Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସୁଭଦ୍ରା ଯୋଜନା ନେଇ ଜିଲ୍ଲାପାଳ ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ କହିଲେ ଏପରି କଥା
ବିଶେଷ ଖବର

ସୁଭଦ୍ରା ଯୋଜନା ନେଇ ଜିଲ୍ଲାପାଳ ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ କହିଲେ ଏପରି କଥା

September 27, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link
ସୁଭଦ୍ରା ଯୋଜନା ନେଇ ଜିଲ୍ଲାପାଳ ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ କହିଲେ ଏପରି କଥା

ଭୁବନେଶ୍ବର: ଲୋକସେବା ଭବନ  କନଭେନସନ ସେଣ୍ଟରରେ ଆୟୋଜିତ ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନ ପରେ ଦ୍ୱିତୀୟ ଅଧିବେଶନରେ ‘ସୁଭଦ୍ରା”  ଯୋଜନାର କାର୍ଯ୍ୟକାରିତା ସମ୍ବନ୍ଧରେ ଉପସ୍ଥାପନା କରାଯାଇଥିଲା। ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ଏ ସଂପର୍କିତ ଉପସ୍ଥାପନ କରିଥିଲେ।

“ସୁଭଦ୍ରା”ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ ସେ ସମସ୍ତ ଜିଲ୍ଲାପାଳକୁ ଧନ୍ୟବାଦ ଜଣାଇଥିଲେ । ଏଥିରେ ଦର୍ଶାଯାଇଥିଲା ଯେ ଅଦ୍ୟାବଧି ଛପା ଯାଇଥିବା  ୧ କୋଟି ୮୯ ଲକ୍ଷ ୩୪ ହଜାର ୧୭୬ ସୁଭଦ୍ରା ଆବେଦନ ଫର୍ମ ମଧ୍ୟରୁ ୧ କୋଟି ୫୭ ଲକ୍ଷ ୧ ହଜାର ୫୫  ଫର୍ମ ବଣ୍ଟନ କରାଯାଇଛି ।

ଆଜି  ତାରିଖ ପର୍ଯ୍ୟନ୍ତ ୯୫ ଲକ୍ଷରୁ  ଅଧିକ  ଆବେଦନ  ପଞ୍ଜିକୃତ ହୋଇସାରିଛି। ସମୁଦାୟ ୨୫ ଲକ୍ଷ ୨୯ ହଜାର ୭୨୦ “ସୁଭଦ୍ରା” ହିତାଧିକାରୀଙ୍କୁ  ଅର୍ଥରାଶି ପ୍ରଦାନ କରାଯାଇଛି। ଏଥି ମଧ୍ୟରୁ ୨୫ ଲକ୍ଷ ୧୭ ହଜାର ୫୪୫ ଜଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ଏବଂ ୧୨ ହଜାର ୧୭୫ ଜଣଙ୍କୁ ସିବିଡିସି  ଜରିଆରେ  ଅର୍ଥରାଶି  ପଠାଯାଇଛି।

ବିଭିନ୍ନ ସୂଚନା, ଶିକ୍ଷା ଓ ଯୋଗାଯୋଗ ପଦ୍ଧତିରେ ଓଡ଼ିଶାର ଗାଁ ଗାଁ ରେ ସୁଭଦ୍ରା ଯୋଜନା ସମ୍ବନ୍ଧରେ ସଚେତନତା ସୃଷ୍ଟି କରାଯାଇଛି । ସୋସିଆଲ ପ୍ରୋଟେକସନ ଡେଲିଭେରୀ ପ୍ଲାଟଫର୍ମ(ଏସପିଡିପି) ମାଧ୍ୟମରେ ଜାତୀୟ ଖାଦ୍ୟସୁରକ୍ଷା ଯୋଜନା (ଏନଏଫଏସ୍ଏସ୍) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା(ଏସଏଫଏସଏସ)ର ହିତାଧିକାରୀଙ୍କୁ  ଯାଞ୍ଚ କରାଯାଉଛି । ଏନଏଫଏସ୍ଏସ୍ ଓ ଏସଏଫଏସଏସ  ରୁ ବାଦ ପଡିଥିବା ହିତାଧିକାରୀଙ୍କୁ କ୍ଷେତ୍ର ଅନୁଧ୍ୟାନ ଦ୍ୱାରା ଯାଞ୍ଚ କରାଯିବ।

