଏବଂ ମୌଳିକ ଶିକ୍ଷାର ଗୁଣାତ୍ମକ ମାନର ବିକାଶ ପାଇଁ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ନିଷ୍ପତ୍ତି ଗୁଡିକ ହେଲା–

୧- ସର୍ବନିମ୍ନ ମଜୁରୀ ହାରରେ ବୃଦ୍ଧି। ପୂର୍ବରୁ ଅଣ-କୁଶଳୀ, ଅର୍ଦ୍ଧ-କୁଶଳୀ, କୁଶଳୀ ଓ ଉଚ୍ଚ-କୁଶଳୀ ଶ୍ରମିକମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରୀ ଯଥାକ୍ରମେ- ୩୫୨ ଟଙ୍କା, ୩୯୨ ଟଙ୍କା, ୪୪୨ ଟଙ୍କା ଓ ୫୦୨ ଟଙ୍କା ଥିବା ବେଳେ ବର୍ତ୍ତମାନ ଏହା ଯଥାକ୍ରମେ- ୪୫୦ ଟଙ୍କା, ୫୦୦ ଟଙ୍କା, ୫୫୦ ଟଙ୍କା ଓ ୬୦୦ ଟଙ୍କା କୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି।

୨- ରାଜ୍ୟ ସରକାର ଓଡିଆ ଅସ୍ମିତା ଉପରେ ଗୁରୁତ୍ୱ ଦେଉଛନ୍ତି ଏବଂ ଏଥିପାଇଁ ଆଜି ରାଜ୍ୟ କ୍ୟାବିନେଟ ୨୦୦ କୋଟି ଟଙ୍କାର ଏକ ସ୍ୱତନ୍ତ୍ର ପାଣ୍ଠି (Corpus Fund) ଗଠନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛି। ଏହି ପାଣ୍ଠିରେ ଓଡିଆ ଅସ୍ମିତା ଭବନ ଗଠନ, ଓଡିଆ ଅନୁବାଦ ଏକାଡେମୀ ପ୍ରତିଷ୍ଠା, ବିଶ୍ୱସ୍ତରୀୟ ତାଳପତ୍ର ପୋଥି ସଂଗ୍ରହାଳୟ ପ୍ରତିଷ୍ଠା, ପାଇକ ବିଦ୍ରୋହ ସ୍ମାରକୀର ଉନ୍ନତିକରଣ, ବାଲିଯାତ୍ରାକୁ ଅନ୍ତର୍ଜାତୀୟ ମାନ୍ୟତା ପ୍ରଦାନ ପାଇଁ ପ୍ରୟାସ, କଳାକାରମାନଙ୍କୁ ପ୍ରୋତ୍ସାହନ, ଓଡିଶୀ ନୃତ୍ୟ ଓ ସଙ୍ଗୀତ ପ୍ରଶିକ୍ଷଣ ନିମନ୍ତେ ଆର୍ଥିକ ପ୍ରୋତ୍ସାହନ, ଜାତୀୟ ବିଶ୍ୱବିଦ୍ୟାଳୟ ଓ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟରେ ଓଡିଆ ଚେୟାର ପ୍ରତିଷ୍ଠା, ଜିଲ୍ଲାସ୍ତରରେ ଇ-ଗ୍ରନ୍ଥାଳୟ ସ୍ଥାପନ ଏବଂ ସାଂସ୍କୃତିକ ଦଳ ପରିଚାଳନା ବ୍ୟବସ୍ଥା ଆଦି କାର୍ଯ୍ୟକ୍ରମ ଗ୍ରହଣ କରାଯିବ।

ଏଥିପାଇଁ ବିସ୍ତୃତ ମାର୍ଗଦର୍ଶିକା ପ୍ରସ୍ତୁତ କରିବାକୁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଆଗାମୀ ଦିନରେ ଏହି ପାଣ୍ଠିର ପରିମାଣ ଆହୁରି ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ଦ୍ୱାରା ଓଡିଆ ଅସ୍ମିତା ଉଜ୍ଜୀବିତ ହେବା ସହିତ ଓଡିଶାର କଳା, ସ୍ଥାପତ୍ୟ, ସାହିତ୍ୟ, ସଂସ୍କୃତି ଓ ଐତିହ୍ୟର ପ୍ରଚାର ପ୍ରସାର କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରିବ।

୩- ଓଡିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ଦ୍ୱାରା ୧୮,୭୮୮ ପ୍ରାର୍ଥୀଙ୍କ ଚୟନ ତାଲିକା ପ୍ରକାଶ ନିମନ୍ତେ ପ୍ରସ୍ତାବ ଗ୍ରହଣ କରାଯାଇଛି।

ଏହି ଆଧାରରେ ନିଯୁକ୍ତି ପ୍ରକ୍ରିୟାକୁ ତ୍ବରାନ୍ବିତ କରିବାକୁ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ ଯେ ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶିକ୍ଷାର ଗୁଣାତ୍ମକମାନ ବୃଦ୍ଧି ନିମନ୍ତେ ୨୦,୦୦୦ କନିଷ୍ଠ ଶିକ୍ଷକ (ଯୋଜନା ଭିତ୍ତିକ) ନିଯୁକ୍ତି ନିମନ୍ତେ ଓଡିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ପକ୍ଷରୁ ବିଜ୍ଞାପନ ପ୍ରକାଶ କରାଯାଇଥିଲା। ଏହି ମାମଲାର ବିଚାର କରି ମାନ୍ୟବର ଉଚ୍ଚ ନ୍ୟାୟଳୟ Computer Based Test ଆଧାରରେ ଆବେଦନକାରୀଙ୍କ ଯୋଗ୍ୟତା ଭିତ୍ତିକ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

