Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଲୋକଙ୍କ ସରକାର ପ୍ରସ୍ତୁତ କରିବ ‘ଲୋକଙ୍କ ବଜେଟ୍’, ସମସ୍ତଙ୍କ ଆଶା ଆକାଂକ୍ଷାକୁ ପ୍ରତିଫଳିତ କରିବ- ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଲୋକଙ୍କ ସରକାର ପ୍ରସ୍ତୁତ କରିବ ‘ଲୋକଙ୍କ ବଜେଟ୍’, ସମସ୍ତଙ୍କ ଆଶା ଆକାଂକ୍ଷାକୁ ପ୍ରତିଫଳିତ କରିବ- ମୁଖ୍ୟମନ୍ତ୍ରୀ

July 12, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆମର ବଜେଟ୍ ଟି ଯେପରି ବାସ୍ତବରେ ‘ଲୋକଙ୍କ ବଜେଟ୍’ ଭାବରେ ସମସ୍ତଙ୍କ ଆଶା ଆକାଂକ୍ଷାକୁ ପ୍ରତିଫଳିତ କରିବ, ସେଥିପାଇଁ ଆମର ଉଦ୍ୟମ ଜାରି ରହିଛି। ସେଥିପାଇଁ ସମାଜର ସବୁ ବର୍ଗଙ୍କ ମତାମତ ଆମେ ଗ୍ରହଣ କରୁଛୁ। ଲୋକଙ୍କ ସରକାର ଭାବରେ ସାଧାରଣ ଜନତାଙ୍କ ମତାମତକୁ ଗୁରୁତ୍ୱ ଦେବାର ଆମର ପରମ୍ପରା ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଜି ଲୋକସେବା ଭବନର କନ୍‌ଭେନ୍‌ସନ୍ ହଲ୍ ଠାରେ ଆୟୋଜିତ ପ୍ରାକ୍ ବଜେଟ୍ ଆଲୋଚନାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏହି ବୈଠକରେ ବିଭିନ୍ନ ନାଗରିକ ସମାଜ (Civil Society), ବିଶେଷଜ୍ଞ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡା, ଅର୍ଥ ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଏବଂ ଅର୍ଥ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଏଥିରେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ ଚନ୍ଦ୍ର ଘଡାଇ, ପଞ୍ଚାନନ କାନୁନଗୋ, ଶଶୀଭୂଷଣ ବେହେରା, ପୂର୍ବତନ ଅର୍ଥ ସଚିବ ଗଣ, RBI ର ଆଞ୍ଚଳିକ ନିର୍ଦ୍ଦେଶକ, ନାବାର୍ଡ ଜେନେରାଲ ମ୍ୟାନେଜର ପ୍ରମୁଖ ବିଭିନ୍ନ କ୍ଷେତ୍ରର ପ୍ରାୟ ୨୬ ଜଣ ବିଶିଷ୍ଠ ବ୍ୟକ୍ତି ସେମାନଙ୍କ ମତାମତ ଦେଇଥିଲେ।

ବୈଠକ ପରେ ଗଣମାଧ୍ୟମକୁ ନିଜର ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଆପଣମାନେ ଜାଣନ୍ତି ଆମ ସରକାର ପ୍ରଥମରୁ ହିଁ ଲୋକଙ୍କ ସରକାର ଭାବରେ ସାଧାରଣ ଜନତାଙ୍କ ମତାମତକୁ ଗୁରୁତ୍ବ ଦେଇ ଆସୁଛି।