ସମସ୍ତ ଅନୁମୋଦନ ଓ  ଖାରଜ  ଫର୍ମର ତାଲିକା କାରଣ ସହ ସୁଭଦ୍ରା ୱେବ୍ ପୋର୍ଟାଲରେ ଦର୍ଶାଯିବ। ଏସଏମସ ଦ୍ୱାରା ମଧ୍ୟ  ସମସ୍ତଙ୍କୁ ଜଣାଇ ଦିଆଯିବ। ରାଜ୍ୟସାରା ଯେଉଁ ଗୁଜବ ଚାଲିଛି ଯେ ବ୍ୟାଙ୍କ ଆକଉଣ୍ଟରୁ ପଇସା ନ ଉଠେଇଲେ  ପଇସା ଆପେ ଆପେ ଫେରସ୍ତ ହେଇଯିବ, ଏପରି  କିଛି ବି ବ୍ୟବସ୍ଥା କରାଯାଇ ନାହିଁ ଓ ହିତାଧିକାରୀଙ୍କ ଅର୍ଥ ରାଶି ସେମାନଙ୍କର ବ୍ୟାଙ୍କ ଆକଉଣ୍ଟରେ ସୁରକ୍ଷିତ ରହିବ ବୋଲି ମହିଳା ଓ ଶିଶୁ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।

ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ବିଭାଗର ସମସ୍ତ ଅଧିକାରୀ ଓ ସମସ୍ତ ଜିଲ୍ଲାପାଳକୁ ଯୋଜନାର ସଫଳ  କାର୍ଯ୍ୟକାରିତା ପାଇଁ  ଧନ୍ୟବାଦ ଜଣେଇବା  ସହ ଜନଜାତି ବହୁଳ  ଅଞ୍ଚଳମାନଙ୍କରେ ସୁଭଦ୍ରା କାର୍ଯ୍ୟକ୍ରମକୁ  ପହଁଚାଇବା ପାଇଁ ବ୍ୟାପକ ଜନସଚେତନତାକୁ ପ୍ରାଥମିକତା ଦେବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ।

ଖୁବ୍ ଶୀଘ୍ର ସୁଭଦ୍ରା ଯୋଜନାରେ ଓଡିଶାର ଏକ କୋଟି ମହିଳାଙ୍କ ପଞ୍ଜିକରଣ ହୋଇଯିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ଏକ ସରକାରୀ ଯୋଜନାରେ ଏକ କୋଟି ହିତାଧିକାରୀଙ୍କୁ ଯୋଡିବା ଆମ ପାଇଁ ଏକ ବଡ ଉପଲବ୍ଧି ହେବ ବୋଲି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଉଲ୍ଲେଖ କରିଥିଲେ।

ପ୍ରଯୁକ୍ତି ବିଦ୍ୟାର ସଫଳ ଉପଯୋଗରେ ଏହି ଯୋଜନାର ସଫଳ କାର୍ଯ୍ୟାନ୍ୱୟନ କରାଯାଇଥିବାରୁ ସ୍ୱାସ୍ଥ୍ୟ,ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ ମୁକେଶ ମହାଲିଙ୍ଗ ସମ୍ପୃକ୍ତ ସମସ୍ତ ଅଧିକାରୀଙ୍କୁ ପ୍ରଶଂସା କରିବା ସହିତ  ଜିଲ୍ଲାସ୍ତରରେ ସର୍ବାଧିକ ସୁଭଦ୍ରା ଫର୍ମ ପଞ୍ଜିକୃତ କରିଥିବା ‘ମୋ ସେବା କେନ୍ଦ୍ର’ ଓ ‘ଜନ ସେବା କେନ୍ଦ୍ର’କୁ ପୁରସ୍କୃତ କରିବା ପାଇଁ  ଜିଲ୍ଲାପାଳମାନଙ୍କୁ ପ୍ରସ୍ତାବ ଦେଇଥିଲେ। ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଵିଶାଳ କୁମାର ଦେବ ପଞ୍ଜୀକରଣ ଓ ଯାଞ୍ଚ ପ୍ରକ୍ରିୟା ବ୍ୟବସ୍ଥା ସଂପର୍କରେ  ବିସ୍ତୃତ ଭାବରେ ଆଲୋଚନା କରିଥିଲେ।

