Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ହିତାଧିକାରୀଙ୍କୁ ୧୫ କିଲୋ ଲେଖାଏଁ ତିନିମାସର ଆଗୁଆ ଚାଉଳ ଦିଅ, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ
ବିଶେଷ ଖବର

ହିତାଧିକାରୀଙ୍କୁ ୧୫ କିଲୋ ଲେଖାଏଁ ତିନିମାସର ଆଗୁଆ ଚାଉଳ ଦିଅ, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

November 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ହିତାଧିକାରୀଙ୍କୁ ୧୫ କିଲୋ ଲେଖାଏଁ ତିନିମାସର ଆଗୁଆ ଚାଉଳ ଦିଅ, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀ ମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରତ୍ୟେକ ହିତାଧିକାରୀ ତିନି ମାସ (ଅକ୍ଟୋବରରୁ ଡିସେମ୍ବର) ପାଇଁ ୧୫ କିଲୋ ଲେଖାଏ ଚାଉଳ ପାଇବେ । ସୂଚନା ଯୋଗ୍ୟ ଯେ ଏହି ପ୍ରକ୍ରିୟା ଅକ୍ଟୋବର ପହିଲା ଠାରୁ ଆରମ୍ଭ ହୋଇଥିଲେ ମଧ୍ୟ ୪୦ ଲକ୍ଷ ପରିବାର ଏ ପର୍ଯ୍ୟନ୍ତ ଚାଉଳ ପାଇ ନାହାନ୍ତି। ତେଣୁ ଏହି ପରିବାର ଗୁଡ଼ିକୁ ତୁରନ୍ତ ଚାଉଳ ବଣ୍ଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକର ଆଲୋଚନାରୁ ଜଣାଯାଇଛି ଯେ ରାଜ୍ୟ ସରକାର ଇ-ଶ୍ରମିକ ଭାବରେ ପଞ୍ଜୀକରଣ କରିଥିବା ସବୁ ଶ୍ରମିକ ମାନଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି। ଇ-ଶ୍ରମିକରେ ପଞ୍ଜୀକୃତ ହୋଇଥିବା ୧କୋଟି ୩୦ଲକ୍ଷ ଶ୍ରମିକଙ୍କ ମଧ୍ୟରୁ ପ୍ରାୟ ସମସ୍ତେ ସାମିଲ ହୋଇଥିବା ବେଳେ ଆଉ ୧ଲକ୍ଷ ୩୧ ହଜାର ଶ୍ରମିକ ବାକି ରହିଛନ୍ତି। ସେମାନଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ ୱାନ ନେସନ୍ ୱାନ ରେସନ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଅନ୍ୟ ରାଜ୍ୟରେ ରହୁଥିବା ପ୍ରବାସୀ ଓଡିଆ ମାନଙ୍କର ଇ-କେ.ୱାଇ.ସି ବ୍ୟବସ୍ଥାକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବୈଠକରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ ପ୍ରମୁଖ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଫ୍ଲାଏଦୁବାଇ ବିମାନରେ ଆକ୍ରମଣ ଘଟଣାରେ ଏନଆଇଏର ତଦନ୍ତ ଆରମ୍ଭ

October 10, 2026

ରେଭେନ୍ସା ନିର୍ବାଚନ ବିବାଦ: ନାମାଙ୍କନ ନାକଚକୁ ନେଇ ଛାତ୍ରଛାତ୍ରୀଙ୍କ ଧାରଣା

October 10, 2026

“ମୁଁ ଅଯୋଧ୍ୟାରୁ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ”: ଅଖିଳେଶଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ଯୋଗୀ!

October 10, 2026
Latest News

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026

ଫ୍ଲାଏଦୁବାଇ ବିମାନରେ ଆକ୍ରମଣ ଘଟଣାରେ ଏନଆଇଏର ତଦନ୍ତ ଆରମ୍ଭ

October 10, 2026

“ଦିଲ୍ଲୀରେ ବଡ଼ ପ୍ରତିବାଦ କରିବ ଇଣ୍ଡିଆ ମେଣ୍ଟ”: କେସି ଭେନୁଗୋପାଳ

October 10, 2026

ରେଭେନ୍ସା ନିର୍ବାଚନ ବିବାଦ: ନାମାଙ୍କନ ନାକଚକୁ ନେଇ ଛାତ୍ରଛାତ୍ରୀଙ୍କ ଧାରଣା

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.