୪- ରାଜ୍ୟର ଅଚଳ ଉଠା ଜଳସେଚନ ପ୍ରକଳ୍ପକୁ ସଚଳ କରିବା ଏବଂ ପୁରୁଣା ସଚଳ ପ୍ରକଳ୍ପକୁ ସୁଦୃଢୀକରଣ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିରେ ୨୦୬୫ଟି ଅଚଳ ପ୍ରକଳ୍ପକୁ ସଚଳ କରାଯାଇ ୫୯,୨୯୨ ହେକ୍ଟର ଚାଷ ଜମିକୁ ପୁନଃ ଜଳସେଚିତ କରାଯିବ । ଏହା ସହିତ ୧୦,୧୫୨ଟି ପୁରୁଣା ସଚଳ ପ୍ରକଳ୍ପର ଦୃଢୀକରଣ କରାଯାଇ ୨,୨୬,୮୮୬ ହେକ୍ଟର ପରିମିତ ସେଚାଞ୍ଚଳ ଚାଷ ଜମିରେ ଜଳସେଚନର କ୍ଷମତା ବୃଦ୍ଧି କରାଯିବ।

ଏହି କାର୍ଯ୍ୟକ୍ରମ ପାଇଁ ଆସନ୍ତା ୫ ବର୍ଷରେ ରାଜ୍ୟ ସରକାର ନିଜସ୍ୱ ସମ୍ବଳରୁ ୧୦୮୪.୩୮ କୋଟି ଟଙ୍କା ଖର୍ଚ୍ଚ କରିବା ପ୍ରସ୍ତାବ କ୍ୟାବିନେଟରେ ଅନୁମୋଦିତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

୫- ସେହିପରି ରାଜ୍ୟର ସମସ୍ତ ଯୋଗ୍ୟ କୃଷକ ପରିବାରକୁ ପି.ଏମ୍. କିଷାନ ଯୋଜନାରେ ଆର୍ଥିକ ସହାୟତା ଦେବା ପାଇଁ କେନ୍ଦ୍ର ସରକାରଙ୍କ ମାର୍ଗଦର୍ଶିକାକୁ ଅବଲମ୍ବନ କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି।

ଏହା ଦ୍ୱାରା ମଧ୍ୟମ, ବୃହତ, ସହରାଞ୍ଚଳର ଚାଷୀମାନେ ଉପକୃତ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏଥିପାଇଁ ସ୍ୱତନ୍ତ୍ର ଅଭିଯାନ ଗ୍ରହଣ କରାଯାଇ ସମସ୍ତ ଯୋଗ୍ୟ ହିତାଧିକାରୀମାନଙ୍କୁ ସାମିଲ କରାଯିବ।

ମୋହନ ଚରଣ ମାଝୀ ରାଜ୍ୟ କ୍ୟାବିନେଟ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏସଟି ହ୍ରାସର ପ୍ରଭାବ: ପୂଜା ସମୟରେ ରେକର୍ଡ ସଂଖ୍ୟକ କାରବାର, ଜାଣନ୍ତୁ କେତେ କାର ହେଲା ବିକ୍ରି

October 4, 2025

ଭୁବନେଶ୍ବରର ଧଉଳିଗିରି କାହିଁକି ହେଲା? କିଏ କଲା? ଇତିହାସ କଣ? କେବେ ଜାଣିବାକୁ ଚେଷ୍ଠା କରିଛନ୍ତି କି?

October 4, 2025

ଆଇଆଇଏମ ସମ୍ବଲପୁରର ୧୧ତମ ପ୍ରତିଷ୍ଠା ଦିବସରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଉଦବୋଧନ

October 3, 2025

ବାଣପୁର ମା ଭଗବତୀଙ୍କ ଶାରଦୀୟ ପର୍ବ ଶେଷ, ଛଅ ଭଉଣୀଙ୍କୁ ମେଲାଣୀ ଦେଇ ବାପଘରକୁ ବାହୁଡ଼ିଲେ ମା’ 

October 3, 2025
Latest News

ଜିଏସଟି ହ୍ରାସର ପ୍ରଭାବ: ପୂଜା ସମୟରେ ରେକର୍ଡ ସଂଖ୍ୟକ କାରବାର, ଜାଣନ୍ତୁ କେତେ କାର ହେଲା ବିକ୍ରି

October 4, 2025

ଭୁବନେଶ୍ବରର ଧଉଳିଗିରି କାହିଁକି ହେଲା? କିଏ କଲା? ଇତିହାସ କଣ? କେବେ ଜାଣିବାକୁ ଚେଷ୍ଠା କରିଛନ୍ତି କି?

October 4, 2025

ରେଳ ମନ୍ତ୍ରଣାଳୟର ବଡ ନିଷ୍ପତି, ବ୍ରହ୍ମପୁର ସୁରତ ଅମୃତ ଭାରତ ସାପ୍ତାହିକ ଏକ୍ସପ୍ରେସ ନିୟମିତ ଚାଲିବ, ଜାଣନ୍ତୁ ପୁରା ସୂଚନା

October 4, 2025

ଆଜି ଅକ୍ଟୋବର ଚାରି ତାରିଖ ଶନିବାରରେ ଏହି ତିନୋଟି ରାଶିର ଭାଗ୍ୟ ଫିଟିଲା…

October 4, 2025

ଆଇଆଇଏମ ସମ୍ବଲପୁରର ୧୧ତମ ପ୍ରତିଷ୍ଠା ଦିବସରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଉଦବୋଧନ

October 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.