Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶାରେ ହିନ୍ଦୀ ଭାଷାର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ
ବିଶେଷ ଖବର

ଓଡିଶାରେ ହିନ୍ଦୀ ଭାଷାର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

November 4, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ନୂଆଦିଲ୍ଲୀରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ହିନ୍ଦୀ ସମିତିର ୩୨ତମ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏହି ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶାରେ ହିନ୍ଦୀ ଭାଷାର ପ୍ରଚାର ପ୍ରସାର ପାଇଁ କେତେକ ପ୍ରସ୍ତାବ ରଖିଥିଲେ। ସେଗୁଡିକ ହେଲା- ଓଡିଶାରେ ସ୍ୱତନ୍ତ୍ର ହିନ୍ଦୀ ଶିକ୍ଷା ପ୍ରତିଷ୍ଠାନ ସ୍ଥାପନ- ରାଜ୍ୟରେ  ଅଧିକ ସଂଖ୍ୟକ ହିନ୍ଦି ଶିକ୍ଷକ ସୃଷ୍ଟି କରିବା ଏବଂ ହିନ୍ଦୀ ସାହିତ୍ୟକୁ ପ୍ରୋତ୍ସାହନ ଦେବା ପାଇଁ ସ୍ୱତନ୍ତ୍ର ହିନ୍ଦୀ ଶିକ୍ଷା ପ୍ରତିଷ୍ଠାନର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଓଡିଆ-ହିନ୍ଦି ଅନୁବାଦ କେନ୍ଦ୍ର ପ୍ରତିଷ୍ଠା-  ଓଡିଆ ଓ ହିନ୍ଦି ଭାଷାର ପ୍ରଚାର ପ୍ରସାର ପାଇଁ ଉଭୟ ଭାଷାର ଅନବଦ୍ୟ ସାହିତ୍ୟିକ କୃତି ଏବଂ ଅନ୍ୟାନ୍ୟ ରଚନା ଗୁଡିକର ଅନୁବାଦ ଆବଶ୍ୟକ। ଏଥି ପାଇଁ କେନ୍ଦ୍ର ସରକାରଙ୍କ ରାଜଭାଷା ବିଭାଗର ଆର୍ଥିକ ସହାୟତାରେ ଏକ ସ୍ୱତନ୍ତ୍ର ଅନୁବାଦ କେନ୍ଦ୍ର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ।

ଅଧିକ ସାଂସ୍କୃତିକ ବିନିମୟ କାର୍ଯ୍ୟକ୍ରମର ଆୟୋଜନ- ହିନ୍ଦୀ ଏବଂ ଓଡିଆ ଭାଷା ଓ ସାହିତ୍ୟ ମଧ୍ୟରେ ଅଧିକ ସାଂସ୍କୃତିକ ବିନିମୟ ପାଇଁ ଜାତୀୟ ଓ ରାଜ୍ୟ ସ୍ତରରେ ଅଧିକ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବା ଆବଶ୍ୟକ। ଏହି ସବୁ କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟର କବି, ସାହିତ୍ୟିକ, ଲେଖକ ଓ  ବୁଦ୍ଧିଜୀବୀମାନେ ଅଂଶଗ୍ରହଣ କରିବା ଆବଶ୍ୟକ। ଏହା ଦ୍ୱାରା ହିନ୍ଦୀ ଓ ଓଡିଆ ମଧ୍ୟରେ ସାହିତ୍ୟିକ ଓ ସାଂସ୍କୃତିକ ସମ୍ବନ୍ଧ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ପ୍ରସ୍ତାବରେ କହିଥିଲେ।

ଉଭୟ ଭାଷାରେ ଅନୁସନ୍ଧାନ ଓ ଗବେଷଣା ପାଇଁ  ଓଡିଶାରେ ଏକ ଇଣ୍ଟର-ଲାଙ୍ଗୁଏଜ୍ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍ ର ସ୍ଥାପନା କରାଯିବା ଆବଶ୍ୟକ। ଏହା ଦ୍ୱାରା ଉଭୟ ଭାଷାର ପାରସ୍ପରିକ ବିକାଶ ପାଇଁ ଯୋଜନା ପ୍ରସ୍ତୁତ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଶିକ୍ଷା ବ୍ୟବସ୍ଥାରେ ହିନ୍ଦୀ ଶିକ୍ଷାଦାନ ପାଇଁ ଆବଶ୍ୟକୀୟ ସମ୍ବଳ ପାଇଁ ରାଜ୍ୟକୁ କେନ୍ଦ୍ରୀୟ ଅନୁଦାନ ଏବଂ ସ୍ୱତନ୍ତ୍ର ସହାୟତା ପ୍ରଦାନ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ରଖିଥିଲେ।

ଏହା ସହିତ ହିନ୍ଦୀ ସାହିତ୍ୟର ବିକାଶ ପାଇଁ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଓ ଶିକ୍ଷା ପ୍ରତିଷ୍ଠାନ ଗୁଡିକୁ ସ୍ୱତନ୍ତ୍ର ଅନୁଦାନ ଏବଂ ସହଯୋଗ ପ୍ରଦାନ କରାଯିବା  ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ।

ଏହି ବୈଠକରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ. ପି. ନଡ୍ଡା, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂକେନ୍ଦ୍ର ମନ୍ତ୍ରୀ ମଣ୍ତଳ ର ଅନେକ ସଦସ୍ୟ , କଟକ ସାଂସଦ ଭର୍ତ୍ତୃହରି ମହତାବ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେଇଥିଲେ।

ଅମିତ ଶାହା ନୂଆଦିଲ୍ଲୀ ମୋହନ ଚରଣ ମାଝୀ ହିନ୍ଦୀ ଭାଷା
Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026
Latest News

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବାଙ୍କିପୁର ସମେତ ଦୁଇ ଆସନରେ ପରାଜୟ ପରେ ଆସିଲା ବିଜେପିର ପ୍ରଥମ ପ୍ରତିକ୍ରିୟା

August 3, 2026

ପେଟ୍ରୋଲ ଓ ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ୍ ଟ୍ୟାକ୍ସ, ଘରୋଇ ଦର ଅପରିବର୍ତ୍ତିତ

August 3, 2026

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.