Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»‘ସୁଭଦ୍ରା’ ଯୋଜନାର ମାର୍ଗଦର୍ଶିକା ଜାରି: ଜାଣନ୍ତୁ ଏଥିରେ କ’ଣ ରହିଛି ସୁବିଧା?
ବିଶେଷ ଖବର

‘ସୁଭଦ୍ରା’ ଯୋଜନାର ମାର୍ଗଦର୍ଶିକା ଜାରି: ଜାଣନ୍ତୁ ଏଥିରେ କ’ଣ ରହିଛି ସୁବିଧା?

August 29, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମହିଳାମାନଙ୍କୁ ଆର୍ଥିକ ସ୍ଵାବଲମ୍ବୀ କରିବା ଲକ୍ଷ୍ୟରେ ଆରମ୍ଭ କରାଯାଇଛି ସୁଭଦ୍ରା ଯୋଜନା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ରାଜ୍ୟସରକାରଙ୍କ ଯୁଗାନ୍ତକାରୀ ଯୋଜନା ‘ସୁଭଦ୍ରା’ର ମାର୍ଗଦର୍ଶିକା ଜାରି କରାଯାଇଛି।

ହିତାଧିକାରୀମାନେ ଯେପରି ଠିକ୍ ସୂଚନା ପାଇବେ ଏବଂ ଆବେଦନ କରିପାରିବେ, ସେଥିପାଇଁ ଏହି ମାର୍ଗଦର୍ଶିକା ପ୍ରସ୍ତୁତ କରାଯାଇଛି। ଏହି ମାର୍ଗଦର୍ଶିକା ଅନୁଯାୟୀ ହିତାଧିକାରୀଙ୍କ ବୟସ ୨୧ ବର୍ଷ କିମ୍ବା ତଦୁର୍ଦ୍ଧ ଓ ୬୦ ବର୍ଷରୁ କମ୍ ହେଇଥିବା ଆବଶ୍ୟକ। ଯୋଗ୍ୟ ମହିଳାଙ୍କ କେବଳ ନିଜ ନାମରେ ଆଧାର କାର୍ଡ/ଆଧାର ନମ୍ବର ରହିବା ସହ ସେମାନଙ୍କ ମୋବାଇଲ ନମ୍ବର ଆଧାର କାର୍ଡ ସହ ଲିଙ୍କ ହୋଇଥିବା ଆବଶ୍ୟକ। ଏକକ- ଧାରକ ବ୍ୟାଙ୍କ ଆକାଉଣ୍ଟ (କେବଳ ନିଜ ନାମରେ ବ୍ୟାଙ୍କ ଆକାଉଣ୍ଟ) ଥିବା ସହ ବ୍ୟାଙ୍କ ଆକାଉଣ୍ଟଟି ଚାଲୁ ରହିଥିବା ଓ ସିଧାସଳଖ ଟଙ୍କା ସହାୟତା ପାଇଁ ସକ୍ଷମ ଥିବା ନିହାତି ଆବଶ୍ୟକ। ସହଜ କାରବାର କରିବା ପାଇଁ ସମସ୍ତ ହିତାଧିକାରୀଙ୍କୁ ଏକ ସୁଭଦ୍ରା କାର୍ଡ ପ୍ରଦାନ କରାଯିବ। ସମସ୍ତ ଯୋଗ୍ୟ ମହିଳାଙ୍କୁ ୫ ବର୍ଷ ପାଇଁ ଦୁଇଟି କିସ୍ତିରେ ବାର୍ଷିକ ୧୦,୦୦୦ ହାରରେ ୫୦,୦୦୦ଟଙ୍କା ପ୍ରଦାନ କରାଯିବ। ପ୍ରତିବର୍ଷ ପ୍ରଥମ କିସ୍ତି ରକ୍ଷା ବନ୍ଧନ ଦିବସରେ ଓ ଦ୍ବିତୀୟ କିସ୍ତି ଆନ୍ତର୍ଜାତୀୟ ମହିଳା ଦିବସରେ ପ୍ରଦାନ କରାଯିବ।

ମହିଳାମାନଙ୍କ ମଧ୍ୟରେ ଡିଜିଟାଲ ଆର୍ଥିକ ସାକ୍ଷରତାକୁ ବ୍ୟାପକ କରିବା ପାଇଁ ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ଓ ପୌରାଞ୍ଚଳ ସଂସ୍ଥାରୁ ସର୍ବାଧିକ ଡିଜିଟାଲ କାରବାର କରୁଥିବା ୧୦୦ ଜଣ ମହିଳାଙ୍କୁ ଅତିରିକ୍ତ ୫୦୦ ଟଙ୍କା ପୁରସ୍କାର ଆକାରରରେ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ।

ମହିଳାମାନଙ୍କ ସର୍ବାଙ୍ଗୀନ ଉନ୍ନତିକୁ ସୁଦୃଢ କରିବା ପାଇଁ ସୁଭଦ୍ରା ଯୋଜନା ଏକ ଯୁଗାନ୍ତକାରୀ ପଦକ୍ଷେପ। ଏହି ଯୋଜନାର ସଫଳ ରୂପାୟନ ନିମନ୍ତେ ଏହି ମାର୍ଗଦର୍ଶିକା ଜାରି କରାଯାଇଛି। ଏହି ଯୋଜନା ସମ୍ବନ୍ଧୀୟ କୌଣସି ଭୁଲ ଖବର ଦ୍ଵାରା ଭ୍ରମିତ ନ ହେବା ପାଇଁ ବିଭାଗ ତରଫରୁ ସମସ୍ତ ହିତାଧିକାରୀଙ୍କୁ ଅନୁରୋଧ କରାଯାଇଛି।

ମାର୍ଗଦର୍ଶିକା ମୋହନ ଚରଣ ମାଝୀ ସୁଭଦ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026
Latest News

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.