Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦକ୍ଷିଣ ଓଡିଶା ବିକାଶ ପରିଷଦ ପାଇଁ ଗଠନ ହେଲା ଟାସ୍କ ଫୋର୍ସ, ଗୃହରେ ନାମ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଦକ୍ଷିଣ ଓଡିଶା ବିକାଶ ପରିଷଦ ପାଇଁ ଗଠନ ହେଲା ଟାସ୍କ ଫୋର୍ସ, ଗୃହରେ ନାମ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

December 2, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗଠନ ହେବ ଦକ୍ଷିଣ ଓଡିଶା ବିକାଶ ପରିଷଦ। ଏ ନେଇ ଆଜି ଗୃହରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯାଇଛି ବୋଲି ସେ ଗୃହକୁ ଅବଗତ କରାଇଛନ୍ତି। ମୁଖ୍ୟମନ୍ତ୍ରୀ ଗୃହରେ ଯାହା ବିବୃତି ରଖିଛନ୍ତି ତାହା ହେଲା….

ମାନ୍ୟବର ବାଚସ୍ପତି ମହୋଦୟା,

ଆପଣଙ୍କ ଜରିଆରେ ମୁଁ ଗୃହର ମାନ୍ୟବର ସଦସ୍ୟମାନଙ୍କୁ ଅବଗତ କରେଇବାକୁ ଚାହେଁ ଯେ, ‘ଦକ୍ଷିଣ ଓଡିଶା ବିକାଶ ପରିଷଦ’ ଗଠନ କରିବା ପାଇଁ ରାଜ୍ୟ ସରକାର ଏକ Task Force ଗଠନ କରିଛନ୍ତି। ଓଡିଶାର ଦକ୍ଷିଣାଞ୍ଚଳର ବିକାଶ ସହିତ ବିକାଶ ପ୍ରକ୍ରିୟାରେ ସବୁ ବର୍ଗଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ଏହି ପରିଷଦ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ।

ଏହି ବିକାଶ ପରିଷଦ କିପରି ଗଠିତ ହେବ, ଏଥିରେ କେଉଁ ଜିଲ୍ଲା ଓ ବ୍ଲକ ସାମିଲ ହେବ ଏବଂ ଏହାର ଢାଞ୍ଚା ଓ କାର୍ଯ୍ୟପ୍ରଣାଳୀ କଣ ରହିବ, ସେ ସମ୍ପର୍କରେ ସୁଚିନ୍ତିତ ମତାମତ ଦେବା ପାଇଁ ଏହି Task Force ଗଠନ କରାଯାଇଛି। ଗଠନ ହେବାର ୩୦ ଦିନ ମଧ୍ୟରେ ଏହି Task Force ରିପୋର୍ଟ ଦାଖଲ କରିବ।

ମାନ୍ୟବର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଏହି Task Force ଗଠନ କରାଯାଇଛି।

ଏହି Task Force ର ସଦସ୍ୟମାନେ ହେଲେ
୧. ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି ମନ୍ତ୍ରୀ
ଶ୍ରୀ ବିଭୁତି ଭୂଷଣ ଜେନା
୨. ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ରାଷ୍ଟ୍ର ମନ୍ତ୍ରୀ (ସ୍ୱାଧୀନ) ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ
୩. ସାଂସଦ, ନବରଙ୍ଗପୁର ଶ୍ରୀ ବଳଭଦ୍ର ମାଝୀ
୪. ସାଂସଦ, କନ୍ଧମାଳ, ଶ୍ରୀ ସୁକାନ୍ତ କୁମାର ପାଣିଗ୍ରାହୀ
୫. ବିଧାୟକ, ଦିଗପହଣ୍ଡି, ଶ୍ରୀ ସିଦ୍ଧାନ୍ତ ମହାପାତ୍ର
୬. ବିଧାୟକ, ମାଲକାନଗିରି, ଶ୍ରୀ ନରସିଂହ ମାଡକାମି
୭. ବିଧାୟକ, ପାରଳାଖେମୁଣ୍ଡି, ଶ୍ରୀ ରୁପେଶ କୁମାର ପାଣିଗ୍ରାହୀ
୮. ବିଧାୟକ, ଫୁଲବାଣୀ, ଶ୍ରୀ ଉମାଚରଣ ମଲ୍ଲିକ
୯. ବିଧାୟକ, ପଟ୍ଟାଙ୍ଗୀ, ଶ୍ରୀ ରାମଚନ୍ଦ୍ର କାଡାମ

ଏହା ସହିତ ୩ ଜଣ Ex-Officio ମେମ୍ବର ମଧ୍ୟ ରହିଛନ୍ତି। ସେମାନେ ହେଲେ- RDC (Southern Division), RDC (Central Division) ଏବଂ ପଶ୍ଚିମ ଓଡିଶା ବିକାଶ ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ। ଯୋଜନା ଓ ସଂଯୋଜନ ବିଭାଗର ସ୍ୱତନ୍ତ୍ର ସଚିବ ଏହାର Member Convener ଅଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ

February 11, 2026
Latest News

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.