Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ସପ୍ତମ ବାର୍ଷିକ ସମ୍ମିଳନୀ, ଯୋଗଦେଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ସପ୍ତମ ବାର୍ଷିକ ସମ୍ମିଳନୀ, ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 17, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link
ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ସପ୍ତମ ବାର୍ଷିକ ସମ୍ମିଳନୀ, ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: KG ରୁ PG ପର୍ଯ୍ୟନ୍ତ ସାନ୍ତାଳୀ ଭାଷାରେ ଶିକ୍ଷା ପ୍ରଦାନ ନିମନ୍ତେ ସରକାର ଚିନ୍ତା କରୁଛନ୍ତି। ଆଜି କେଉଁଝର’ର ଅଶୋକ ବାଟିକା ଠାରେ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘ ଓଡିଶା ଶାଖାର ସପ୍ତମ ବାର୍ଷିକ ସମ୍ମିଳନୀ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୧୯୨୫ ମସିହାରେ ଅଲ୍‌ଚିକି ଲିପିର ସୃଷ୍ଟି ହୋଇଥିଲା। ଅଲ୍‌ଚିକି ଲିପିର ସ୍ରଷ୍ଟା ଗୁରୁ ଗମ୍‌କେ ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଏହି ଅବସରରେ ସ୍ମରଣ କରିବା ସଙ୍ଗେସଙ୍ଗେ ୨୦୨୫ରେ ଏହି ଲିପି ସୃଷ୍ଟି ହେବାର ଶତ ବାର୍ଷିକୀକୁ ଏକ ମିଶନ ଭାବରେ ନେଇ “Mission Ol-Chiki 2025” କୁ ସଫଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

୨୦୨୫ ସୁଦ୍ଧା ଯଦି ସମସ୍ତେ ଅଲ୍‌ଚିକି ଲିପି ତଥା ସାନ୍ତାଳୀ ଭାଷାରେ ଶିକ୍ଷା ଗ୍ରହଣ କରିପାରିଲେ ତେବେ, ପଣ୍ଡିତ ମୁର୍ମୁଙ୍କ ପ୍ରତି ଏହା ପ୍ରକୃତ ଶ୍ରଦ୍ଧାଞ୍ଜଳି ହୋଇପାରିବ ବୋଲି ସେ କହିଥିଲେ। ଏହି କ୍ରମରେ ଓଡିଶାରେ ସାନ୍ତାଳୀ ଭାଷାରେ ପ୍ରାଥମିକ ସ୍ତରରୁ ବିଶ୍ବବିଦ୍ୟାଳୟ ପର୍ଯ୍ୟନ୍ତ ଶିକ୍ଷାର ପ୍ରଚଳନ ପାଇଁ ସରକାର ଚିନ୍ତା କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗୋଟେ ଜାତିର ଉନ୍ନତି ତଥା ପରିଚୟ ପାଇଁ ମାତୃଭାଷା ହିଁ ସର୍ବଶ୍ରେଷ୍ଠ ଅଟେ। ସାନ୍ତାଳୀ ଭାଷା ୨୦୦୩ ମସିହାରେ ତତ୍‌କାଳୀନ କେନ୍ଦ୍ର ସରକାର ତଥା ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଅବଦାନ ଯୋଗୁଁ ଭାରତର ସମ୍ବିଧାନର ଅଷ୍ଟମ ଅନୁଛେଦରେ ସ୍ଥାନୀତ ହୋଇ ଆମର ଗୌରବ ବୃଦ୍ଧି କରିଛି। ତେଣୁ, ତାଙ୍କୁ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇଥିଲେ।

