Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସୁଭଦ୍ରା ଯୋଜନା ହେବ ଆମ ଅସ୍ମିତାର ପରିଚୟ: ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ସୁଭଦ୍ରା ଯୋଜନା ହେବ ଆମ ଅସ୍ମିତାର ପରିଚୟ: ମୁଖ୍ୟମନ୍ତ୍ରୀ

September 7, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଗାମୀ ୧୭ ତାରିଖରେ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା। ମହିଳା ସଶକ୍ତିକରଣ କ୍ଷେତ୍ରରେ ଏହା ଏକ ବିରାଟ ପରିବର୍ତ୍ତନ ଆଣିବ। ଏହି ଯୋଜନା ସମ୍ପର୍କରେ ରାଜ୍ୟବ୍ୟାପୀ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଆଜି ଭୁବନେଶ୍ବର ମହାତ୍ମା ଗାନ୍ଧୀ ମାର୍ଗଠାରେ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉଦବୋଧନ ଦେଇ କହିଥିଲେ ଯେ ରାଜ୍ୟର ପ୍ରତ୍ୟେକ ମହିଳାଙ୍କୁ ନିଜର ସ୍ବପ୍ନ ପୂରଣ ପାଇଁ ସୁଯୋଗ ପ୍ରଦାନ କରିବା ସହିତ ସେମାନଙ୍କୁ ସ୍ବୀକୃତି ଦେବା ହେଉଛି ଆମର ଏହି ସୁଭଦ୍ରା ଯୋଜନାର ମୂଳ ଲକ୍ଷ୍ୟ। ଏହା କେବଳ ଏକ ସରକାରୀ ଯୋଜନା ନୁହେଁ, ଏହା ଆମ ଅସ୍ମିତାର ପରିଚୟ ହେବ। ପ୍ରତ୍ୟେକ ମା ଓ ଭଉଣୀ ମାନଙ୍କର ମନକୁ ବୁଝି ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ପ୍ରତିଶ୍ରୁତିକୁ ପୂରଣ କରିବ ଏହି ଯୋଜନା। ଏହି ଯୋଜନାର ସୁଫଳ ସମ୍ପର୍କରେ ସମଗ୍ର ରାଜ୍ୟର ମହିଳା ମାନଙ୍କୁ ସଚେତନ କରିବ ଏହି ସୁଭଦ୍ରା ରଥ। ରାଜ୍ୟର ସମସ୍ତ ମହିଳାଙ୍କ ସ୍ବପ୍ନ ଓ ଆକାଂକ୍ଷା ପୂରଣ ଦିଗରେ ଏହା ହେଉଛି ଆମ ସରକାରଙ୍କ ଏକ ନିଷ୍ଠାପର ଉଦ୍ୟମ। କୌଣସି ଯୋଗ୍ୟ ମହିଳା ଯେପରି ଏହି ଯୋଜନାରୁ ବାଦ୍ ନପଡନ୍ତି ତାହାକୁ ମଧ୍ୟ ପ୍ରଥମିକତା ଦିଆଯିବ ବୋଲି ସେ କହିଥିଲେ।

ସେହିପରି ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତି ପରିଡା ଯୋଗଦେଇ ସୁଭଦ୍ରା ଭଳି ଏକ ଯୁଗାନ୍ତକାରୀ ଯୋଜନା ପରିକଳ୍ପନା କରିଥିବାରୁ ମାନ୍ୟବର ପ୍ରଧାନମନ୍ତ୍ରୀ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରି କହିଥିଲେ ଯେ ସରକାରକୁ ଆସିବାର କିଛି ସମୟ ମଧ୍ୟରେ କ୍ୟାବିନେଟ୍ ରେ ସୁଭଦ୍ରା ଯୋଜନା ପାସ୍ ହେଲା। ପ୍ରତିଶ୍ରୁତିକୁ ପ୍ରତିବଦ୍ଧତାରେ ପରିଣତ କରାଯାଇ ଏହି ଯୋଜନା କାର୍ଯ୍ୟକାରୀ ହେଉଛି । ସୁଭଦ୍ରା ରଥ ସମସ୍ତଙ୍କୁ ଏହି ଯୋଜନା ବିଷୟରେ ସଚେତନ କରିବ। ଶେଷ ହିତାଧିକାରୀ ଯୋଜନାରେ ଅନ୍ତର୍ଭୁକ୍ତ ନହେବା ପର୍ଯ୍ୟନ୍ତ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିବ ବୋଲି ସେ କହିଥିଲେ।