କଟକ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରେୟ  ଭାଉସାହେବ ସିନ୍ଦେ କଟକ ଜିଲ୍ଲାରେ  ସୁଭଦ୍ରା ଯୋଜନାର ସଫଳ କାର୍ଯ୍ୟକାରିତା ବିଷୟରେ ଅବଗତ କରାଇଥିଲେ। ସରଳ କାର୍ଯ୍ୟକାରିତା ପାଇଁ ‘ମୋ ସେବା କେନ୍ଦ୍ର’ ଏବଂ   ‘ଜନସେବା କେନ୍ଦ୍ର’କୁ ଆଧାର କେନ୍ଦ୍ର ସହ ସଂଯୁକ୍ତ କରିବା ପାଇଁ ସେ ପ୍ରସ୍ତାବ ଦେଇଥିଲେ। ସେହିପରି  ସୁଭଦ୍ରା ଯୋଜନାକୁ ନେଇ କୋରାପୁଟ ଜିଲ୍ଲାବାସୀ  ଉତ୍ସାହିତ ଅଛନ୍ତି  ବୋଲି ଜିଲ୍ଲାପାଳ ଶ୍ରୀ ଭି.କୀର୍ତ୍ତି ଭାସନ  ପ୍ରକାଶ କରିଥିଲେ।

ସୂଚନାଯୋଗ୍ୟ କି, ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଯଥାଶୀଘ୍ର ପ୍ରଦାନ କରାଯିବ। ୨୦୨୫  ମାର୍ଚ୍ଚ ୮ ତାରିଖ ପୂର୍ବରୁ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ  ପ୍ରଥମ କିସ୍ତି ମିଳିବ ବୋଲି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।

Subhadra ପ୍ରଭାତୀ ପରିଡା ସୁଭଦ୍ରା ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ଅପରେସନ୍ ସିନ୍ଦୂର ପରେ ଗୋଟିଏ ମଞ୍ଚରେ ଆସିବେ ସରିଫ ଏବଂ ମୋଦି: ଜାଣନ୍ତୁ କେବେ?

August 25, 2025

ନିର୍ବାଚନ କମିଶନ ବନାମ ରାହୁଲ ଗାନ୍ଧୀ!: ଜାଣନ୍ତୁ ଜନତା କାହା ସହିତ ଅଛନ୍ତି, ଆସିଲା ବଡ଼ ସର୍ଭେ

August 25, 2025

ଆଜି ଭୁବନେଶ୍ୱରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀମାନଙ୍କ ସମ୍ମିଳନୀ

August 25, 2025

ପାଣିପାଗ ବିଭାଗର ଚେତାବନୀ ଜାରି: ରାଜ୍ୟରେ ଏହି ତାରିଖ ଯାଏଁ ଲାଗି ରହିବ ବର୍ଷା

August 25, 2025
Latest News

ଅପରେସନ୍ ସିନ୍ଦୂର ପରେ ଗୋଟିଏ ମଞ୍ଚରେ ଆସିବେ ସରିଫ ଏବଂ ମୋଦି: ଜାଣନ୍ତୁ କେବେ?

August 25, 2025

ଗଣେଶ ଚତୁର୍ଥୀରେ କେଉଁ ମୁହୂର୍ତ୍ତରେ ଗଣପତି ମୂର୍ତ୍ତି ଘରକୁ ଆଣିବା, ଜାଣନ୍ତୁ ଶୁଭ ସମୟ

August 25, 2025

ଆଜି ପ୍ରଧାନମନ୍ତ୍ରୀଙ୍କ ଦୁଇ ଦିନିଆ ଗୁଜରାଟ ଗସ୍ତ

August 25, 2025

ସୁନା ମୂଲ୍ୟରେ ହ୍ରାସ: ଜାଣନ୍ତୁ ଆଜିର ମୂଲ୍ୟ

August 25, 2025

ଏସିଆ କପ୍ ପୂର୍ବରୁ BCCI ଏବଂ ଡ୍ରିମ-୧୧ ର ଚୁକ୍ତି ଶେଷ, ବୋର୍ଡ ସଚିବଙ୍କ ବଡ ବୟାନ

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.