Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜୁ ଛାତ୍ର ଜନତା ବୈଠକରେ ନବୀନ ଦେଲେ ଗୁରୁମନ୍ତ୍ର, ଏପରି କରିବା ପାଇଁ ପରାମର୍ଶ
ବିଶେଷ ଖବର

ବିଜୁ ଛାତ୍ର ଜନତା ବୈଠକରେ ନବୀନ ଦେଲେ ଗୁରୁମନ୍ତ୍ର, ଏପରି କରିବା ପାଇଁ ପରାମର୍ଶ

August 30, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜୁ ଛାତ୍ର ଜନତା ବୈଠକରେ ନବୀନ ଦେଲେ ଗୁରୁମନ୍ତ୍ର, ଏପରି କରିବା ପାଇଁ ପରାମର୍ଶ

ଭୁବନେଶ୍ୱର: ବିଜୁ ଛାତ୍ର ଜନତା ଦଳର କର୍ମକର୍ତ୍ତାମାନଙ୍କର ଏକ ବୈଠକ ଆଜି ଶଂଙ୍ଖ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିରୋଧି ଦଳ ନେତା ତଥା ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇ ଦଳ ର ଛାତ୍ର, ଯୁବ, ମହିଳା ଶାଖା ସମସ୍ତେ ଏକଜୁଟ ହୋଇ ଦଳକୁ ଶକ୍ତିଶାଳୀ କରିବା ପାଇଁ କାମ କରିବାକୁ ଆହ୍ୱାନ ଜଣାଇଛନ୍ତି।

ଶ୍ରୀ ପଟ୍ଟନାୟକ କହିଲେ ଯେ ସେବା, ସଂଗ୍ରାମ, ସ୍ୱାଭିମାନ ଓ ସଚେତନତା ହେଉଛି ଦଳ ର ଆଦର୍ଶ. ଏକ ଆଞ୍ଚଳିକ ଦଳ ଭାବରେ ବିଜୁ ଜନତା ଦଳଗତ 27 ବର୍ଷ ଧରି ଓଡିଶା ବାସୀଙ୍କ ସେବା କରିଆସୁଛି। ଛାତ୍ର ଯୁବକ, ମହିଳା, ଚାଷୀ ଶ୍ରମିକ ସମସ୍ତଙ୍କୁ ସାଥିରେ ନେଇ ଏହା ଆଜି ଏକ ସାମାଜିକ ଆନ୍ଦୋଳନ ରେ ପରିଣତ ହୋଇ ପାରିଛି। କ୍ଷମତା ନୁହେଁ ଲୋକ ଙ୍କ ସେବା ହି ବିଜେଡିର ଲକ୍ଷ୍ୟ।

ଗତ ନିର୍ବାଚନ ବିଷୟ ଉଲ୍ଲେଖ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ନିର୍ବାଚନ ରେ ହାରଜିତ ଅଛି। ଗତ ନିର୍ବାଚନ ରେ ବିଜେଡି 41.02% ଭୋଟ ସହିତ ସର୍ବାଧିକ ସଂଖ୍ୟକ ଭୋଟ ପାଇଥିଲା। ଓଡିଶା ବାସୀ ଙ୍କ ଏ ଭଲ ପାଇବା ହିଁ ବିଜେଡି ର ସବୁଠାରୁ ବଡ଼ ଶକ୍ତି ବୋଲି ଶ୍ରୀ ପଟ୍ଟନାୟକ ଦର୍ଶାଇଥିଲେ।

ବିଜେଡି ସରକାର ସମୟରେ ଶିକ୍ଷା ଓ କ୍ରୀଡା ର ବିକାଶ ସମ୍ପର୍କ ରେ ଉଲ୍ଲେଖ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଏକ ‘ଜ୍ଞାନ ସମାଜ’ ଗଠନ ଲକ୍ଷ୍ୟ ନେଇ ରାଜ୍ୟରେ ଗତ ସରକାର ସମୟରେ ଅନେକ ନୂଆ ମେଡିକାଲ କଲେଜ, ବୈଷୟିକ ଶିକ୍ଷନୁଷ୍ଠାନ ଗଠନ ହୋଇଥିଲା ଯାହାକି ଓଡିଶାକୁ ପୂର୍ବ ଭାରତର ଏକ ଶିକ୍ଷା ହବ୍ କରିପାରିଛି। ସରକାରୀ ସ୍କୁଲ ପିଲାଙ୍କ ପାଇଁ ମେଡିକାଲ ଓ ଇଂଜିନିୟରିଂ କଲେଜରେ ସଂରକ୍ଷଣ ଏବଂ 5T ସ୍କୁଲ କଲେଜ ରୂପାନ୍ତର ସୁଫଳ ଦେବା ଆରମ୍ଭ କରିଛି।

ବଣ୍ଡା ଜନଜାତି ର ମଙ୍ଗଳା ମୁଦୁଲି ଆଜି ମେଡିକାଲ ପଢିବା ପାଇଁ ସର୍ବ ଭାରତୀୟ ପ୍ରତିଯୋଗୀତାରେ ସଫଳ ହେବା ଏହାର ଫଳ ଶ୍ରୁତି ବୋଲି ବର୍ଣ୍ଣନା କରି ଶ୍ରୀ ପଟ୍ଟନାୟକ ମଙ୍ଗଳା ମୁଦୁଲିଙ୍କୁ ଅଭିନନ୍ଦନ ଜଣାଇଥିଲେ। ସେହିପରି ଓଡିଶା ଆଜି ଦେଶ ର ସ୍ପୋର୍ଟସ କ୍ୟାପିଟାଲ ହେବା ଆନନ୍ଦର କଥା ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ।