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ ଆଗାମୀ ୨୫ ତାରିଖରେ ବିଧାନ ସଭାରେ ଉପସ୍ଥାପିତ ହେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଅନଲାଇନ ଜରିଆରେ ଲୋକଙ୍କ ମତାମତ ସଂଗ୍ରହ କରିଥିଲୁ। ଖୁସିର କଥା ଏଥିରେ ଆମେ ପ୍ରାୟ ୧୨ ହଜାରରୁ ଅଧିକ ମତାମତ ପାଇଛୁ। ପୂର୍ବ ବର୍ଷ ଅପେକ୍ଷା ଏହା ପ୍ରାୟ ଛଅ ଗୁଣ ଅଧିକ। ବଜେଟ୍ ପ୍ରସ୍ତୁତି ପ୍ରକ୍ରିୟାରେ ଲୋକଙ୍କ ଏପରି ବ୍ୟାପକ ଅଂଶ ଗ୍ରହଣ ଆମ ପାଇଁ ଖୁବ୍ ଉତ୍ସାହ ଜନକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସମସ୍ତଙ୍କ ମୂଲ୍ୟବାନ ମତାମତ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ। ଆଗାମୀ ବଜେଟ୍ ରେ ଏହି ସବୁ ମତାମତକୁ ପ୍ରତିଫଳିତ କରିବାକୁ ସରକାର ଯଥା ସମ୍ଭବ ଉଦ୍ୟମ କରି ଲୋକଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବାକୁ ପ୍ରଚେଷ୍ଟା କରିବେ ବୋଲି ସେ କହିଥିଲେ।

ମୋହନ ଚରଣ ମାଝୀ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିର ସାଂଗଠନିକ ସମୀକ୍ଷା ଅଭିଯାନ: ନିଜ ଅଞ୍ଚଳ ଛାଡ଼ି ଅନ୍ୟ ନିର୍ବାଚନମଣ୍ଡଳୀ ବୁଲିବେ ବିଧାୟକ ଓ ମନ୍ତ୍ରୀ

November 28, 2026

ପରିସୀମନ ବିଲ୍ ପ୍ରସଙ୍ଗ: ବିଜେପି ସହିତ କିପରି ଏକାଠି ହେଲା ଡିଏମକେ?, ଜାଣନ୍ତୁ…

November 28, 2026

Rooftop Sports Turf: ଭୁବନେଶ୍ୱରରେ ଉଦ୍‌ଘାଟିତ ହେଲା ପ୍ରଥମ ଅତ୍ୟାଧୁନିକ ରୁଫ୍‌ଟପ୍ ସ୍ପୋର୍ଟସ୍ ଟର୍ଫ ‘Cloud 9’

November 28, 2026

ଭୁବନେଶ୍ୱରରେ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସ ୨୦୨୬

November 28, 2026
Latest News

ନିର୍ବାଚନ ଲଢ଼ିବାର ସର୍ବନିମ୍ନ ବୟସ ହ୍ରାସ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

November 28, 2026

ବିଜେପିର ସାଂଗଠନିକ ସମୀକ୍ଷା ଅଭିଯାନ: ନିଜ ଅଞ୍ଚଳ ଛାଡ଼ି ଅନ୍ୟ ନିର୍ବାଚନମଣ୍ଡଳୀ ବୁଲିବେ ବିଧାୟକ ଓ ମନ୍ତ୍ରୀ

November 28, 2026

ପରିସୀମନ ବିଲ୍ ପ୍ରସଙ୍ଗ: ବିଜେପି ସହିତ କିପରି ଏକାଠି ହେଲା ଡିଏମକେ?, ଜାଣନ୍ତୁ…

November 28, 2026

ପରିସୀମନ ବିଲ୍ କୁ ନେଇ ବିବାଦ ଜାରି: ତିନୋଟି ପ୍ରମୁଖ ଦାବି ରଖିଲା କଂଗ୍ରେସ

November 28, 2026

Rooftop Sports Turf: ଭୁବନେଶ୍ୱରରେ ଉଦ୍‌ଘାଟିତ ହେଲା ପ୍ରଥମ ଅତ୍ୟାଧୁନିକ ରୁଫ୍‌ଟପ୍ ସ୍ପୋର୍ଟସ୍ ଟର୍ଫ ‘Cloud 9’

November 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.