Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୮୫ ଜଣ ହୋମିଓପାଥିକ ଚିକିତ୍ସକ, ୨୩୯ ଜଣ ରେଡିଓଗ୍ରାଫର ଓ ୫୨ ଜଣ ଅଧ୍ୟାପକ ନିଯୁକ୍ତ
ବିଶେଷ ଖବର

୮୫ ଜଣ ହୋମିଓପାଥିକ ଚିକିତ୍ସକ, ୨୩୯ ଜଣ ରେଡିଓଗ୍ରାଫର ଓ ୫୨ ଜଣ ଅଧ୍ୟାପକ ନିଯୁକ୍ତ

December 13, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦ୍ବାରା ଆୟୋଜିତ ନିଯୁକ୍ତି ମେଳାରେ ୩୭୬ ଜଣ ନିଯୁକ୍ତି ପାଇଛନ୍ତି। ଏଥିରେ ସ୍ବାସ୍ଥ୍ୟ ବିଭାଗର ୮୫ ଜଣ ହୋମିଓପାଥିକ ଚିକିତ୍ସକ ଓ ୨୩୯ ଜଣ ରେଡିଓଗ୍ରାଫର ଥିବା ବେଳେ ଉଚ୍ଚ ଶିକ୍ଷା ବିଭାଗର ୫୨ ଜଣ ଅଧ୍ୟାପକ ଅଛନ୍ତି।

ଏହି ଅବସରରେ ଲୋକସେବା ଭବନ ସ୍ଥିତ କନ୍‌ଭେନ୍‌ସନ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବ ନିଯୁକ୍ତ ଡାକ୍ତର, ଅଧ୍ୟାପକ ଓ ରେଡିଓଗ୍ରାଫର ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ବୃତ୍ତିଗତ ଦକ୍ଷତା ଓ ସେବା ମନୋବୃତ୍ତି ନେଇ କାମ କରିବାକୁ ପରାମର୍ଶ ଦେଇଛନ୍ତି। ସରକାରୀ ଚାକିରିକୁ ଅର୍ଥ ଉପାର୍ଜନ ସର୍ବସ୍ବ ନକରି ନିଜ ନିଜର କର୍ତ୍ତବ୍ୟ ପ୍ରତି ଅନୁରକ୍ତ ରହିବାକୁ ଓ ଦୁର୍ନୀତିକୁ ପ୍ରଶୟ ନଦେବାକୁ ସେ ପରାମର୍ଶ ଦେଇଥିଲେ।

