Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଦୌ ଆତଙ୍କିତ ହୁଅନ୍ତୁ ନାହିଁ, ସୁରକ୍ଷିତ ରୁହନ୍ତୁ, ସତର୍କ ରୁହନ୍ତୁ: ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ
ବିଶେଷ ଖବର

ଆଦୌ ଆତଙ୍କିତ ହୁଅନ୍ତୁ ନାହିଁ, ସୁରକ୍ଷିତ ରୁହନ୍ତୁ, ସତର୍କ ରୁହନ୍ତୁ: ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

October 23, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପରିଦର୍ଶନ କରି ସେଠାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି।

ସମୀକ୍ଷା ପରେ ଗଣମାଧ୍ୟମ ନିକଟରେ ନିଜର ବିବୃତ୍ତି ରଖି, ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କୌଣସି ପରିସ୍ଥିତିରେ ଭୟଭୀତ ବା ଆତଙ୍କିତ ନ ହେବାକୁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି। ‘You are in Safe Hands’ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବିପଦ ଟଳିବା ପର୍ଯ୍ୟନ୍ତ ସମସ୍ତେ ସୁରକ୍ଷିତ ଓ ସତର୍କ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ।

ପରିସ୍ଥିତିକୁ ତଦାରଖ କରିବା ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। ସେମାନେ ସମସ୍ତେ କ୍ୟାବିନେଟ ବୈଠକ ପରେ ଜିଲ୍ଲାଗସ୍ତରେ ଯାଇଛନ୍ତି। ଏହା ସହିତ ଅଭିଜ୍ଞତା ସମ୍ପନ୍ନ ଅଧିକାରୀମାନଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଯେଉଁ ସବୁ ଜିଲ୍ଲାରେ ବାତ୍ୟାର ସମ୍ଭାବନା ଅଛି, ସେ ସବୁ ଜିଲ୍ଲାରେ ବିପଦଶଙ୍କୁଳ ଅଞ୍ଚଳରୁ ଯୁଦ୍ଧକାଳୀନ ଭିତ୍ତିରେ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଉଛି। ବର୍ତ୍ତମାନ ସୁଦ୍ଧା ବିପଦଶଙ୍କୁଳ ଅଞ୍ଚଳରୁ ୩୦ ପ୍ରତିଶତ ଲୋକଙ୍କୁ ସ୍ଥାନାନ୍ତର କରାଯାଇସାରିଛି। ରାତି ସାରା ସ୍ଥାନାନ୍ତର କାର୍ଯ୍ୟ ଚାଲିବ ଏବଂ ଆସନ୍ତା କାଲି ସକାଳ ୧୧ଟା ସୁଦ୍ଧା ୯୦ ପ୍ରତିଶତ ସ୍ଥାନାନ୍ତର ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବାତ୍ୟା ଆଶ୍ରୟସ୍ଥଳୀରେ ଲୋକଙ୍କ ପାଇଁ ଶୁଖିଲା ଖାଦ୍ୟ ସହ ରନ୍ଧା ଖାଦ୍ୟ ଓ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା କରାଯାଇଛି ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, କଟକ ଓ ପୁରୀ ଜିଲ୍ଲା ଅଧିକ ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ, ଯଦି ଗତିପଥ ବଦଳେ, ତେବେ ଅନ୍ୟାନ୍ୟ ଜିଲ୍ଲା ମଧ୍ୟ ପ୍ରଭାବିତ ହେବାର ସମ୍ଭାବନା ରହିଛି। ସେଥିପାଇଁ ସରକାର ମଧ୍ୟ ପ୍ରସ୍ତୁତ ରହିଛନ୍ତି।

ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ୱତନ୍ତ୍ର ରିଲିଫ କମିଶନର, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବମାନେ ଉପସ୍ଥିତ ଥିଲେ। ବାତ୍ୟା ସମ୍ଭାବନା ଥିବା ଜିଲ୍ଲାର ଜିଲ୍ଲାପାଳମାନେ ଆଭାସୀ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ।

ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷ (Emergency Control Room) ପରିଦର୍ଶନ କରି ସେଠାରେ ବିଭିନ୍ନ ସାଟେଲାଇଟ ସୂଚନା ସମ୍ପର୍କରେ ଅବଗତ ହୋଇଥିଲେ ଏବଂ ଜରୁରୀକାଳୀନ ଯୋଗାଯୋଗ ବ୍ୟବସ୍ଥା ଅନୁଧ୍ୟାନ କରିଥିଲେ।

ବାତ୍ୟା ମୁକାବିଲା ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ମୋହନ ଚରଣ ମାଝୀ ସ୍ୱତନ୍ତ୍ର ରିଲିଫ୍‌ କମିଶନର
Share. Facebook Twitter LinkedIn Email WhatsApp Copy Link

Related Posts

୭ ବର୍ଷ ପରେ ଭାରତ ଆସୁଛନ୍ତି ସି ଜିନପିଙ୍ଗ: ମୋଦିଙ୍କ ସହ ହେବ ବଡ଼ ବୈଠକ

September 12, 2026

ସାମାନ୍ୟ ବଚସାରୁ ତାତିଲା ଗାଁ, ଖଣ୍ଡା ଧରି ଯୁବକଙ୍କ ତାଣ୍ଡବ

September 12, 2026

ହରିଶ ରାୱତଙ୍କ ଇସ୍ତଫା ପଛରେ ବଡ଼ ରାଜନୈତିକ ଟ୍ୱିଷ୍ଟ! ୨୦୨୭ ପୂର୍ବରୁ ଉଷ୍ମ ଉତ୍ତରାଖଣ୍ଡ ରାଜନୀତି

September 12, 2026

କେନାଲରେ ବୁଡି ଭାଇ ଭଉଣୀ ମୃତ

September 12, 2026
Latest News

୭ ବର୍ଷ ପରେ ଭାରତ ଆସୁଛନ୍ତି ସି ଜିନପିଙ୍ଗ: ମୋଦିଙ୍କ ସହ ହେବ ବଡ଼ ବୈଠକ

September 12, 2026

ମହମ୍ମଦ ସିରାଜ ଅଧିନାୟକ ନିଯୁକ୍ତ: ଘୋଷଣା କଲା HCA 

September 12, 2026

୨୧ରୁ ଆରମ୍ଭ ହେବ ନୂଆଦିଲ୍ଲୀ-ଗୁଆଙ୍ଗଜୋ ବିମାନ ସେବା

September 12, 2026

ସାମାନ୍ୟ ବଚସାରୁ ତାତିଲା ଗାଁ, ଖଣ୍ଡା ଧରି ଯୁବକଙ୍କ ତାଣ୍ଡବ

September 12, 2026

ହରିଶ ରାୱତଙ୍କ ଇସ୍ତଫା ପଛରେ ବଡ଼ ରାଜନୈତିକ ଟ୍ୱିଷ୍ଟ! ୨୦୨୭ ପୂର୍ବରୁ ଉଷ୍ମ ଉତ୍ତରାଖଣ୍ଡ ରାଜନୀତି

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.