Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ ସହାୟତା, ଜାଣନ୍ତୁ କାହାକୁ ମିଳବ କେତେ ଟଙ୍କା
ବିଶେଷ ଖବର

ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ ସହାୟତା, ଜାଣନ୍ତୁ କାହାକୁ ମିଳବ କେତେ ଟଙ୍କା

September 24, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link
ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ ସହାୟତା, ଜାଣନ୍ତୁ କାହାକୁ ମିଳବ କେତେ ଟଙ୍କା

ଭୁବନେଶ୍ବର:  ଚଳିତ ସେପ୍ଟେମ୍ବର ମାସରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ଜିଲ୍ଲାରେ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଚଳିତ ମାସ ୧୮ ତାରିଖରେ ବାଲେଶ୍ୱର ଗସ୍ତ କରି କ୍ଷତିଗ୍ରସ୍ତ ମାନଙ୍କୁ ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ବାଲେଶ୍ବର ଜିଲ୍ଲାର ବନ୍ୟା କ୍ଷତିଗ୍ରସ୍ତ ପାଇଁ ସହାୟତା ଘୋଷଣା କରାଯାଇଛି। ଏହି ନିଷ୍ପତ୍ତି ଅନୁଯାୟୀ…

1-ସଂପୂର୍ଣ୍ଣ କ୍ଷତିଗ୍ରସ୍ତ ବାସଗୃହର ତୁରନ୍ତ ମରାମତି ନିମନ୍ତେ ୧,୨୦,୦୦୦ ଟଙ୍କା

2- ଆଂଶିକ ଭାବେ କ୍ଷତିଗ୍ରସ୍ତ ପକ୍କା ବାସଗୃହର ମରାମତି ନିମନ୍ତେ ୬,୫୦୦ ଟଙ୍କା

3- ଆଂଶିକ କ୍ଷତିଗ୍ରସ୍ତ କଚ୍ଚା ଗୃହ ପାଇଁ ୪୦୦୦ ଟଙ୍କା

4- ଭାଙ୍ଗିଯାଇଥିବା କୁଡିଆ ଘର ପିଛା ୮୦୦୦ ଟଙ୍କା

5- ଭାଙ୍ଗିଯାଇଥିବା ଗୁହାଳ ଘର ପାଇଁ ୩୦୦୦ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ।

6- ପରିବାରଙ୍କର ବାସଗୃହ ସଂପୂର୍ଣ୍ଣ ଭାବେ ନଷ୍ଟ ହୋଇଥିଲେ କିମ୍ବା ୨ ଦିନ ଧରି ବନ୍ୟାଜଳରେ ବୁଡ଼ି ରହିଥିଲେ ଲୁଗାପଟା ପାଇଁ ୨୫୦୦ ଟଙ୍କା

7- ବାସନ କୁସନ ପାଇଁ ୨୫୦୦ ଟଙ୍କା ଆର୍ଥିକ ସହାୟତାରାଶି ଯୋଗାଇ ଦିଆଯିବ ।

8- କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କୁ ଫସଲ/ଉଦ୍ୟାନ କୃଷି କ୍ଷୟକ୍ଷତିର ଭରଣା ନିମନ୍ତେ ଅଣଜଳସେଚିତ ଅଞ୍ଚଳ ପାଇଁ ହେକ୍ଟର ପିଛା ୮,୫୦୦ ଟଙ୍କା

9- ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୧୭,୦୦୦ ଟଙ୍କା

10- ସମସ୍ତ ପ୍ରକାର ବାରମାସୀ ଫସଲ ପାଇଁ ହେକ୍ଟର ପିଛା ୨୨,୫୦୦ ଟଙ୍କା ଆର୍ଥିକ ସହାୟତାରାଶି ପ୍ରଦାନ କରାଯିବ। ଏହି ସହାୟତା ସର୍ବାଧିକ ୨ ହେକ୍ଟର ପାଇଁ ଯୋଗାଇଦିଆଯିବ ।

11- ସେହିଭଳି କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ବାଲିଚର ସହାୟତା ( ଯଦି ୩ ଇଞ୍ଚରୁ ଉର୍ଦ୍ଧ ବାଲିଚର ହୋଇଥାଏ) ହେକ୍ଟର ପିଛା ୧୮,୦୦୦ ଟଙ୍କା ସର୍ବନିମ୍ନ ୨୨୦୦ ଟଙ୍କା

