Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜଙ୍ଗଲ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରହୁଥିବା ଜନସାଧାରଣଙ୍କୁ ଶ୍ରମ ଭିତ୍ତିକ ନିଯୁକ୍ତି ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ବିଶେଷ ଖବର

ଜଙ୍ଗଲ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରହୁଥିବା ଜନସାଧାରଣଙ୍କୁ ଶ୍ରମ ଭିତ୍ତିକ ନିଯୁକ୍ତି ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

September 5, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି। ସମୀକ୍ଷାରେ ଜଙ୍ଗଲ ଅଞ୍ଚଳରେ ଅବୈଧ ଗଛ କଟା ବନ୍ଦ କରିବା ପାଇଁ ଏବଂ ଜଙ୍ଗଲ ଉପରେ ନିର୍ଭର କରି ଚଳୁଥିବା ପାର୍ଶ୍ବବର୍ତ୍ତୀ ଅଞ୍ଚଳର ଲୋକମାନଙ୍କୁ  ଶ୍ରମ ଭିତ୍ତିକ ନିଯୁକ୍ତି ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଦେଇଛନ୍ତି।

୨୦୧୯-୨୦ ବର୍ଷ ଠାରୁ ଆଜି ପର୍ଯ୍ୟନ୍ତ ବିଭିନ୍ନ କାରଣ ଯୋଗୁ ୪୪୪ଟି ହାତୀ ପ୍ରାଣ ହରାଇଛନ୍ତି। ଏହି ସମୟ ମଧ୍ୟରେ ୭୨୯ ଜଣ ବ୍ୟକ୍ତି ମଧ୍ୟ ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ମୁଖ୍ୟମନ୍ତ୍ରୀ ଏଥିରେ ଉଦ୍‌ବେଗ ପ୍ରକାଶ କରି ମଣିଷ-ପ୍ରାଣୀ ସଂଘର୍ଷ କମାଇବା ପାଇଁ ବିହିତ କାର୍ଯ୍ୟାନୁଷ୍ଠାନ ପାଇଁ ପରାମର୍ଶ ଦେଇଥିଲେ।

ନିଜ ଜୀବନ ପ୍ରତି ଥିବା ଭୟକୁ ଭ୍ରୁକ୍ଷେପ ନ କରି ଜଙ୍ଗଲ ଓ ବନାଖଣ୍ଡର ସୁରକ୍ଷା କାମରେ ନିୟୋଜିତ ବନ କର୍ମଚାରୀ ମାନଙ୍କ ମନୋବଳ ବୃଦ୍ଧି କରିବା ପାଇଁ, ସେମାନଙ୍କ ପାଇଁ  ପ୍ରୋତ୍ସାହନ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଏହାସହିତ ବନୀକରଣ କାର୍ଯ୍ୟକ୍ରମରେ ଗଛ ଗୁଡିକ ଯେପରି ବଞ୍ଚି ରହିବ, ସେଥିପାଇଁ ନିୟମିତ ଭାବରେ ନିରୀକ୍ଷଣ (Monitoring) ଜାରି ରଖିବାକୁ ସେ ପରାମର୍ଶ ଦେଇଥିଲେ।

ବିଭାଗରେ ଖାଲି ଥିବା ପଦବୀ ସଂପର୍କରେ ହୋଇଥିବା ଆଲୋଚନାରୁ ଜଣାଯାଇଛି ଯେ, ବର୍ତ୍ତମାନ ସୁଦ୍ଧା ୧୬୭୭ଟି ବନରକ୍ଷୀ ଓ ୩୧୬ଟି ବନପାଳ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଖୁବଶୀଘ୍ର ଏହି ପଦବୀ ଗୁଡିକ ପୂରଣ କରାଯିବ। ବାକିଥିବା ପଦବୀ ଗୁଡିକ ପାଇଁ ନିଯୁକ୍ତି ପ୍ରକ୍ରିୟା ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ଆରମ୍ଭ ହୋଇଥିବା ‘ଏକ ପେଡ୍‌ ମା କେ ନାମ୍’ ଅଭିଯାନରେ ବର୍ତ୍ତମାନ ସୁଦ୍ଧା “ମେରି ଲାଇଫ ପୋର୍ଟାଲ”ରେ ପଞ୍ଜିକୃତ ହୋଇଥିବା ଚାରା ସଂଖ୍ୟା ୩ କୋଟି ୧୩ ଲକ୍ଷରେ ପହଞ୍ଚିଛି। ଏ ବର୍ଷ ଶେଷ ସୁଦ୍ଧା ସାଢେ ଚାରି କୋଟି ଚାରା ଲଗାଯାଇ  ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହେବ ବୋଲି ବୈଠକରେ  ପ୍ରକାଶ କରାଯାଇଥିଲା।