ସୋସିଆଲ ମେଡ଼ିଆର ସମାଜ ଉପରେ ପ୍ରଭାବ ବିଷୟ ରେ ଅବତାରଣା କରି ଶ୍ରୀ ପଟନାୟକ ଛାତ୍ର ସମାଜ କୁ ସମାଜିକ ଗଣମାଧ୍ୟମରେ ସକ୍ରିୟ ରହିବା ପାଇଁ ପରାମର୍ଶ ଦେଇ ଭୁଲ ଖବର ଓ ମିଛ ଖବର ବିରୋଧ ରେ ସଂଗ୍ରାମ ଜାରି ରଖିବାକୁ ସେ ଆହ୍ୱାନ ଦେଇଥିଲେ।
ପ୍ରତି ଘରକୁ 300 ୟୁନିଟ ମାଗଣା ବିଜୁଳି, ଓ ସବୁ ସାମାଜିକ ସୁରକ୍ଷା ହିତାଧିକାରୀଙ୍କୁ 3000ଟଙ୍କା ଭତ୍ତା, ସୁଭଦ୍ରା ଯୋଜନା ରେ ପଚାଶ ହଜାର ଆଦି ବିଜେପିର ମିଛ ପ୍ରତିଶ୍ରୁତି ବିଷୟରେ ଲୋକଙ୍କୁ ସଚେତନ କରିବା ଉପରେ ଶ୍ରୀ ପଟ୍ଟନାୟକ ଗୁରୁତ୍ୱ ଆରୋପ କରିଥିଲେ।

ସେହିପରି ସୁଭଦ୍ରା ଯୋଜନା ରେ ମା ମାନଙ୍କୁ ପଚାଶ ହଜାର ଟଙ୍କା ଘୋଷଣା କରି ପାଞ୍ଚ ହଜାର ଟଙ୍କା କିସ୍ତି ଦେବା ନିଷ୍ପତ୍ତି ରେ ଶ୍ରୀ ପଟ୍ଟନାୟକ ନୈରାଶ୍ୟ ପ୍ରକାଶ କରିଥିଲେ।
ସମାଜ ସେବା, ପରିବେଶ ସୁରକ୍ଷା, ଗରିବ ଲୋକଙ୍କୁ ସାହାଯ୍ୟ ସହିତ ଓଡ଼ିଆ ସ୍ୱାଭିମାନ ର ସୁରକ୍ଷା ଦିଗରେ କାମ କରିବାକୁ ଶ୍ରୀ ପଟ୍ଟନାୟକ ଛାତ୍ର ସମାଜ କୁ ଆହ୍ୱାନ ଜଣାଇଥିଲେ। ଛାତ୍ର ସମାଜ କୁ ଭବିଷ୍ୟତର କର୍ଣ୍ଣଧାର ଭାବ ରେ ବର୍ଣ୍ଣନା କରି ପ୍ରତିବଦ୍ଧତାର ସହ କାମ କଲେ ସଶକ୍ତ ଓଡିଶା ଗଠନ ରାସ୍ତା ପ୍ରଶସ୍ତ ହୋଇ ପାରିବ ବୋଲି ଶ୍ରୀ ପଟ୍ଟନାୟକ ଆଶା ବ୍ୟକ୍ତ କରିଥିଲେ।

ବାଙ୍କୀ ବିଧାୟକ ଶ୍ରୀ ଦେବୀରଞ୍ଜନ ତ୍ରିପାଠୀ ସ୍ୱାଗତ ଭାଷଣ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟ ରେ ଇପ୍ସିତା ସାହୁ, ଅବିନାଶ ଠାକୁର ପ୍ରମୁଖ ଉଦବୋଧନ ଦେଇଥିଲେ।

ନବୀନ ପଟ୍ଟନାୟକ ବିଜୁ ଛାତ୍ର ଜନତା ଦଳ ଶଙ୍ଖ ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026

ଓୟୁଏସ୍‌ଏସ୍‌ଏସ୍‌ସି ପାଇଁ ୭୨ଟି ନୂତନ ପଦବୀ

April 15, 2026

ଆଜି ଶକ୍ତି ପ୍ରଦର୍ଶନ କରିବ ଓଡ଼ିଶା ଜନତା କଂଗ୍ରେସ

April 15, 2026

ବଦଳୁଛି ପଶ୍ଚିମ ଏସିଆ ସ୍ଥିତି: ଦେଶରେ ଜାଳେଣି ଓ ଶକ୍ତି ସୁରକ୍ଷା ପାଇଁ ନିରନ୍ତର ଉଦ୍ୟମ ଜାରି

April 15, 2026
Latest News

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026

ଓୟୁଏସ୍‌ଏସ୍‌ଏସ୍‌ସି ପାଇଁ ୭୨ଟି ନୂତନ ପଦବୀ

April 15, 2026

ଜୟଶ୍ରୀରାମ କୁହନ୍ତୁ: ଚିକିତ୍ସାରେ ରିହାତି ପାଆନ୍ତୁ

April 15, 2026

ଉପକୂଳ ସମୁଦ୍ରରେ ମାଛଧରା ନିଷେଧ

April 15, 2026

ବରଯାତ୍ରୀ ଗାଡ଼ି ଦୁର୍ଘଟଣା: ୧ ମୃତ, ୧୫ ଆହତ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.