Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସହରାଞ୍ଚଳରେ ରାସ୍ତାଘାଟ ଓ ଜଳଯୋଗାଣ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ, ଦିଆଗଲା ଏହି ନିର୍ଦ୍ଦେଶ
ବିଶେଷ ଖବର

ସହରାଞ୍ଚଳରେ ରାସ୍ତାଘାଟ ଓ ଜଳଯୋଗାଣ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ, ଦିଆଗଲା ଏହି ନିର୍ଦ୍ଦେଶ

October 4, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସହରାଞ୍ଚଳରେ ରାସ୍ତାଘାଟ
ସହରାଞ୍ଚଳରେ ରାସ୍ତାଘାଟ ଓ ଜଳଯୋଗାଣ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ, ଦିଆଗଲା ଏହି ନିର୍ଦ୍ଦେଶ

ଭୁବନେଶ୍ୱର: ଆଜି ଲୋକସେବା ଭବନସ୍ଥିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସମ୍ମିଳନୀ କକ୍ଷରେ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଗୃହନିର୍ମାଣ ଓ ନଗର ଉନ୍ନୟନ, ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ ସିଂ, ଗୃହନିର୍ମାଣ ଓ ନଗର ଉନ୍ନୟନ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀଙ୍କ ସମେତ ବିଭିନ୍ନ ଜିଲ୍ଲା ତଥା ବିଭାଗୀୟ ପଦାଧିକାରୀବୃନ୍ଦ ଯୋଗଦେଇଥିଲେ।

ବୈଠକରେ ବିଭିନ୍ନ ଜିଲ୍ଲା ତଥା ମୁନିସିପାଲିଟିରୁ ଆସିଥିବା ବ୍ୟକ୍ତିବିଶେଷ ନିଜ ନିଜ ଅଞ୍ଚଳର ସମସ୍ୟା ଯଥା-ରାସ୍ତାଘାଟ, ଜଳଯୋଗାଣ ସମସ୍ୟା ବିଷୟରେ ମନ୍ତ୍ରୀମାନଙ୍କୁ ଜଣାଇଥିଲେ। ଏହିସବୁ ସମସ୍ୟାଗୁଡ଼ିକର ତ୍ୱରିତ ସମାଧାନ ପାଇଁ ବୈଠକରେ ନିଷ୍କର୍ଷ ବାହାର କରାଯାଇଥିଲା। ସଂପୃକ୍ତ ବିଭାଗୀୟ ଅଧିକାରୀ ଏ ବାବଦରେ କାର୍ଯ୍ୟର ଅଗ୍ରଗତି ନେଇ ତଥ୍ୟ ପ୍ରଦାନ କରିଥିଲେ। ଏହି ତଥ୍ୟକୁ ଆଧାର କରି ସଂପୃକ୍ତ ବିଭାଗକୁ କାର୍ଯ୍ୟ ଶେଷ କରିବା ପାଇଁ ସମୟସୀମା ଧାର୍ଯ୍ୟ କରାଯାଇଥିଲା। ଠିକ୍‌ ସମୟରେ କାର୍ଯ୍ୟ ସମାପ୍ତି ନ ଘଟିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା।

ଝାରସୁଗୁଡ଼ା ଓ ବ୍ରଜରାଜନଗର ସହରାଞ୍ଚଳର ସାମୂହିକ ବିକାଶ ସଂପର୍କରେ ଆଲୋଚନା କରାଯାଇ ଉଭୟ ସହରାଞ୍ଚଳରେ ଜିଲ୍ଲା ଖଣିଜ ପାଣ୍ଠିରୁ ଚାଲୁରହିଥିବା ପାନୀୟ ଜଳଯୋଗାଣ ପ୍ରକଳ୍ପ ବ୍ୟତୀତ ୨୪ ଘଣ୍ଟିଆ ଜଳଯୋଗାଣ ସୁନିଶ୍ଚିତ କରିବା ପାଇଁ ଡିଏମ୍‌ଏଫ୍‌ (ଜିଲ୍ଲା ଖଣିଜ ପାଣ୍ଠି) ବ୍ୟତୀତ ସରକାରଙ୍କଠାରୁ ଆବଶ୍ୟକ ଅର୍ଥ ମଞ୍ଜୁର କରିବା ନେଇ ପରାମର୍ଶ ଦିଆଯାଇଥିଲା। ଏହି କାର୍ଯ୍ୟ ଆଗାମୀ ନଭେମ୍ବର ୩୦ ତାରିଖ ସୁଦ୍ଧା ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

ଏଥିସହ ଉଭୟ ସହରରେ ବସ୍ତିବାସିନ୍ଦାମାନଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀମାନଙ୍କୁ ଜାଗା ଯୋଗାଇଦେବା ପାଇଁ ରହିଥିବା ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ପାଇଁ ବିସ୍ତୃତ ଆଲୋଚନା ହୋଇଥିଲା। ସେହିପରି ସୁବର୍ଣ୍ଣପୁର ଜିଲ୍ଲାର ପ୍ରକଳ୍ପିତ ନୂତନ ବସ୍‌ଷ୍ଟାଣ୍ଡର ସଂପ୍ରସାରଣ ଓ ଉନ୍ନତିକରଣ କାର୍ଯ୍ୟ ଓବିସିସିଏଲ୍‌ ହାତକୁ ନେଇଥିବାବେଳେ ଏହି କାର୍ଯ୍ୟ ତ୍ୱରାନ୍ୱିତ କରିବା ସହ ବସ୍‌ ରହଣି ସୁବ୍ୟବସ୍ଥିତ କରିବା ଏବଂ ଆନୁଷଙ୍ଗିକ ବ୍ୟବସ୍ଥା ଦିଗରେ ମଧ୍ୟ ଆଲୋଚନା ହୋଇଥିଲା। ବିଭାଗ ପକ୍ଷରୁ ଏ ନେଇ ଖୁବ୍‌ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ବୈଠକରେ କୁହାଯାଇଛି।

କନକ ବର୍ଦ୍ଧନ ସିଂହଦେଓ କୃଷ୍ଣଚନ୍ଦ୍ର ମହାପାତ୍ର ସୁରେଶ ପୂଜାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026

ବ୍ରହ୍ମପୁର ରେଳ ଷ୍ଟେସନର ହେବ ଆଧୁନିକୀକରଣ; ୩ଟି ନୂଆ ଲାଇନ ସହ ଦକ୍ଷିଣ ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତିଫଳନ

April 22, 2026

ଏଣିକି ଭୁବନେଶ୍ଵରରୁ ଶିରିଡ଼ି, ତିରୁପତିକୁ ଉଡ଼ିବ ବିମାନ

April 22, 2026
Latest News

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026

ଇଥାନଲ୍ ଉପରେ ନିୟମ ପରିବର୍ତ୍ତନ କଲେ ସରକାର, ମହଙ୍ଗା ବିମାନ ଯାତ୍ରା ହେବ ଶସ୍ତା !

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.