ସେ କହିଥିଲେ ଯେ, ସ୍ବାସ୍ଥ୍ୟ ଓ ଶିକ୍ଷା କ୍ଷେତ୍ରରେ ଓଡିଶା ଯେତେ ପାରଦର୍ଶୀତା ହାସଲ କରିବା କଥା, କରିପାରି ନାହିଁ। ଆମେ ଆମର ପ୍ରକୃତ ସାମର୍ଥ୍ୟ ହାସଲ କରି ପାରିନାହୁଁ। ନୀତି ଆୟୋଗ ଦ୍ବାରା ସଦ୍ୟ ପ୍ରକାଶିତ ସ୍ବାସ୍ଥ୍ୟ Ranking ରେ ଓଡିଶା ୨୮ ଟି ରାଜ୍ୟ ମଧ୍ୟରେ ତଳଆଡୁ ତୃତୀୟ। ଶହେ ନମ୍ବରରୁ ଓଡିଶା ପାଇଛି ମାତ୍ର ୪୦.୧୯। କିନ୍ତୁ ପୂର୍ବରୁ ବିଶ୍ବ ସ୍ତରୀୟ ସ୍ବାସ୍ଥ୍ୟ ସେବା ନାମରେ ବ୍ୟାପକ ପ୍ରଚାର କରାଯାଉଥିଲା। ବର୍ତ୍ତମାନ ଏ ପରିସ୍ଥିତିକୁ ପରିବର୍ତ୍ତନ କରିବାକୁ ପଡିବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, Health Ranking ରେ ଆମକୁ ଅତି କମ୍‌ରେ ୬୦ ନମ୍ବର ରଖିବାକୁ ପଡିବ। ଦେଶର ପ୍ରଥମ ଦଶଟି ଶ୍ରଷ୍ଠ ସେବା ପ୍ରଦାନକାରୀ ରାଜ୍ୟ ମଧ୍ୟରେ ରହିବାକୁ ପଡିବ। ଏ ଦିଗରେ ସରକାରଙ୍କ ଆଭିମୁଖ୍ୟରେ ନବ ନିଯୁକ୍ତ ମାନଙ୍କୁ ସହଯୋଗ କରିବା ପାଇଁ ସଂକଳ୍ପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଉତ୍ତମ ସ୍ବାସ୍ଥ୍ୟ ସେବା ପାଇଁ ଭିତ୍ତିଭୂମି ଓ ପ୍ରଶିକ୍ଷିତ ମାନବ ସମ୍ବଳର ଆବଶ୍ୟକତା ରହିଛି। ଏ ଉଭୟ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ଯୋଜନାବଦ୍ଧ ଭାବେ କାମ କରୁଛନ୍ତି। ଏହା ସରକାରଙ୍କ ଭିଜନର ଏକ ଅଂଶ ବିଶେଷ ବୋଲି ସେ କହିଥିଲେ। ଚଳିତ ବର୍ଷ ସ୍ବାସ୍ଥ୍ୟ ବଜେଟ୍‌ରେ ପୂର୍ବ ବର୍ଷ ତୁଳନାରେ ୩୨ ପ୍ରତିଶତ ଅଧିକ ବ୍ୟୟ ବରାଦ ବୋଲି ପ୍ରକାଶ କରି ସେ କହିଥିଲେ ଯେ, ଏହାର ସିଂହଭାଗ ଭିତ୍ତିଭୂମି ନିର୍ମାଣରେ ଖର୍ଚ୍ଚ ହେବ। ଆଗାମୀ ପାଞ୍ଚବର୍ଷରେ ରାଜ୍ୟର ସମସ୍ତ ଜିଲ୍ଲାରେ ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା କରାଯିବ ବୋଲି ସେ କହିଥିଲେ। ଭାରତ ସରକାରଙ୍କ ଆୟୁଷ୍ମାନ ଯୋଜନା ସହିତ ରାଜ୍ୟ ସରକାରଙ୍କ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ନୂଆ ସରକାର ରାଜ୍ୟର ସରକାରୀ କ୍ଷେତ୍ରରେ ଖାଲି ପଦବୀ ପୂରଣ କରିବା ଉପରେ ଗୁରୁତ୍ବ ଦେଇଛନ୍ତି। ଗତ ଛଅ ମାସ ମଧ୍ୟରେ ଛଅ ଥର ନିଯୁକ୍ତି ମେଳା ହୋଇ ୨୦ ହଜାରରୁ ଅଧିକ ଶିକ୍ଷିତ ଯୁବକ ଯୁବତୀଙ୍କ ନିଯୁକ୍ତି ପ୍ରକ୍ରିୟାକୁ ଆଗେଇ ନିଆଯାଉଛି ବୋଲି ସେ କହିଥିଲେ।

ସ୍ବାସ୍ଥ୍ୟ କ୍ଷେତ୍ରରେ ହୋମିଓପାଥି ଚିକିତ୍ସକ ଓ ରେଡିଓଗ୍ରାଫର ନିଯୁକ୍ତି ସହିତ ଖୁବଶୀଘ୍ର ସରକାରୀ ଡାକ୍ତରଖାନା ମାନଙ୍କରେ ‘ଫାର୍ମାସୀ ଅଫିସର’ ନିଯୁକ୍ତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହା ସହିତ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜାତୀୟ ଆୟୁଷ ମିଶନରେ ଓଡିଶାରେ ୪୨୨ଟି ହୋମିଓପାଥି ଓ ଆୟୁର୍ବେଦିକ୍‌ ଡାକ୍ତରଖାନର ‘ଆୟୁଷ୍ମାନ ଆରୋଗ୍ୟ ମନ୍ଦିର’ ଭାବରେ ଉନ୍ନତି କରଣ କରାଯାଇଛି। ସେ କହିଥିଲେ ଯେ, ଢେଙ୍କାନାଳ, ବ୍ରହ୍ମପୁର ଓ ବାଲେଶ୍ବରରେ ଆଉ ତିନୋଟି ୫୦ ଶର୍ଯ୍ୟା ବିଶିଷ୍ଟ ସମନ୍ବିତ ଆୟୁଷ ଚିକିତ୍ସାଳୟ ପ୍ରତିଷ୍ଠା କରାଯାଉଛି।

