Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜଙ୍ଗଲ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରହୁଥିବା ଜନସାଧାରଣଙ୍କୁ ଶ୍ରମ ଭିତ୍ତିକ ନିଯୁକ୍ତି ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ବିଶେଷ ଖବର

ଜଙ୍ଗଲ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରହୁଥିବା ଜନସାଧାରଣଙ୍କୁ ଶ୍ରମ ଭିତ୍ତିକ ନିଯୁକ୍ତି ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

September 5, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି। ସମୀକ୍ଷାରେ ଜଙ୍ଗଲ ଅଞ୍ଚଳରେ ଅବୈଧ ଗଛ କଟା ବନ୍ଦ କରିବା ପାଇଁ ଏବଂ ଜଙ୍ଗଲ ଉପରେ ନିର୍ଭର କରି ଚଳୁଥିବା ପାର୍ଶ୍ବବର୍ତ୍ତୀ ଅଞ୍ଚଳର ଲୋକମାନଙ୍କୁ  ଶ୍ରମ ଭିତ୍ତିକ ନିଯୁକ୍ତି ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଦେଇଛନ୍ତି।

୨୦୧୯-୨୦ ବର୍ଷ ଠାରୁ ଆଜି ପର୍ଯ୍ୟନ୍ତ ବିଭିନ୍ନ କାରଣ ଯୋଗୁ ୪୪୪ଟି ହାତୀ ପ୍ରାଣ ହରାଇଛନ୍ତି। ଏହି ସମୟ ମଧ୍ୟରେ ୭୨୯ ଜଣ ବ୍ୟକ୍ତି ମଧ୍ୟ ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ମୁଖ୍ୟମନ୍ତ୍ରୀ ଏଥିରେ ଉଦ୍‌ବେଗ ପ୍ରକାଶ କରି ମଣିଷ-ପ୍ରାଣୀ ସଂଘର୍ଷ କମାଇବା ପାଇଁ ବିହିତ କାର୍ଯ୍ୟାନୁଷ୍ଠାନ ପାଇଁ ପରାମର୍ଶ ଦେଇଥିଲେ।

ନିଜ ଜୀବନ ପ୍ରତି ଥିବା ଭୟକୁ ଭ୍ରୁକ୍ଷେପ ନ କରି ଜଙ୍ଗଲ ଓ ବନାଖଣ୍ଡର ସୁରକ୍ଷା କାମରେ ନିୟୋଜିତ ବନ କର୍ମଚାରୀ ମାନଙ୍କ ମନୋବଳ ବୃଦ୍ଧି କରିବା ପାଇଁ, ସେମାନଙ୍କ ପାଇଁ  ପ୍ରୋତ୍ସାହନ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଏହାସହିତ ବନୀକରଣ କାର୍ଯ୍ୟକ୍ରମରେ ଗଛ ଗୁଡିକ ଯେପରି ବଞ୍ଚି ରହିବ, ସେଥିପାଇଁ ନିୟମିତ ଭାବରେ ନିରୀକ୍ଷଣ (Monitoring) ଜାରି ରଖିବାକୁ ସେ ପରାମର୍ଶ ଦେଇଥିଲେ।

ବିଭାଗରେ ଖାଲି ଥିବା ପଦବୀ ସଂପର୍କରେ ହୋଇଥିବା ଆଲୋଚନାରୁ ଜଣାଯାଇଛି ଯେ, ବର୍ତ୍ତମାନ ସୁଦ୍ଧା ୧୬୭୭ଟି ବନରକ୍ଷୀ ଓ ୩୧୬ଟି ବନପାଳ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଖୁବଶୀଘ୍ର ଏହି ପଦବୀ ଗୁଡିକ ପୂରଣ କରାଯିବ। ବାକିଥିବା ପଦବୀ ଗୁଡିକ ପାଇଁ ନିଯୁକ୍ତି ପ୍ରକ୍ରିୟା ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ଆରମ୍ଭ ହୋଇଥିବା ‘ଏକ ପେଡ୍‌ ମା କେ ନାମ୍’ ଅଭିଯାନରେ ବର୍ତ୍ତମାନ ସୁଦ୍ଧା “ମେରି ଲାଇଫ ପୋର୍ଟାଲ”ରେ ପଞ୍ଜିକୃତ ହୋଇଥିବା ଚାରା ସଂଖ୍ୟା ୩ କୋଟି ୧୩ ଲକ୍ଷରେ ପହଞ୍ଚିଛି। ଏ ବର୍ଷ ଶେଷ ସୁଦ୍ଧା ସାଢେ ଚାରି କୋଟି ଚାରା ଲଗାଯାଇ  ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହେବ ବୋଲି ବୈଠକରେ  ପ୍ରକାଶ କରାଯାଇଥିଲା।

ବୈଠକରେ ସୂଚନା ଦିଆଯାଇଥିଲା ଯେ ଚଳିତ ବର୍ଷ ବଜ୍ରପାତକୁ ରୋକିବା ପାଇଁ ୧୯ ଲକ୍ଷ ତାଳ ଗଛ ଜଙ୍ଗଲ ପରିସୀମା ଅଞ୍ଚଳରେ ରୋପଣ କରାଯାଉଛି। ସେହିପରି ପ୍ଲାଷ୍ଟିକମୁକ୍ତ ବନୀକରଣ, ବନାଗ୍ନି   ନିର୍ବାପନ ଏବଂ ଅନ୍ୟାନ୍ୟ ବିଭାନ୍ନ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା ହୋଇଥିଲା।

ବୈଠକରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଏବଂ ପିସିସିଏଫ (ୱାଇଲ୍‌ଡ ଲାଇଫ) ସୁଶାନ୍ତ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026
Latest News

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.