Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ – ଧର୍ମେନ୍ଦ୍ର ପ୍ରଧାନ
ବିଶେଷ ଖବର

ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ – ଧର୍ମେନ୍ଦ୍ର ପ୍ରଧାନ

December 7, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାରେ ୮ଟି ଏବଂ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଞ୍ଜୁର କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ କହିଛନ୍ତି ଯେ, ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଓଡ଼ିଶା ସମେତ ସମଗ୍ର ଦେଶରେ ଉତ୍ତମ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଏହି ନୂଆ ବିଦ୍ୟାଳୟ ମଞ୍ଜୁର ପ୍ରଦାନ କରାଯାଇଛି। ଆଗାମୀ ଦିନରେ ଭାରତ ସରକାର ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଓ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟର ସମ୍ପ୍ରସାରଣ ପାଇଁ ପ୍ରାୟ ୫୮୭୨ କୋଟି ଟଙ୍କା ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ପ୍ରାୟ ୨୩୫୯ କୋଟି ଟଙ୍କା ଖର୍ଚ୍ଚ କରିବେ।  ଏହା ଦ୍ୱାରା ଏକବିଂଶ ଶତାବ୍ଦୀର ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉଜ୍ଜ୍ୱଳ ହେବ। ପ୍ରତିଷ୍ଠା ହେବାକୁ ଥିବା ସ୍ଥାନରେ ଶିକ୍ଷାର ଭିତ୍ତିଭୂମିର ବିକାଶ ହେବ। ଛାତ୍ରଛାତ୍ରୀ ବିଶେଷ ଭାବରେ ଏସସି, ଏସଟି ଓ ଓବିସି ବର୍ଗର ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ। ବିଦ୍ୟାଳୟ ସ୍ତରରେ ଶିକ୍ଷାର ମାନରେ ଉନ୍ନତି ହେବ। ଛାତ୍ରଛାତ୍ରୀଙ୍କ ମାନସିକ, ଶାରିରୀକ, କ୍ରିଟିକାଲ ଥିଙ୍କିଂ ସହ ବୌଦ୍ଧିକ କ୍ଷମତା ବିକଶିତ ହେବ। ସ୍ଥାନୀୟ ଅଞ୍ଚଳରେ ଅନେକ ନିଯୁକ୍ତି ସୃଷ୍ଟି ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ଓଡ଼ିଶାର ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁର, ବଲାଙ୍ଗୀର ଜିଲ୍ଲାର ରେଲଓ୍ୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ହେବାର ନିଷ୍ପତି ଦ୍ୱାରା ସ୍ଥାନୀୟ ଲୋକମାନଙ୍କର ଥିବା ଦୀର୍ଘ ଦିନର ଆଶା ଓ ଆପେକ୍ଷା ପୂରଣ ହେବାକୁ ଯାଉଛି। ଓଡ଼ିଶାରେ ଶିକ୍ଷାର ବିକାଶ ଓ  ଛାତ୍ରଛାତ୍ରୀମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବା ଦିଗରେ ଏହି ନିର୍ଣ୍ଣୟ ନେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଶ୍ରୀ ପ୍ରଧାନ କୃତଜ୍ଞତା ଜଣାଇଛନ୍ତି।

ଓଡିଶା କେନ୍ଦ୍ରୀୟ ବିଦ୍ୟାଳୟ ଧର୍ମେନ୍ଦ୍ର ପ୍ରଧାନ ନରେନ୍ଦ୍ର ମୋଦୀ ସିସିଇଏ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ

June 18, 2026

ତ୍ରୁଟି ସଂଶୋଧନ କରି ପିଲାମାନଙ୍କୁ ନିର୍ଭୁଲ ପାଠ୍ୟପୁସ୍ତକ ତୁରନ୍ତ ଯୋଗାଇ ଦିଆଯାଉ: ଓଷ୍ଟା

June 18, 2026

ଆଜିଠାରୁ ୨୨ ପର୍ଯ୍ୟନ୍ତ ମଧ୍ୟପ୍ରଦେଶ ଏବଂ ଓଡ଼ିଶା ଗସ୍ତ କରିବେ ରାଷ୍ଟ୍ରପତି

June 18, 2026

ବଢିଲା ଖରା ଛୁଟି

June 17, 2026
Latest News

ଖୋର୍ଦ୍ଧା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ

June 18, 2026

ସାଇବର ଅପରାଧ ହେଲ୍ପଲାଇନ୍ ୧୯୩୦ର ସମୀକ୍ଷା କଲେ ଅମିତ ଶାହ

June 18, 2026

ତ୍ରୁଟି ସଂଶୋଧନ କରି ପିଲାମାନଙ୍କୁ ନିର୍ଭୁଲ ପାଠ୍ୟପୁସ୍ତକ ତୁରନ୍ତ ଯୋଗାଇ ଦିଆଯାଉ: ଓଷ୍ଟା

June 18, 2026

ଆଜିଠାରୁ ୨୨ ପର୍ଯ୍ୟନ୍ତ ମଧ୍ୟପ୍ରଦେଶ ଏବଂ ଓଡ଼ିଶା ଗସ୍ତ କରିବେ ରାଷ୍ଟ୍ରପତି

June 18, 2026

ବିସ୍ତୃତ ରାଶିଫଳ: ଜୁନ ୧୮ ତାରିଖ ବୁଧବାରରେ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜଳମୟ

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.