ସାନ୍ତାଳୀ ଲେଖକ ମାନେ ନିଜର ଲେଖନୀ ବଳରେ ଜାତିର ଭାଷା, ସଂସ୍କୃତି, ପରମ୍ପରା ଓ ଶିକ୍ଷାର ବହୁଳ ପ୍ରଚାର ପ୍ରସାର ପାଇଁ ନିସ୍ବାର୍ଥପର ଓ ଉତ୍ସର୍ଗୀକୃତ ମନୋଭାବ ନେଇ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ବିଭିନ୍ନ ଭାଷାରେ ଲିଖିତ ପ୍ରସିଦ୍ଧ ପୁସ୍ତକକୁ ସାନ୍ତାଳୀରେ ଓ ସାନ୍ତାଳୀ ଭାଷାରେ ଲିଖିତ ବିଭିନ୍ନ ଶିକ୍ଷଣୀୟ ପୁସ୍ତକକୁ କିପରି ଅନ୍ୟ ଭାଷାକୁ ଅନୁବାଦ ହୋଇ ପାରିବ ସେଥି ନିମନ୍ତେ ଉଦ୍ୟମ କରିବାକୁ ଲେଖକ ମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। କାରଣ ଭାଷାର ବହୁଳ ପ୍ରଚାର ପ୍ରସାର ପାଇଁ ଅନୁବାଦ ସାହିତ୍ୟ ଏବଂ ଯୁଗୋପଯୋଗୀ ସାହିତ୍ୟ ସୃଷ୍ଟି କରିବା ପ୍ରତ୍ୟେକ ଲେଖକଙ୍କର ପ୍ରାଥମିକତା ହେବା ଆବଶ୍ୟକ।

ଆଦିବାସୀ ମାନଙ୍କ ସାମୂହିକ ବିକାଶ ପାଇଁ ସମସ୍ତଙ୍କୁ ଏକ ହୋଇ ନିଜର ଭାଷା, ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖି ଶିକ୍ଷାର ସ୍ରୋତରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ। ଏହାଦ୍ବାରା “ବିକଶିତ ଓଡିଶା ୨୦୩୬”ରେ ଆଦିବାସୀ ସମାଜ ଏକ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖିପାରିବ ବୋଲି ସେ କହିଥିଲେ। ଏକ ବିକଶିତ ଓଡିଶା ତଥା ବିକଶିତ ଭାରତ ଗଠନରେ ଆଦିବାସୀ ସମ୍ପ୍ରଦାୟ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ସଂଘର ଉପଦେଷ୍ଟା ସ୍ବର୍ଗତ କାନ୍ଦ୍ରା ମୁର୍ମୁ ଏବଂ ସଂଘର ପୂର୍ବତନ ସଭାପତି ସ୍ବର୍ଗତ ରୂପଚାନ୍ଦ ହାଁସଦାଃଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସଙ୍ଗେସଙ୍ଗେ ତାଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସଂଘର ସାହିତ୍ୟ ପତ୍ରିକା ତଥା ସ୍ମରଣିକା ଉନ୍ମୋଚନ କରିଥିଲେ।

ସାନ୍ତାଳୀ ସାହିତ୍ୟରେ ବିଶେଷ ଅବଦାନ ନିମନ୍ତେ ଶ୍ରୀ ସୁରେଶ କୁମାର ହେମ୍ବ୍ରମ ତାଙ୍କର ପୁସ୍ତକ “ ସୋନାଲି ଘାରଂଜ୍” ପାଇଁ ଶ୍ୟାମ ସୁନ୍ଦର ହେମ୍ବ୍ରମ ସମ୍ମାନ ୨୦୨୪, ଶ୍ରୀ ଦୁର୍ଗା ସୋରେନଙ୍କୁ ତାଙ୍କ କ୍ଷୁଦ୍ର ଗଳ୍ପ- “ଉନି କୁଳିଦ ଅକୟ?” ପାଇଁ ଯୁବ ପୁରସ୍କାର, ଶ୍ରୀମତୀ ଆର୍ସୁ ହାଁସଦାଃ ଙ୍କୁ ତାଙ୍କ କବିତା ପୁସ୍ତକ “ଆର୍‌ସି” ପାଇଁ ଯଦୁମଣି ବେଶ୍ରା ସମ୍ମାନ ଏବଂ ଜୀବନ ବ୍ୟାପୀ ସାହିତ୍ୟ ସାଧନା ପାଇଁ ବିଶିଷ୍ଟ ଲେଖକ ତଥା ସମାଜସେବୀ ଶ୍ରୀ ଲକ୍ଷ୍ମଣ ମାର୍ଣ୍ଡିଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନିତ କରିଥିଲେ।