ଅଧ୍ୟାପକ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆପଣ ମାନେ ନିଜେ ଯୁବ ବର୍ଗରୁ ଆସିଛନ୍ତି। ତେଣୁ, ପିଲାମାନଙ୍କୁ ଦାୟିତ୍ବବାନ୍‌ ହେବା ପାଇଁ ମାର୍ଗଦର୍ଶନ କରିବାକୁ ସେ ପରାମର୍ଶ ଦେଇଥିଲେ। ସେ କହିଥିଲେ ଯେ, ୨୦୩୬ ଓ ୨୦୪୭କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଓଡିଶା ପାଇଁ ଭିଜନ ଡକୁମେଣ୍ଟ ପ୍ରସ୍ତୁତ କରୁଛନ୍ତି। ତେଣୁ, ସେମାନେ ଯେପରି ଦକ୍ଷ ଓ ଦାୟିତ୍ବବାନ୍ ହେବେ ତାହା ସୁନିଶ୍ଚିତ କରିବା ଆପଣ ମାନଙ୍କ ଦାୟିତ୍ବ। ଆପମ ମାନେ ଯୁବ ସମାଜର ଉଚିତ୍‌ ପଥ ପ୍ରଦର୍ଶନ କରିପାରିଲେ ସମୃଦ୍ଧ ଓଡିଶାର ଲକ୍ଷ୍ୟ ନିଶ୍ଟୟ ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ଯୋଗଦେଇ ଉଚ୍ଚ ଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କରିଲେ ଯେ, ନିଯୁକ୍ତି ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ତେଣୁ, ଏବେ ପ୍ରାୟ ପ୍ରତ୍ୟେକ ମାସରେ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇ ଯୁବ ବର୍ଗଙ୍କୁ ସରକାରୀ ନିଯୁକ୍ତି ଦିଆଯାଉଛି। ତେଣୁ, ୨୦୩୬ ଓ ୨୦୪୭ ର ଲକ୍ଷ ହାସଲ କରିବା ପାଇଁ ସମସ୍ତେ ସେବା ଓ ସମର୍ପଣ ମନୋଭାବ ନେଇ କାମ କରିବାକୁ ସେ ଆହ୍ବାନ ଦେଇଥିଲେ।

ଉନ୍ନୟନ କମିଶନର ଅନୁ ଗର୍ଗ କହିଲେ ଯେ, ମହିଳା କର୍ମଚାରୀ ମାନେ ନିଜର କମ୍ଫର୍ଟ ଜୋନ୍‌ରୁ ବାହାରି ନିଜର ଦକ୍ଷତା ପ୍ରଦର୍ଶନ କରିବାର ଆବଶ୍ୟକତା ରହିଛି। ସେମାନେ କୌଣସି ପରିସ୍ଥିତିରେ ପୁରୁଷ ମାନଙ୍କ ଠାରୁ କମ୍ ବୋଲି ମନେ କରିବା ଉଚିତ୍‌ ନୁହେଁ। କାମ ସହିତ ବ୍ୟକ୍ତିଗତ ଭାବେ ନିଜର ଜ୍ଞାନ ଓ ଦକ୍ଷତାକୁ ବୃଦ୍ଧି କରିବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ।

କାର୍ଯ୍ୟକ୍ରମରେ ନବ ନିଯୁକ୍ତ ଅଧ୍ୟାପିକା ଶୁଭଲକ୍ଷ୍ମୀ ସ୍ବାଇଁ, ଡାକ୍ତର କଲ୍ୟାଣୀ ମଞ୍ଜରୀ ନାୟକ ଓ ରେଡିଓଗ୍ରାଫର ସ୍ବତନ୍ତ୍ର ପଟ୍ଟନାୟକ ନିଯୁକ୍ତି ପ୍ରକ୍ରିୟା ସମ୍ପର୍କରେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନାକରି କହିଲେ ଯେ, ମୁଖ୍ୟମନ୍ତ୍ରୀ ନିଯୁକ୍ତି ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ସହିତ ଏଥିରେ ସ୍ବଚ୍ଛତା ମଧ୍ୟ ଆସିଛି। ସମସ୍ତେ ନିଷ୍ଠା ଓ ସେବା ମନୋବୃତ୍ତି ନେଇ କାମ କରିବେ ବୋଲି କହିଥିଲେ।

ସ୍ବାସ୍ଥ୍ୟ ବିଭାଗ ଶାସନ ସଚିବ ଅଶ୍ବତୀ ଏସ୍‌. ସ୍ବାଗତ ଭାଷଣ ଦେଇଥିଲେ।

ଦୁର୍ନୀତି ନିଯୁକ୍ତି ମେଳା ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ମୋହନ ଚରଣ ମାଝୀ ସରକାରୀ ଚାକିରି
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026
Latest News

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.