Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭୁବନେଶ୍ବରରେ ନିର୍ମାଣ ହେବ ବହୁ ସଡ଼କ, ଫ୍ଲାଇଓଭର, ରେଲ୍ ଓଭର ବ୍ରିଜ ଓ ରିଙ୍ଗ ରୋଡ
ବିଶେଷ ଖବର

ଭୁବନେଶ୍ବରରେ ନିର୍ମାଣ ହେବ ବହୁ ସଡ଼କ, ଫ୍ଲାଇଓଭର, ରେଲ୍ ଓଭର ବ୍ରିଜ ଓ ରିଙ୍ଗ ରୋଡ

December 10, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ହେବ ବହୁ ସଡ଼କ, ଫ୍ଲାଇଓଭର, ରେଲ୍ ଓଭର ବ୍ରିଜ ଓ ରିଙ୍ଗ ରୋଡ, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ବର: ଭୁବନେଶ୍ବର ସହରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାର ଆବଶ୍ୟକତା ଦୃଷ୍ଟିରୁ ଗାଡି ଚଳାଚଳ ଓ ଟ୍ରାଫିକ ବ୍ୟବସ୍ଥାକୁ ଉପଯୋଗୀ ଓ ସହଜ କରିବା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵ ଆରୋପ କରିଛନ୍ତି।

ଭୁବନେଶ୍ବର ସହରର ଗାଡି ଚଳାଚଳ ଓ ଟ୍ରାଫିକ୍‌ ସମସ୍ୟାକୁ ଦୂର କରିବା ପାଇଁ ପୂର୍ତ୍ତ ବିଭାଗ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସହର ପାଇଁ ବିଭିନ୍ନ ସଡ଼କ ପ୍ରକଳ୍ପ ଯୋଜନା ଉପରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନ ରଖା ଯାଇଥିଲା ।

ଏହି ଉପସ୍ଥାପନାରେ ଭୁବନେଶ୍ବରର ଜୟଦେବ ବିହାର-ନନ୍ଦନକାନନ ନୂତନ ରାସ୍ତା, ଦୟା ୱେଷ୍ଟ କେନାଲ ଉପରେ ପଟିଆ ଷ୍ଟେସନ ଛକ ଠାରୁ ଜାତୀୟ ରାଜପଥ-୧୬ ପର୍ଯ୍ୟନ୍ତ ରିଙ୍ଗରୋଡ, ସୁନ୍ଦରପଦା-ଜଟଣୀ ରାସ୍ତାର ଉନ୍ନତିକରଣ, ପିତାପଲ୍ଲୀ-ତ୍ରିଶୂଳିଆ ରାସ୍ତାର ଇନ୍‌ଷ୍ଟିଚ୍ୟୁଟ ଅଫ ମାଥମେଟିକ୍‌ସ ଠାରୁ ଏକାମ୍ର କାନନ ପର୍ଯ୍ୟନ୍ତ ନୂତନ ରାସ୍ତା, କଳ୍ପନା ଛକ-ମ୍ୟୁଜିଅମ-ରବି ଟକିଜ ନୂତନ ଫ୍ଲାଇ ଓଭର, ଶିଶୁଭବନ-ମାଉସୀମା ମଧ୍ୟରେ ଆଉ ଏକ ROB, ତମାଣ୍ଡୋ-ଚନ୍ଦକା-ବାରଙ୍ଗ-ଧଉଳି-ତମାଣ୍ଡୋ ପର୍ଯ୍ୟନ୍ତ ରିଙ୍ଗ ରୋଡ ନିର୍ମାଣ ବିଷୟରେ ପୂର୍ତ୍ତ ବିଭାଗର ପକ୍ଷରୁ ପ୍ରସ୍ତାବିତ ତଥ୍ୟ ଉପସ୍ଥାପନ କରାଯାଇଥିଲା ।

ସେହିପରି ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଭୁବନେଶ୍ବର-କଟକ-ପୁରୀ ଇକୋନୋମିକ୍‌ ରିଜିଅନ ଗଠନ ଏବଂ ଗ୍ରେଟର ଭୁବନେଶ୍ବର ଗଠନ ସଂପର୍କିତ ବିସ୍ତୃତ ତଥ୍ୟ ଉପସ୍ଥାପନ କରାଯାଇଥିଲା ।

ଏହି ବୈଠକରେ ଦୁଇ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡା, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଭି.ଭି. ଯାଦବ, ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

bhubaneswar ଭୁବନେଶ୍ବର ଭୁବନେଶ୍ବର ସଡକ ରିଂ ରୋଡ ରିଙ୍ଗ ରୋଡ
Share. Facebook Twitter LinkedIn Email WhatsApp Copy Link

Related Posts

ନବୀନ ପଟ୍ଟନାୟକଙ୍କ ଚାଲିଛି ଚିକିତ୍ସା, ହସପିଟାଲ ଭିତରୁ ଆସିଲା ଭିଡିଓ

August 17, 2025

ଜାତିର ପିତାଙ୍କୁ କେନ୍ଦ୍ର ସରକାରଙ୍କ ଅପମାନ ବରଦାସ୍ତ କରାଯିବ ନାହିଁ : କଂଗ୍ରେସ

August 17, 2025

ଓଡ଼ିଶା ସୂଚନା ସେବା ସଂଘ ପକ୍ଷରୁ ବନ୍ଧୁ ମିଳନ ଓ ସମ୍ବର୍ଦ୍ଧନା ସଭା

August 17, 2025

ନବୀନ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ହରର ଏକ ହସପିଟାଲରେ ଭର୍ତ୍ତି, ଚାଲିଛି ଚିକିତ୍ସା

August 17, 2025
Latest News

ନବୀନ ପଟ୍ଟନାୟକଙ୍କ ଚାଲିଛି ଚିକିତ୍ସା, ହସପିଟାଲ ଭିତରୁ ଆସିଲା ଭିଡିଓ

August 17, 2025

ଜାତିର ପିତାଙ୍କୁ କେନ୍ଦ୍ର ସରକାରଙ୍କ ଅପମାନ ବରଦାସ୍ତ କରାଯିବ ନାହିଁ : କଂଗ୍ରେସ

August 17, 2025

ଓଡ଼ିଶା ସୂଚନା ସେବା ସଂଘ ପକ୍ଷରୁ ବନ୍ଧୁ ମିଳନ ଓ ସମ୍ବର୍ଦ୍ଧନା ସଭା

August 17, 2025

ନବୀନ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ହରର ଏକ ହସପିଟାଲରେ ଭର୍ତ୍ତି, ଚାଲିଛି ଚିକିତ୍ସା

August 17, 2025

ଇଗ୍ନୋର ନାମଲେଖା ଅବଧି ଅଗଷ୍ଟ ୩୧ ତାରିଖକୁ ବୃଦ୍ଧି

August 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.