Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶା ପାଇଁ ପ୍ରସ୍ତୁତ ହେବ ଭିଜନ ଡକ୍ୟୁମେଣ୍ଟ ୨୦୩୬ , ମୁଖ୍ୟମନ୍ତ୍ରୀଙ୍କ ସହ ନୀତି ଆୟୋଗ ସିଇଓଙ୍କ ଆଲୋଚନା
ବିଶେଷ ଖବର

ଓଡିଶା ପାଇଁ ପ୍ରସ୍ତୁତ ହେବ ଭିଜନ ଡକ୍ୟୁମେଣ୍ଟ ୨୦୩୬ , ମୁଖ୍ୟମନ୍ତ୍ରୀଙ୍କ ସହ ନୀତି ଆୟୋଗ ସିଇଓଙ୍କ ଆଲୋଚନା

August 7, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶା ପାଇଁ ପ୍ରସ୍ତୁତ ହେବ ଭିଜନ ଡକ୍ୟୁମେଣ୍ଟ ୨୦୩୬ , ମୁଖ୍ୟମନ୍ତ୍ରୀଙ୍କ ସହ ନୀତି ଆୟୋଗ ସିଇଓଙ୍କ ଆଲୋଚନା

ଭୁବନେଶ୍ବର: ବିକଶିତ ଓଡିଶାର ସ୍ୱପ୍ନକୁ ସାକାର କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନୀତି ଆୟୋଗ ଆଗେଇ ଆସିଛି। ଆଜି ଲୋକସେବା ଭବନରେ ନୀତି ଆୟୋଗର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ବି.ଭି.ଆର୍ ସୁବ୍ରମନିୟମ୍ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡିଶା ପାଇଁ ଏକ ଭିଜନ ଡକ୍ୟୁମେଣ୍ଟ ୨୦୩୬ ଏବଂ ଭିଜନ ଡକ୍ୟୁମେଣ୍ଟ ୨୦୪୭ ପ୍ରସ୍ତୁତ କରିବା ସମ୍ପର୍କରେ ଆଲୋଚନା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ବିଭିନ୍ନ କ୍ଷେତ୍ରରେ ବିକାଶର ବ୍ୟାପକ ସମ୍ଭାବନା ରହିଛି। ସମ୍ଭାବନାକୁ ସଫଳତାରେ ପରିଣତ କରିବା ଓ ଉପଯୁକ୍ତ କାର୍ଯ୍ୟାନ୍ବୟନ ଦ୍ୱାରା ବିକାଶର ଲକ୍ଷ୍ୟ ହାସଲ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ସେ କହିଥିଲେ।

ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତରେ ଓଡିଶା ଏକ ସମୃଦ୍ଧ ଇଂଜିନ ହେବାର ଲକ୍ଷ୍ୟ ରଖିଛି ବୋଲି ସେ କହିଥିଲେ। ଏହା ପୂର୍ବରୁ ୨୦୩୬ରେ ସ୍ୱତନ୍ତ୍ର ଓଡିଶା ଗଠନର ୧୦୦ ବର୍ଷ ପୂରଣ ହେଉଛି । ତେଣୁ ୨୦୩୬ ଓ ୨୦୪୭କୁ ଲକ୍ଷ୍ୟ ରଖି ଦୁଇଟି ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ସେ ପ୍ରସ୍ତାବ ଦେଇଥିଲେ।

ସେ କହିଥିଲେ ଯେ ବର୍ତ୍ତମାନ ଓଡିଶାର ଅର୍ଥନୀତିର ଆକାର ୧୦୦ ବିଲିଅନ୍ ଡଲାରୁ ଅଧିକ ଅଛି। ୨୦୩୬ ସୁଦ୍ଧା ୫୦୦ ବିଲିଅନ୍ ଡଲାର ଓ ୨୦୪୭ ସୁଦ୍ଧା ୧.୫୦ ଟ୍ରିଲିଅନ୍ ଡଲାର ଅର୍ଥନୀତି ହାସଲ କରିବା ପାଇଁ ଓଡିଶା ଲକ୍ଷ୍ୟ ରଖିଛି ବୋଲି ସେ କହିଥିଲେ।

ନୀତି ଆୟୋଗର ସି.ଇ.ଓ ଶ୍ରୀ ସୁବ୍ରମନିୟମ କହିଥିଲେ ଯେ ପ୍ରଧାନମନ୍ତ୍ରୀଙ୍କ ଓଡିଶାର ବିକାଶ ଉପରେ ସ୍ୱତନ୍ତ୍ର ଧ୍ୟାନ ରହିଛି। ୨୦୪୭ର ବିକଶିତ ଭାରତ ଲକ୍ଷ୍ୟ ହାସଲ ପାଇଁ ସବୁ ରାଜ୍ୟର ବିକାଶ ଦରକାର। ଓଡିଶା କ୍ଷେତ୍ରରେ ୨୦୩୬ ଓ ୨୦୪୭କୁ ଲକ୍ଷ୍ୟ ରଖି ଦୁଇଟି ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ନୀତି ଆୟୋଗ ପୂର୍ଣ୍ଣ ସହଯୋଗ ଯୋଗାଇଦେବ ବୋଲି ସେ କହିଥିଲେ।

ଆଲୋଚନାରୁ ନିଷ୍ପତ୍ତି ହୋଇଥିଲା ଯେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଷ୍ଟିୟରିଂ କମିଟି ଗଠନ କରାଯିବ। ନୀତି ଆୟୋଗ ସହଯୋଗରେ ଆସନ୍ତା ୩ ମାସ ମଧ୍ୟରେ ଓଡିଶା ପାଇଁ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରାଯିବ ବୋଲି ଜଣା ଯାଇଛି। ଏହି ଡକୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ରାଜ୍ୟବ୍ୟାପୀ ବିଭିନ୍ନ ବର୍ଗର ଲୋକଙ୍କ ଠାରୁ ମତାମତ ମଧ୍ୟ ଗ୍ରହଣ କରାଯିବ। ଭିଜନ ଡକ୍ୟୁମେଣ୍ଟର କାର୍ଯ୍ୟାନ୍ବୟନ ପାଇଁ ସ୍ୱତନ୍ତ୍ର ଆକସନ ପ୍ଲାନ ମଧ୍ୟ ପ୍ରସ୍ତୁତ କରାଯିବ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପୂର୍ବରୁ ନୀତି ଆୟୋଗର ସିଇଓ ଏବଂ ଅଧିକାରୀମାନେ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ତଥା ସମସ୍ତ ବିଭାଗର ସଚିବ ମାନଙ୍କ ସହିତ ବିସ୍ତୃତ ଆଲୋଚନା କରିଥିଲେ।

ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ପ୍ରମୁଖ ଉପସ୍ଥିତ ଥିଲେ।

Chief Minister nitiayog ନୀତି ଆୟୋଗ ନୀତି ଆୟୋଗ ସିଇଓ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୨୨ ତାରିଖ ରବିବାରରେ ଏହି ରାଶି ଉପରେ ଶନିଦେବ ଅଛନ୍ତି ଖୁସି

February 22, 2026

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026
Latest News

ଆଜି ଫେବୃୟାରୀ ୨୨ ତାରିଖ ରବିବାରରେ ଏହି ରାଶି ଉପରେ ଶନିଦେବ ଅଛନ୍ତି ଖୁସି

February 22, 2026

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.