12- ମାଛଚାଷ ପୋଖରୀର ମରାମତି ଓ ପଙ୍କ ଉଦ୍ଧାର ପାଇଁ ହେକ୍ଟର ପିଛା ୧୮,୦୦୦ ଟଙ୍କା, ସର୍ବନିମ୍ନ ୨୨୦୦ ଟଙ୍କା

13- ଯଦି ଚାଷ ଜମିର ଅନେକାଂଶ ଭୂସ୍ଖଳନ ଯୋଗୁଁ, ନଦୀର ଗତିପଥ ପରିବର୍ତ୍ତନ ଯୋଗୁଁ କ୍ଷୟ ହୋଇଥାଏ ତେବେ ହେକ୍ଟର ପିଛା ୪୭,୦୦୦ ଟଙ୍କା । ଏଥିପାଇଁ ଚାଷୀ ପିଛା ସର୍ବନିମ୍ନ ୫୦୦୦ ଟଙ୍କା ଆର୍ଥିକ ସହାୟତା ଦିଆଯିବ ।

14- ମତ୍ସ୍ୟଜୀବି ମାନଙ୍କ ଆଂଶିକ କ୍ଷତିଗ୍ରସ୍ତ ଡଙ୍ଗା ପାଇଁ ୬,୦୦୦ ଟଙ୍କା

15- ଆଂଶିକ କ୍ଷତିଗ୍ରସ୍ତ ଜାଲ ପାଇଁ ୩୦୦୦ ଟଙ୍କା

16- ସଂପୂର୍ଣ୍ଣ ଭାଙ୍ଗି ଯାଇଥିବା ଡଙ୍ଗା ପାଇଁ ୧୫,୦୦୦ ଟଙ୍କା

17- ସଂପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ଜାଲ ପାଇଁ ୪,୦୦୦ ଟଙ୍କା

18- ମତ୍ସ୍ୟ ଯାଆଁଳ ଚାଷ (Fish seed farm) ର କ୍ଷତି ପାଇଁ ହେକ୍ଟର ପିଛା – ୧୦,୦୦୦ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ ।

19- ମୃତ ଗୃହପାଳିତ ପଶୁମାନଙ୍କ ପାଇଁ ଦୁଧିଆଳୀ ପଶୁ ଯଥା ମଇଁଷି, ଗାଈ ପିଛା ୩୭,୫୦୦ ଟଙ୍କା

20- ଛେଳି ବା ମେଣ୍ଢା ପିଛା ୪୦୦୦ ଟଙ୍କା, ଭାରବାହୀ ପଶୁ ଯଥା ବଳଦ, ମଇଁଷି, ଘୋଡ଼ା ପିଛା ୩୨,୦୦୦ ଟଙ୍କା, ବାଛୁରୀ, ଗଧ ଏବଂ ଖଚର ପିଛା ୨୦,୦୦୦ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ । ଏହି ସହାୟତା ରାଶି ଗୋଟିଏ ପରିବାରର ୩ଟି ବଡ଼ ଦୁଗ୍ଧ ପ୍ରଦାନକାରୀ ପଶୁ ବା ୩୦ଟି ଛୋଟ ଦୁଗ୍ଧ ପ୍ରଦାନକାରୀ ପଶୁ କିମ୍ବା ୩ଟି ବୃହତ ଭାରବାହୀ ପଶୁ ବା ୬ଟି ଛୋଟ ଭାରବାହୀ ପଶୁଙ୍କ ପର୍ଯ୍ୟନ୍ତ ସିମିତ ରହିବ ।

21- ହସ୍ତଶିଳ୍ପ, ହସ୍ତତନ୍ତ କାରିଗରମାନଙ୍କୁ ଯନ୍ତ୍ରାଂଶ ନଷ୍ଟ ବା ପ୍ରତିସ୍ଥାପନ ପାଇଁ ଗ୍ରାମୀଣ କାରୀଗର ପିଛା ୫୦୦୦ ଟଙ୍କା

22- ବିଭିନ୍ନ ଆନୁସଙ୍ଗିକ ଦ୍ରବ୍ୟ ପାଇଁ ଗ୍ରାମୀଣ କାରୀଗର ପିଛା ୫୦୦୦ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯିବ ।

