Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପଞ୍ଜୀକୃତ ଏକ ହଜାର ଅଭିଯୋଗକାରୀଙ୍କ ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ: ଚାଷୀଙ୍କ ବୁଝିଲେ ଦୁଃଖ
ବିଶେଷ ଖବର

ପଞ୍ଜୀକୃତ ଏକ ହଜାର ଅଭିଯୋଗକାରୀଙ୍କ ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ: ଚାଷୀଙ୍କ ବୁଝିଲେ ଦୁଃଖ

September 23, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ଙ୍କ ଲୋକଙ୍କ ଅଭିଯୋଗ ଶୁଣିବାର ଧାରା ଜାରି ରହିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜୀକୃତ ହୋଇଥିବା ଏକ ହଜାର ଅଭିଯୋଗକାରୀଙ୍କ ଠାରୁ ସେମାନଙ୍କ ସମସ୍ୟା ଶୁଣିଥିଲେ। ମୁଖ୍ୟମନ୍ତ୍ରୀ ଲୋକଙ୍କୁ ଆଶ୍ୱାସନା ଦେବା ସହିତ ସମସ୍ୟାର ସମାଧାନ ପାଇଁ ପ୍ରଶାସନିକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଜି ଠାରୁ ପ୍ରଥମ ଥର ପାଇଁ ପାଇଁ ସମ୍ପୂର୍ଣ୍ଣ ଅନ୍‌ଲାଇନ୍‌ ପଞ୍ଜୀକରଣ ବ୍ୟବସ୍ଥା କାର୍ଯ୍ୟକାରୀ ହେଲା।

ପୂର୍ବରୁ ସାଧାରଣ ଲୋକଟିଏ ପକ୍ଷରେ ଜଣେ ଉଚ୍ଚ ପଦାଧିକାରୀଙ୍କୁ ଭେଟିବା କଷ୍ଟକର ବ୍ୟାପର ଥିଲା। ଆଜି କିନ୍ତୁ ‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ ଲୋକଙ୍କୁ ପାଖରେ ବସାଇ ସେମାନଙ୍କ ଦୁଃଖ ଶୁଣୁଛନ୍ତି। ସମାଧାନର ବ୍ୟବସ୍ଥା କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କର ଆଶ୍ୱାସନା ଭରା କଥାରେ ଖୁସିରେ ଆତ୍ମହରା  ହୋଇ ଉଠୁଛନ୍ତି ସମସ୍ତେ। ନିଜେ ମୁଖ୍ୟମନ୍ତ୍ରୀ ଲୋକଙ୍କ ଠାରୁ ଅଭିଯୋଗ ପତ୍ର ଗ୍ରହଣ କରି ଉପସ୍ଥିତ ବରିଷ୍ଠ ପ୍ରଶାସନିକ ଅଧିକାରୀମାନଙ୍କୁ ସମସ୍ୟାର ସମାଧାନ କିପରି ହେବ ସେଥି ପାଇଁ ନିର୍ଦ୍ଦେଶ ଦେଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଠାରୁ ନିର୍ଦ୍ଦେଶ ପାଇ ଅଧିକାରୀମାନେ ମଧ୍ୟ ତତ୍ପରତାର ସହ ଲୋକଙ୍କ ଅଭିଯୋଗକୁ ସଂପୃକ୍ତ ବିଭାଗକୁ ତ୍ୱରିତ ପଦକ୍ଷେପ ପାଇଁ ପ୍ରେରଣ କରୁଥାନ୍ତି। ଏ ଥିଲା ଆଜିର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠର ଦୃଶ୍ୟ। ଯେଉଁଠି ସାଧାରଣ ଲୋକ ଏବଂ ସରକାରଙ୍କ ମଧ୍ୟରେ ନଥିଲା କୌଣସି ପ୍ରତିବନ୍ଧକ। ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ଭିନ୍ନକ୍ଷମ, ରୋଗୀ ଓ ବରିଷ୍ଠ ନାଗରିକମାନଙ୍କ ପ୍ରତି ଅଭିଯୋଗ ପ୍ରକୋଷ୍ଠରେ  ସ୍ୱତନ୍ତ୍ର ଧ୍ୟାନ ଦିଆଯାଉଥିଲା।

ଜୁଲାଇ ୧ ତରିଖରୁ ଆରମ୍ଭ ହୋଇଥିବା ଅଭିଯୋଗ ଶୁଣାଣି ପ୍ରକ୍ରିୟା ଆଜି ଚତୁର୍ଥ ଦିନରେ ପହଞ୍ଚିଲା। ମୁଖ୍ୟମନ୍ତ୍ରୀଙ୍କ ସହିତ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ସ୍ୱାଇଁ, ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣୁଥିଲେ। ବିଭିନ୍ନ ବିଭାଗର ସଚିବ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଏହି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିଥିଲେ।