ବୈଠକରେ ସୂଚନା ଦିଆଯାଇଥିଲା ଯେ ଚଳିତ ବର୍ଷ ବଜ୍ରପାତକୁ ରୋକିବା ପାଇଁ ୧୯ ଲକ୍ଷ ତାଳ ଗଛ ଜଙ୍ଗଲ ପରିସୀମା ଅଞ୍ଚଳରେ ରୋପଣ କରାଯାଉଛି। ସେହିପରି ପ୍ଲାଷ୍ଟିକମୁକ୍ତ ବନୀକରଣ, ବନାଗ୍ନି   ନିର୍ବାପନ ଏବଂ ଅନ୍ୟାନ୍ୟ ବିଭାନ୍ନ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା ହୋଇଥିଲା।

ବୈଠକରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଏବଂ ପିସିସିଏଫ (ୱାଇଲ୍‌ଡ ଲାଇଫ) ସୁଶାନ୍ତ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଇରାନ ସହିତ ବାଣିଜ୍ୟ କରୁଥିବା ଦେଶଗୁଡ଼ିକ ଉପରେ ଟ୍ରମ୍ପଙ୍କ ୨୫% ଶୁଳ୍କ: ଭାରତ ଉପରେ ଏବେ ୭୫% ଶୁଳ୍କ?

January 13, 2026

ଚାନ୍ଦପୁର ଦଶଦୋଳ ମେଳଣ ପଡ଼ିଆରେ ୭ ଦିନିଆ ୪ର୍ଥ “ନୀଳାମ୍ବୁ ମହୋତ୍ସବ” ଆୟୋଜନ

January 13, 2026

ପଣ୍ୟ ପରିବହନ କ୍ଷେତ୍ରରେ ପୂର୍ବତଟ ରେଳପଥର ଉଲ୍ଲେଖନୀୟ ସଫଳତା

January 13, 2026

ବିଭିନ୍ନ ବିଦ୍ୟାଳୟରେ ବନ୍ଦେ ମାତରମ ସାମୁହିକ ସଙ୍ଗୀତ ଗାନ

January 13, 2026
Latest News

ଆଜିଠାରୁ ଇଣ୍ଡିଆ ଓପନ୍ ୨୦୨୬ ବ୍ୟାଡମିଣ୍ଟନ୍ ଟୁର୍ଣ୍ଣାମେଣ୍ଟ: ଭାରତର ନେତୃତ୍ଵ ନେବେ ପିଭି ସିନ୍ଧୁ

January 13, 2026

ନିଜ ନାଗରିକମାନଙ୍କୁ ଚେତାବନୀ ଦେଲା ଆମେରିକା: ଇରାନ ଛାଡ଼ିବାକୁ ଦେଲା ପରାମର୍ଶ

January 13, 2026

PLI ଅଟୋ ଯୋଜନା: 13.61 ଲକ୍ଷରୁ ଅଧିକ ବୈଦ୍ୟୁତିକ ଯାନକୁ ପ୍ରୋତ୍ସାହନ

January 13, 2026

ଆଜି ବାଂଲାଦେଶ ଫେରିବେ ଜେଲରେ ଥିବା ୩୮ ଅବୈଧ ବାଂଲାଦେଶୀ ନାଗରିକ

January 13, 2026

ବିଏମସି ନିର୍ବାଚନ ପୂର୍ବରୁ ୬,୮୭୧ ଅଧିକାରୀ ଏବଂ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି

January 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.