ସର୍ବସାଧାରଣ ସମ୍ପତ୍ତି ଯଥା- ରାସ୍ତାଘାଟ, ପୋଲ, ବିଦ୍ୟାଳୟ, ପ୍ରାଥମିକ/ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, 11 KV LT Line, ପାନୀୟଜଳ ଯୋଗାଣ ବ୍ୟବସ୍ଥା, କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ମହିଳା ମଣ୍ଡଳ, ଯୁବ କେନ୍ଦ୍ର, ପଞ୍ଚାୟତ ଘର ଓ ଅଙ୍ଗନବାଡି ଗୃହ ଆଦିର ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ନିମନ୍ତେ ସଂପୃକ୍ତ ବିଭାଗମାନଙ୍କଠାରୁ ସବିଶେଷ କ୍ଷୟକ୍ଷତିର ତଥ୍ୟ ହସ୍ତଗତ ହେଲାପରେ ଆର୍ଥିକ ସହାୟତା ଉକ୍ତ ବିଭାଗମାନଙ୍କୁ ପ୍ରଦାନ କରାଯିବ ।

ସୂଚନାଯୋଗ୍ୟ ଯେ ବନ୍ୟା ସମୟରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ବିପନ୍ନଙ୍କ ତ୍ୱରିତ ଉଦ୍ଧାର କାର୍ଯ୍ୟ ନିମନ୍ତେ ୮ ଟି ଅଗ୍ନିଶମ ବାହିନୀ, ୩ ଟି ODRAF ଟିମ୍ ଓ ଗୋଟିଏ NDRF ଟିମ୍ ନିୟୋଜିତ କରାଯାଇଥିଲା ।

ଆଶ୍ରୟସ୍ଥଳୀ ମାନଙ୍କରେ ଥିବା ଲୋକମାନଙ୍କୁ ବନ୍ୟା ପରିସ୍ଥିତିରେ ସୁଧାର ଆସିବା ପର୍ଯ୍ୟନ୍ତ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ପ୍ରଭାବିତ ଲୋକଙ୍କୁ ଜଳ ଜନିତ ରୋଗରୁ ସୁରକ୍ଷା ଦେବା ପାଇଁ ଜିଲ୍ଲା ସ୍ତରରେ ସ୍ୱାସ୍ଥ୍ୟ ସେବା ଟିମ୍ ଗଠନ କରାଯାଇଥିଲା ।

ବନ୍ୟା ବନ୍ୟା ସହାୟତା ବନ୍ୟା ସହାୟତା ରାଶି ବାଲେଶ୍ବର ବନ୍ୟା ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 24, 2025

ବିଧାୟକ ପ୍ରକାଶ ସେଠୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାହିଁକି କହିଲେ ‘ଇଙ୍ଗିଲସ ଏମଏଲଏ’

August 24, 2025

ଗୋରୁ ବୋଝେଇ ଗାଡ଼ିକୁ ଧରିଲା ବଜରଙ୍ଗ ଦଳ: ବାଣପୁର ଥାନାରେ ମାମଲା ରୁଜୁ

August 24, 2025

ମାରୁତି ସୁଜୁକିର ଆସିଲା ପ୍ରଥମ ବୈଦ୍ୟୁତିକ ଯାନ ‘ଇ ଭିଟାରା’, ପ୍ରଧାନମନ୍ତ୍ରୀ କରିବେ ଶୁଭାରମ୍ଭ

August 24, 2025
Latest News

ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 24, 2025

ଆମେ କେବଳ କ୍ରମିକ ପରିବର୍ତ୍ତନ ନୁହେଁ, ଏକ ବିରାଟ ଲମ୍ଫ ଲକ୍ଷ୍ୟ ନେଇ ଆଗକୁ ବଢ଼ୁଛୁ: ପ୍ରଧାନମନ୍ତ୍ରୀ

August 24, 2025

ଗମ୍ଭାରୀମୁଣ୍ଡାରେ ରୋଟାରୀ କ୍ଲବ୍ ପକ୍ଷରୁ ମାଗଣା ଚକ୍ଷୁ ଓ ସ୍ୱାସ୍ଥ୍ୟ ଶିବିର

August 24, 2025

ରଙ୍କନାଥ ଦେବ ପିଠର ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଆଇନ ମନ୍ତ୍ରୀ

August 24, 2025

ବିଧାୟକ ପ୍ରକାଶ ସେଠୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାହିଁକି କହିଲେ ‘ଇଙ୍ଗିଲସ ଏମଏଲଏ’

August 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.