ଆଜି ମୁଖ୍ୟମନ୍ତ୍ରୀ ସକାଳ ୧୧ଟାରେ ଶୁଣାଣି ଆରମ୍ଭ କରି ଅପରାହ୍ନ ପ୍ରାୟ ୫ଟା ପର୍ଯ୍ୟନ୍ତ ଶୁଣାଣି ଜାରି ରଖିଥିଲେ। ସମୁଦାୟ ୧୦୦୦ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ଏବଂ ସମସ୍ତ ଅଭିଯୋଗକାରୀ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ଜଣାଇଥିଲେ।

ଆଜି ଆସିଥିବା ବିଭିନ୍ନ ଅଭିଯୋଗକାରୀମାନଙ୍କ ମଧ୍ୟରୁ ଜଣେ ଥିଲେ ଅନୁଗୋଳର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଶଙ୍କର ଦାସ। ଚାକିରୀ କାଳରେ ତାଙ୍କ ପ୍ରତି ବହୁ ଅନ୍ୟାୟ ଓ ଅବହେଳା କରାଯାଇଛି ବୋଲି ସେ ମୁଖ୍ୟମନ୍ତ୍ରୀଙ୍କୁ ଦୁଃଖ ଭରା ଅଭିଯୋଗ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ମଧ୍ୟ ତାଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ଶୁଣି, ଅଧୈର୍ଯ୍ୟ ନହେବା ପାଇଁ ପରାମର୍ଶ ଦେଇଥିଲେ ଏବଂ ତାଙ୍କୁ ନ୍ୟାୟ ଦେବା ପାଇଁ ଉପସ୍ଥିତ ସଂପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ଆଉ ଜଣେ ଅଭିଯୋଗକାରୀ ଥିଲେ ଭଦ୍ରକ ଜିଲ୍ଲାର ୨୨ ବର୍ଷର ଭିନ୍ନକ୍ଷମ ଯୁବକ ନିରାକାର ନାୟକ। ସାଙ୍ଗରେ ଥିଲେ ତାଙ୍କ ବାପା ଓ ମା’। ଜାପାନୀ ଜ୍ୱରରେ ପୀଡିତ ହୋଇ ଯୁବକ ଜଣକ ଭିନ୍ନକ୍ଷମ ହୋଇଯାଇଛନ୍ତି। ଚିକିତ୍ସା ପାଇଁ ବହୁ ଖର୍ଚ୍ଚାନ୍ତ ହେଲେଣି। ଚିକିତ୍ସା ସାହାଯ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଆସିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଠାରୁ ଚିକିତ୍ସା ବାବଦରେ ଆଶ୍ୱାସନା ଭରା ପ୍ରତିଶ୍ରୁତି ଶୁଣି ସେମାନେ ଖୁସି ମନରେ ଫେରିଲେ।

ଆଉ ଜଣେ କୋରାପୁଟ ଜିଲ୍ଲାର ଅଭିଯୋଗକାରୀ ରମେଶ ଧଳ, ଗାଁରେ ତାଙ୍କ ପ୍ରତି ହେଉଥିବା ଅନ୍ୟାୟ ଅତ୍ୟାଚାର ବିଷୟ ନେଇ ସପତ୍ନୀକ ଆସିଥିଲେ। ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣି ଜିଲ୍ଲା ଏସ୍.ପିଙ୍କୁ ତୁରନ୍ତ ତାଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଆଉ ଜଣେ ଅଭିଯୋଗକାରୀ ଥିଲେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଅଞ୍ଚଳର ସରୋଜିନୀ ଦାସ।  ସେ ଅଭିଯୋଗ କରିଥିଲେ ଯେ ତାଙ୍କ ପୁଅକୁ ହତ୍ୟା କରାଯାଇଛି। ହତ୍ୟାକାରୀଙ୍କୁ ଆଜି ସୁଦ୍ଧା ପୋଲିସ ଧରୁନାହିଁ। ମୁଖ୍ୟମନ୍ତ୍ରୀ ତାଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ ତୁରନ୍ତ ଜିଲ୍ଲା ଏସ୍‌.ପିଙ୍କୁ ନିର୍ଦ୍ଦେଶ ଦେଲେ ଏବଂ କହିଲେ ନ୍ୟାୟ ମିଳୁଛି କି ନାହିଁ ମୋତେ ଆସି ଜଣାଇବ। ଅଭିଯୋଗକାରୀ ମହିଳା ମୁଖ୍ୟମନ୍ତ୍ରୀଙ୍କ ଆଶ୍ୱାସନା ଭରା କଥା ଶୁଣି କହିଲେ ଯେ ମୁଖ୍ୟମନ୍ତ୍ରୀ ମୋ ମନରେ ଭରସା ସୃଷ୍ଟି କଲେ ଯେ ମୁଁ ନିଶ୍ଚିତ ରୂପେ ନ୍ୟାୟ ପାଇବି। ଏହି ଭଳି ପ୍ରତ୍ୟେକଙ୍କ କିଛି ନା କିଛି ଅଭିଯୋଗ ଥିଲା । ଆଉ ସମସ୍ତେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କୁ ପାଖରେ ପାଇ ସିଧାସଳଖ ଅଭିଯୋଗ ଦେଇ ଆତ୍ମସନ୍ତୋଷର ସହ ଫେରିଥିଲେ।

