Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଲୋକଙ୍କ ସରକାର ପ୍ରସ୍ତୁତ କରିବ ‘ଲୋକଙ୍କ ବଜେଟ୍’, ସମସ୍ତଙ୍କ ଆଶା ଆକାଂକ୍ଷାକୁ ପ୍ରତିଫଳିତ କରିବ- ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଲୋକଙ୍କ ସରକାର ପ୍ରସ୍ତୁତ କରିବ ‘ଲୋକଙ୍କ ବଜେଟ୍’, ସମସ୍ତଙ୍କ ଆଶା ଆକାଂକ୍ଷାକୁ ପ୍ରତିଫଳିତ କରିବ- ମୁଖ୍ୟମନ୍ତ୍ରୀ

July 12, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆମର ବଜେଟ୍ ଟି ଯେପରି ବାସ୍ତବରେ ‘ଲୋକଙ୍କ ବଜେଟ୍’ ଭାବରେ ସମସ୍ତଙ୍କ ଆଶା ଆକାଂକ୍ଷାକୁ ପ୍ରତିଫଳିତ କରିବ, ସେଥିପାଇଁ ଆମର ଉଦ୍ୟମ ଜାରି ରହିଛି। ସେଥିପାଇଁ ସମାଜର ସବୁ ବର୍ଗଙ୍କ ମତାମତ ଆମେ ଗ୍ରହଣ କରୁଛୁ। ଲୋକଙ୍କ ସରକାର ଭାବରେ ସାଧାରଣ ଜନତାଙ୍କ ମତାମତକୁ ଗୁରୁତ୍ୱ ଦେବାର ଆମର ପରମ୍ପରା ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଜି ଲୋକସେବା ଭବନର କନ୍‌ଭେନ୍‌ସନ୍ ହଲ୍ ଠାରେ ଆୟୋଜିତ ପ୍ରାକ୍ ବଜେଟ୍ ଆଲୋଚନାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏହି ବୈଠକରେ ବିଭିନ୍ନ ନାଗରିକ ସମାଜ (Civil Society), ବିଶେଷଜ୍ଞ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡା, ଅର୍ଥ ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଏବଂ ଅର୍ଥ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଏଥିରେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ ଚନ୍ଦ୍ର ଘଡାଇ, ପଞ୍ଚାନନ କାନୁନଗୋ, ଶଶୀଭୂଷଣ ବେହେରା, ପୂର୍ବତନ ଅର୍ଥ ସଚିବ ଗଣ, RBI ର ଆଞ୍ଚଳିକ ନିର୍ଦ୍ଦେଶକ, ନାବାର୍ଡ ଜେନେରାଲ ମ୍ୟାନେଜର ପ୍ରମୁଖ ବିଭିନ୍ନ କ୍ଷେତ୍ରର ପ୍ରାୟ ୨୬ ଜଣ ବିଶିଷ୍ଠ ବ୍ୟକ୍ତି ସେମାନଙ୍କ ମତାମତ ଦେଇଥିଲେ।

ବୈଠକ ପରେ ଗଣମାଧ୍ୟମକୁ ନିଜର ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଆପଣମାନେ ଜାଣନ୍ତି ଆମ ସରକାର ପ୍ରଥମରୁ ହିଁ ଲୋକଙ୍କ ସରକାର ଭାବରେ ସାଧାରଣ ଜନତାଙ୍କ ମତାମତକୁ ଗୁରୁତ୍ବ ଦେଇ ଆସୁଛି।

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ ଆଗାମୀ ୨୫ ତାରିଖରେ ବିଧାନ ସଭାରେ ଉପସ୍ଥାପିତ ହେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଅନଲାଇନ ଜରିଆରେ ଲୋକଙ୍କ ମତାମତ ସଂଗ୍ରହ କରିଥିଲୁ। ଖୁସିର କଥା ଏଥିରେ ଆମେ ପ୍ରାୟ ୧୨ ହଜାରରୁ ଅଧିକ ମତାମତ ପାଇଛୁ। ପୂର୍ବ ବର୍ଷ ଅପେକ୍ଷା ଏହା ପ୍ରାୟ ଛଅ ଗୁଣ ଅଧିକ। ବଜେଟ୍ ପ୍ରସ୍ତୁତି ପ୍ରକ୍ରିୟାରେ ଲୋକଙ୍କ ଏପରି ବ୍ୟାପକ ଅଂଶ ଗ୍ରହଣ ଆମ ପାଇଁ ଖୁବ୍ ଉତ୍ସାହ ଜନକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସମସ୍ତଙ୍କ ମୂଲ୍ୟବାନ ମତାମତ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ। ଆଗାମୀ ବଜେଟ୍ ରେ ଏହି ସବୁ ମତାମତକୁ ପ୍ରତିଫଳିତ କରିବାକୁ ସରକାର ଯଥା ସମ୍ଭବ ଉଦ୍ୟମ କରି ଲୋକଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବାକୁ ପ୍ରଚେଷ୍ଟା କରିବେ ବୋଲି ସେ କହିଥିଲେ।

ମୋହନ ଚରଣ ମାଝୀ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026
Latest News

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ଆଜି ଜୁନ୍ ୨୭ ତାରିଖ ଶନିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.