Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୭ଟି ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

୭ଟି ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

September 12, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆୟୋଜିତ ଏକ ନିଯୁକ୍ତି ମେଳା ମାଧ୍ୟମରେ ଏହି ନିଯୁକ୍ତି ପତ୍ର ପ୍ରଦାନ କରାଯାଇଥିଲା।

ଏହି ଅବସରରେ ନବ ନିଯୁକ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇ କହିଥିଲେ ଯେ, ପ୍ରତ୍ୟେକ ବ୍ୟକ୍ତି ପାଇଁ ପ୍ରଥମ କର୍ମନିଯୁକ୍ତିର ଦିନଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଓ ଆନନ୍ଦଦାୟକ ହୋଇଥାଏ। ଆଜି ଆପଣମାନେ ଲୋକଙ୍କ ସେବାରେ ନିଯୁକ୍ତ ହେଉଛନ୍ତି। ଏହି ସେବା କେବଳ ଏକ କର୍ମନିଯୁକ୍ତି ନୁହେଁ, ଏହା ଆପଣମାନଙ୍କ ପାଇଁ ଏକ ଗୁରୁଦାୟିତ୍ୱ। ଗଣତନ୍ତ୍ରରେ ସରକାର ହେଉଛନ୍ତି ଲୋକଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ। ଜନସାଧାରଣଙ୍କ ସମସ୍ୟା ଓ ତା’ର ସମାଧାନ, ସରକାର ଓ ସରକାରୀ କର୍ମଚାରୀଙ୍କ ଦାୟିତ୍ୱ। ସରକାରଙ୍କ ଜନହିତକାରୀ ଯୋଜନାର ସୁଫଳ କିଭଳି ସମାଜର ଶେଷ ଧାଡିରେ ଥିବା ବ୍ୟକ୍ତି ପାଖରେ ପହଞ୍ଚି ପାରିବ, ଏହାକୁ ନିଶ୍ଚିତ କରିବା ସରକାରୀ କର୍ମଚାରୀଙ୍କ ଦାୟିତ୍ୱ। ସରକାର ଯୋଜନା ଓ କାର୍ଯ୍ୟକ୍ରମ ତିଆରି କରିବେ। କିନ୍ତୁ ସେ ସବୁକୁ ପରିଚାଳନା ଓ କାର୍ଯ୍ୟକାରୀ କରିବା ଆପଣମାନଙ୍କ ଦାୟିତ୍ୱ। ଆପଣମାନଙ୍କ ନିଷ୍ଠା ଓ କର୍ମପ୍ରବଣତା ଯଦି ଜନ ସାଧାରଣଙ୍କ ମୁହଁରେ ହସ ଫୁଟାଇ ପାରିଲା, ତେବେ ତାହା ହିଁ ହେବ ଆପଣଙ୍କ ନିଯୁକ୍ତିର ଯଥାର୍ଥତା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ, ପୂର୍ବ ସରକାର, ସରକାରୀ ଚାକିରୀରେ ପଦବୀ ପୂରଣ ଓ ଆତ୍ମନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ଆଖିଦୃଶିଆ ପଦକ୍ଷେପ ନେବାରେ ବିଫଳ ହୋଇଥିଲେ। ଆମ ନୂଆ ସରକାର ନିଷ୍ପତ୍ତି ନେଇଛନ୍ତି ଆଗାମୀ ୫ ବର୍ଷ ମଧ୍ୟରେ ଦେଢ ଲକ୍ଷ ସରକାରୀ ପଦବୀ ପୂରଣ କରିବା ପାଇଁ। ଆଜି ଏହାର ମୂଳଦୁଆ ପଡିଲା। ଏଣିକି ସବୁ ଚୟନ ପଦ୍ଧତି ମେରିଟ୍ ଆଧାରରେ ହେବ। ଏଥି ସହିତ ଶିଳ୍ପ କ୍ଷେତ୍ରରେ ୩.୫୦ ଲକ୍ଷ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ଆମେ ପଦକ୍ଷେପ ନେଉଛୁ ବୋଲି ସେ କହିଥିଲେ।

ନୂତନ ଭାବେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀମାନଙ୍କୁ କର୍ମ କ୍ଷେତ୍ରରେ କର୍ତ୍ତବ୍ୟପରାୟଣତା, ସମୟାନୁବର୍ତ୍ତିତା, ସାଧୁତା ଓ ସଚ୍ଚୋଟତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦେବା ସହିତ ଲୋକଙ୍କ ଅଭିଯୋଗ ଶୁଣାଣୀକୁ ପ୍ରାଥମିକତା ଦେଇ ରାଜ୍ୟର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ।

