Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଛାତ୍ରଛାତ୍ରୀଙ୍କ ଗହଣରେ ରାକ୍ଷୀ ଉତ୍ସବ ପାଳନ କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
ବିଶେଷ ଖବର

ଛାତ୍ରଛାତ୍ରୀଙ୍କ ଗହଣରେ ରାକ୍ଷୀ ଉତ୍ସବ ପାଳନ କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

August 19, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଛାତ୍ରଛାତ୍ରୀଙ୍କ ଗହଣରେ ରାକ୍ଷୀ ଉତ୍ସବ ପାଳନ କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଭୁବନେଶ୍ଵର: ଆଜି ରାକ୍ଷୀ ପୂର୍ଣମୀ ତଥା ପ୍ରଭୁ ବଳଭଦ୍ରଙ୍କ ଜନ୍ମନୀତି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ପୂର୍ବାହ୍ନରେ ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଅନ୍ତର୍ଗତ ବିଭିନ୍ନ ଅନୁଷ୍ଠାନ ପରିଦର୍ଶନ କରିଛନ୍ତି ।

ପ୍ରଥମେ ସେ ମନୋଦୟ ଯାଇଥିଲେ ସେଠାରେ କୁନି କୁନି ପିଲାମାନେ ତାଙ୍କୁ ଫୁଲ ପ୍ରଦାନ କରି ସ୍ବାଗତ ଜଣାଇଥିଲେ ଏବଂ ମନୋଦୟ ଭବନ ଭିତରକୁ ପ୍ରବେଶ କରିଥିଲେ। ସେଠାରେ ପିଲାମାନେ ତାଙ୍କୁ ରାକ୍ଷୀ ବାନ୍ଧି ମିଠା ଖୁଆଇଥିଲେ। ଏହାପରେ ସେ ପିଲାଙ୍କୁ ରାକ୍ଷୀ ପୂର୍ଣିମାର ଶୁଭେଚ୍ଚା ପ୍ରଦାନ କରିଥିଲେ। SIEPD ସୁପରିଟେନଡେଣ୍ଟ ଡଃ ପମ୍ବା ଦେ, ତାଙ୍କୁ ଅଫିସ ବୁଲାଇ ଦେଖାଇଥିଲେ ଏବଂ ଅଧିକାରୀମାନେ ବିଭିନ୍ନ ଥେରପି ବିଷୟରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ଏତଦ୍ ବ୍ୟତୀତ ଥେରପିଷ୍ଟ ସ୍ଵତନ୍ତ୍ର ଏଜୁକେଟର, ଅଫିସିଆଲ ତଥା ବିଭିନ ଜିଲାରୁ ଆସିଥିବା ଭିନ୍ନକ୍ଷମ ଶିଶୁ ତଥା ସେମାନଙ୍କ ମା ମାନେ ଉପସ୍ଥିତ ଥିଲେ।

ଏହାପରେ ମନ୍ତ୍ରୀ NCSCDA ସମ୍ମିଳନୀ କକ୍ଷରେ ରକ୍ଷା ବନ୍ଧନ କାର୍ଯ୍ୟକ୍ରମରେ ଯୋଗ ଦେଇ ପବିତ୍ର ରାକ୍ଷୀ ପୂର୍ଣ୍ଣିମାର ଅବସରରେ ପ୍ରଶିକ୍ଷାର୍ଥୀମାନଙ୍କୁ ଶୁଭେଚ୍ଛା ପ୍ରଦାନ କରିଥିଲେ ।ପରେ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ନିଶା ନିବାରଣ କେଦ୍ରକୁ ପରିଦର୍ଶନ କରିବା ସହିତ ନିଶାଶାକ୍ତ ଯୁବକ ଓ ବୟୋଜ୍ୟେଷ୍ଠ ବ୍ୟକ୍ତି ବିଶେଷଙ୍କୁ ନିଶାମୁକ୍ତ ହେବା ନିମନ୍ତେ ଶପଥ ପାଠ କରାଇଥିଲେ ।

ଶେଷରେ ରାଜ୍ୟ ସ୍ଵତନ୍ତ୍ର ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (SISER) ପରିଦର୍ଶନ କରିଥିଲେ । ମନ୍ତ୍ରୀଙ୍କ ସହିତ ଅନୁଷ୍ଠାନର ଛାତ୍ରଛାତ୍ରୀମାନେ ଆଲୋଚନା ପ୍ରସଙ୍ଗରେ ତାଙ୍କର ଅସୁବିଧା ବିଷୟରେ ଜଣାଇଥିଲେ ଓ ସେଗୁଡ଼ିକର ତୁରନ୍ତ ସମାଧାନ ପାଇଁ ଅନୁରୋଧ କରିଥିଲେ।  ମନ୍ତ୍ରୀ ବିଭାଗର ଅଧିକାରୀଙ୍କ ସହିତ ଆଲୋଚ କରି ଅନୁଷ୍ଠାନରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆଶ୍ଵାସନା ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ନିର୍ଦ୍ଦେଶକ ଶ୍ରୀମତୀ ନିୟତି ପଟ୍ଟନାୟକ, ଅତିରିକ୍ତ ଶାସନ ସଚିବ, ଶ୍ରୀମତୀ ସୋନିଆ ବେହେରା, ଅତିରିକ୍ତ ଶାସନ ସଚିବ, ଶ୍ରୀ ସନ୍ତୋଷ କୁମାର ପ୍ରଧାନ, ଏବଂ ଅଧ୍ୟାପକ, ଡଃ ପ୍ରେମାନନ୍ଦ ମିଶ୍ର ତଥା ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ କାର‌୍ୟ୍ୟକ୍ରମରେ ଉପସ୍ଥିତ ଥିଲେ।

ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରକ୍ଷା ବନ୍ଧନ ରାକ୍ଷୀ ରାକ୍ଷୀ ପୂର୍ଣ୍ଣିମା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ ଇମ୍ପାକ୍ସ ସମ୍ମିଳନୀ ଅବସରରେ ଭାରତ ସଂକ୍ରାନ୍ତରେ ବିଶ୍ୱର ବୈଷୟିକ ନେତୃତ୍ୱଙ୍କ ମତ

February 21, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026
Latest News

ନିଲ୍ କାତ୍ୟାଲ୍ କିଏ, ଯାହାଙ୍କ ଯୁକ୍ତି ଆମେରିକାର ସୁପ୍ରିମକୋର୍ଟରେ ଶୁଳ୍କ ପ୍ରସଙ୍ଗରେ ଟ୍ରମ୍ପଙ୍କୁଦେଲା ଝଟକା?

February 21, 2026

ଏଆଇ ଇମ୍ପାକ୍ସ ସମ୍ମିଳନୀ ଅବସରରେ ଭାରତ ସଂକ୍ରାନ୍ତରେ ବିଶ୍ୱର ବୈଷୟିକ ନେତୃତ୍ୱଙ୍କ ମତ

February 21, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.