ଚାଷୀଙ୍କ ଦୁଃଖ ବୁଝିଲେ ମୁଖ୍ୟମନ୍ତ୍ରୀ

ସୁଦୂର କେନ୍ଦ୍ରାପଡା ଜିଲ୍ଲା ରାଜକନିକାରୁ ୧୭ଜଣ ଚାଷୀ ତାଙ୍କ ଅଞ୍ଚଳର ବରୁଣା ପ୍ରାଥମିକ କୃଷି ସମବାୟ ସମିତିରେ ହୋଇଥିବା ଆର୍ଥିକ ହେରଫେର ବିଷୟରେ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ପଦଯାତ୍ରାରେ ଆସିଥିଲେ। ସେମାନଙ୍କ ଅଭିଯୋଗ ଥିଲା ଯେ ସମିତିର ଦୁଇ ଜଣ ଅଧିକାରୀ କୃଷକମାନଙ୍କ ପାଇଁ ଉଦ୍ଦିଷ୍ଟ ସରକାରୀ ଆର୍ଥିକ ସହାୟତାକୁ ଚଞ୍ଚକତା କରି ନେଇଯାଇଛନ୍ତି। ସେମାନଙ୍କ ବିରୁଦ୍ଧରେ ଏ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ହୋଇନାହିଁ। କୃଷକମାନେ ସେମାନଙ୍କ ଉଚିତ୍ ସରକାରୀ ପ୍ରାପ୍ୟ ପାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଅଭିଯୋଗ ନେଇ ଆସିଥିଲେ। ମୁଖ୍ୟମନ୍ତ୍ରୀ ନିଜେ ସେମାନଙ୍କ ପାଖକୁ ଆସି ସେମାନଙ୍କ ଠାରୁ ଅଭିଯୋଗ ପତ୍ର ଗ୍ରହଣ କଲେ ଏବଂ ସେମାନଙ୍କ ଆଶ୍ୱାସନା ଦେଇଥିଲେ ଯେ ଏ ସରକାର ହେଉଛି ଚାଷୀଙ୍କ ସରକାର। ଚାଷୀଙ୍କ ପ୍ରତି ହୋଇଥିବା ଅନ୍ୟାୟକୁ କେବେହେଲେ ପ୍ରଶ୍ରୟ  ଦିଆଯିବ ନାହିଁ। ଯଥାଶୀଘ୍ର ଏହି ଅଭିଯୋଗ ଉପରେ ତଦନ୍ତ କରାଯାଇ ଦୋଷୀକୁ ଦଣ୍ଡ ମିଳିବା ସହିତ ଆପଣମାନଙ୍କୁ ନ୍ୟାୟ ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀଙ୍କର ଏହି ଆଶ୍ୱାସନା ଭରା କଥା ଶୁଣି ଖୁସି ମନରେ ସମସ୍ତେ ‘ମୁଖ୍ୟମନ୍ତ୍ରୀ ଜିନ୍ଦାବାଦ’ ଧ୍ୱନୀ ଦେଇ ଫେରିଥିଲେ।

mohan charan majhi ଅଭିଯୋଗ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରାଣାନ୍ତକ ଆକ୍ରମଣ : ଭୁଜାଲି ଚୋଟରେ ଛିଣ୍ଡିଲା ହାତ ପାପୁଲି ଓ ବୁଢ଼ା ଆଙ୍ଗୁଠି

May 28, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ଓଡିଶା ବିଧାନସଭାର ଶ୍ରେଷ୍ଠ ବିଧାୟକ ଚୟନ ପାଇଁ କମିଟି ଗଠନ

May 27, 2026
Latest News

ପ୍ରାଣାନ୍ତକ ଆକ୍ରମଣ : ଭୁଜାଲି ଚୋଟରେ ଛିଣ୍ଡିଲା ହାତ ପାପୁଲି ଓ ବୁଢ଼ା ଆଙ୍ଗୁଠି

May 28, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

୨୦୨୫-୨୬ରେ ଖଦି ଓ ଗ୍ରାମୋଦ୍ୟୋଗ କ୍ଷେତ୍ରରେ ରେକର୍ଡ ୧.୮୭ ଲକ୍ଷ କୋଟିର ବିକ୍ରୟ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ମାରାତ୍ମକ ହୋଇପାରେ ଏସିର ବ୍ୟବହାର, ଜାଣନ୍ତୁ କାରଣ କଣ ?

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.