ସୂଚନାଯୋଗ୍ୟ ଯେ, ଆଜି ବିଭିନ୍ନ ବିଭାଗରେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀ ମାନଙ୍କ ମଧ୍ୟରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗର ୮୨ ଜଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ୩୯ ଜଣ, ଉଚ୍ଚଶିକ୍ଷା ବିଭାଗର ୨୪ ଜଣ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୨୩୧ ଜଣ, ସୂଚନା ଓ ଲୋକସଂପର୍କ ବିଭାଗର ୫ ଜଣ, ଯୋଜନା ଓ ସଂଯୋଜନ ବିଭାଗର ୬୧ ଜଣ ଏବଂ ଅନୁସୂଚିତ ଜନଜାତି ଓ ଜାତି ବିଭାଗର ୩୪ ଜଣ – ଏହିପରି ସର୍ବମୋଟ ୪୭୬ ଜଣ ନବନିଯୁକ୍ତ ଅଧିକାରୀ ଓ କର୍ମଚାରୀ ଅଛନ୍ତି। ତନ୍ମଧ୍ୟରେ ଗ୍ରୁପ-ଏ ବର୍ଗର ୯୮ ଜଣ ଅଧିକାରୀ, ଗ୍ରୁପ-ବି ବର୍ଗର ୧୩୦ ଜଣ ଅଧିକାରୀ ଏବଂ ଗ୍ରୁପ-ସି ବର୍ଗର ୨୪୮ ଜଣ କର୍ମଚାରୀ ଅଛନ୍ତି।

କାର୍ଯ୍ୟକ୍ରମରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି, କ୍ରୀଡା ଓ ଯୁବ ସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ।

ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ।

କନ୍‌ଭେନ୍‌ସନ୍ ସେଣ୍ଟର ନିଯୁକ୍ତି ପତ୍ର ନିଯୁକ୍ତି ମେଳା ମୋହନ ଚରଣ ମାଝୀ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥର ବଡ ଘୋଷଣା: ନିୟମିତ ଟ୍ରେନ୍‌ରେ ଅତିରିକ୍ତ କୋଚ୍ ସଂଯୋଗ ଏବଂ ସ୍ୱତନ୍ତ୍ର ଟ୍ରେନ୍ ବ୍ୟବସ୍ଥା

December 7, 2025

ଡିସେମ୍ବର ୧୨ରେ ପୁରୀଠାରେ ମହୋଦଧି ଦିବସ: ଯୋଗଦେବେ ସୁନାମଧନ୍ୟ ଚଳଚ୍ଚିତ୍ର ତାରକା

December 7, 2025

Odisha Book Fair: ଆରମ୍ଭ ହେଲା ରାଜ୍ୟ ପୁସ୍ତକ ମେଳା, ଡିସେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ

December 7, 2025

ପ୍ରକାଶିତ ହେଲା ୫ମ ଏବଂ ୮ମ ଶ୍ରେଣୀ ପାଇଁ ନୂଆ ପୁସ୍ତକ, ଆସନ୍ତା ଶିକ୍ଷାବର୍ଷରୁ ସମସ୍ତ ସ୍କୁଲରେ ଲାଗୁ

December 7, 2025
Latest News

ଇଣ୍ଡିଗୋ ସଙ୍କଟ ମଧ୍ୟରେ ଯାତ୍ରୀଙ୍କ ପାଇଁ ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି: ଶସ୍ତା ଟିକେଟ୍ ସହ ମାଗଣା ସିଟ୍ ଅପଗ୍ରେଡ୍

December 7, 2025

ପୂର୍ବତଟ ରେଳପଥର ବଡ ଘୋଷଣା: ନିୟମିତ ଟ୍ରେନ୍‌ରେ ଅତିରିକ୍ତ କୋଚ୍ ସଂଯୋଗ ଏବଂ ସ୍ୱତନ୍ତ୍ର ଟ୍ରେନ୍ ବ୍ୟବସ୍ଥା

December 7, 2025

ଡିସେମ୍ବର ୧୨ରେ ପୁରୀଠାରେ ମହୋଦଧି ଦିବସ: ଯୋଗଦେବେ ସୁନାମଧନ୍ୟ ଚଳଚ୍ଚିତ୍ର ତାରକା

December 7, 2025

Odisha Book Fair: ଆରମ୍ଭ ହେଲା ରାଜ୍ୟ ପୁସ୍ତକ ମେଳା, ଡିସେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ

December 7, 2025

Google Gemini Pro: କଲେଜ ଛାତ୍ରଛାତ୍ରୀମାନଙ୍କୁ ଏଆଇ ଜ୍ଞାନରେ ସଶକ୍ତ କରୁଛି ରିଲାଏନ୍ସ ଜିଓ

December 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.