ଏହି ଅବସରରେ ସୁଭଦ୍ରା ଯୋଜନା ସମ୍ପର୍କିତ ଏକ ସ୍ବତନ୍ତ୍ର ଭିଡିଓ ପ୍ରଦର୍ଶିତ ହୋଇଥିବା ବେଳେ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ହୋଇଥିବା ସୁଭଦ୍ରା ସଚେତନତା ସଂଗୀତ ମଧ୍ୟ ଲୋକାର୍ପଣ ହୋଇଥିଲା।

କାର୍ଯ୍ୟକ୍ରମରେ ବିଧାୟକ ବାବୁ ସିଂ, ମେୟର ସୁଲୋଚନା ଦାସ, ମୁଖ୍ୟଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ଯୋଗଦେଇଥିଲେ।

ମୋହନ ଚରଣ ମାଝୀ ଶୁଭ ଉଦଘାଟନ ସୁଭଦ୍ରା ରଥ
Share. Facebook Twitter LinkedIn Email WhatsApp Copy Link

Related Posts

ନାଚୁଣୀ: ଆସନ୍ତା ୧୧ରେ ମାଗଣା ସ୍ବାସ୍ଥ୍ୟ ଶିବିର ଓ ଔଷଧ ବଣ୍ଟନ କାର୍ଯ୍ୟକ୍ରମ, ଉଦଘାଟନ କରିବେ ଆଇନ ମନ୍ତ୍ରୀ

January 9, 2026

ଶିକ୍ଷକମାନଙ୍କ ସମସ୍ୟା ସମାଧାନ ପାଇଁ ଗଠିତ କମିଟ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ କଲେ ସାକ୍ଷାତ, କହିଲେ….

January 9, 2026

ଆଠ ଟିଏମସି ସାଂସଦଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ: ଗୃହ ମନ୍ତ୍ରଣାଳୟ ବାହାରେ କରୁଥିଲେ ପ୍ରତିବାଦ

January 9, 2026

ଆଜିଠୁ WPL 2026 ର ଉଦଘାଟନୀ ଉତ୍ସବ: ଜାଣନ୍ତୁ କେବେ ଏବଂ କେଉଁଥିରେ ଦେଖିବେ ମ୍ୟାଚ

January 9, 2026
Latest News

କାମ୍ପା-ସିଓର ପ୍ୟାକେଜ୍ ପାଣି ପାଇଁ ଅମିତାଭ ବଚ୍ଚନ ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ

January 9, 2026

“କାହାର ଚାପରେ ପରିବର୍ତ୍ତନ ହେବ ନାହିଁ ଶକ୍ତି ନୀତି”: ଟ୍ରମ୍ପଙ୍କ ୫୦୦% ଶୁଳ୍କ ବିଲ୍ ଉପରେ ଭାରତର ଜବାବ

January 9, 2026

ସାକେତ କୋର୍ଟ କୋଠାରୁ ଡେଇଁ ଜଣେ କର୍ମଚାରୀଙ୍କ ଆତ୍ମହତ୍ୟା: ମିଳିଲା ସୁଇସାଇଡ ନୋଟ୍

January 9, 2026

ସୁଧୁରୁନି ବାଂଲାଦେଶ: ପୁଣିଥରେ ଭାରତ ବିରୋଧରେ ICC କୁ ପଠାଇଲା ଚିଠି

January 9, 2026

ନାଚୁଣୀ: ଆସନ୍ତା ୧୧ରେ ମାଗଣା ସ୍ବାସ୍ଥ୍ୟ ଶିବିର ଓ ଔଷଧ ବଣ୍ଟନ କାର୍ଯ୍ୟକ୍ରମ, ଉଦଘାଟନ କରିବେ ଆଇନ ମନ୍ତ୍ରୀ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.