ଏଥି ସହିତ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତୃଣମୂଳ ସ୍ତରରେ ସାନ୍ତାଳୀ ଲେଖକ ମାନଙ୍କୁ ଉତ୍ସାହିତ କରିବା ପାଇଁ ଶ୍ରୀ ଭାଗବତ ହେମ୍ବ୍ରମ, ଶ୍ରୀ ଗୋବିନ୍ଦ ହାଁସାଦାଃ, ଶ୍ରୀ ମୋହନ ସୋରେନ୍‌, ଶ୍ରୀ ମଧୁସୂଦନ ମୁର୍ମୁ ଓ ଶ୍ରୀ ଜ୍ୟୋତିଲାଲ୍ ହେମ୍ବ୍ରମ ପ୍ରମୁଖଙ୍କୁ ସମ୍ମାନୀତ କରିଥିଲେ। ଏହି ଅବସରରେ ମନ୍‌ କି ବାତ୍‌ ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦ୍ବାରା ପ୍ରଶଂସିତ ସାନ୍ତାଳୀ ଲିପିର ଟାଇପ୍‌ ବୋର୍ଡର ପ୍ରଚଳନ ପାଇଁ ଶ୍ରୀ ରାମଜିତ୍‌ ଟୁଡୁ ଏବଂ ୟୁଟ୍ୟୁବର ଶ୍ରୀ ଲବ ହାଁସଦାଃଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମ୍ମାନୀତ କରିଥିଲେ।

ଏହି ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ସାରଶକଣା ବିଧାୟକ ଶ୍ରୀ ଭାଦବ ହାଁସଦାଃ, ବାରିପଦା ବିଧାୟକ ଶ୍ରୀ ପ୍ରକାଶ ସୋରେନ୍‌, ସାନ୍ତାଳୀ ସାହିତ୍ୟ ଏକାଡେମୀ ନୂଆ ଦିଲ୍ଲୀର ପୂର୍ବତନ ସଂଯୋଜକ ଶ୍ରୀ ମଦନ ମୋହନ ସୋରେନ୍‌ ଏବଂ ପଦ୍ମଶ୍ରୀ ଦମୟନ୍ତୀ ବେଶ୍ରା ପ୍ରମୁଖ ଯୋଗଦେଇ ନିଜର ମତାମତ ରଖିଥିଲେ।

ଶ୍ରୀ ସରୋଜ କୁମାର ସୋରେନ୍‌ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ସଂଘର ଅଧ୍ୟକ୍ଷ ଶ୍ରୀ ସୁନାରାମ୍‌ ମାର୍ଣ୍ଡି ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ ଏବଂ ସମ୍ପାଦକ ଶ୍ରୀ ଅର୍ଜୁନ ମାର୍ଣ୍ଡି ବିବରଣୀ ପାଠ କରିଥିଲେ। କାର୍ଯ୍ୟକ୍ରମକୁ ସହସମ୍ପାଦକ ଶ୍ରୀ ମହେଶ୍ବର ସୋରେନ୍‌ ସଂଯୋଜନା କରିଥିଲେ ଓ ଶେଷରେ ସଂଘର ଉପସଭାପତି ଶ୍ରୀ ସିଙ୍ଗ୍ରାୟ ମୁର୍ମୁ ଧନ୍ୟବାଦ ଅର୍ପଣ କରିଥିଲେ। କେଉଁଝର ସାନ୍ତାଳୀ ସାହିତ୍ୟ ଓ ସାଂସ୍କୃତିକ ସଂଘ ଦ୍ବାରା ବିଭିନ୍ନ ସାନ୍ତାଳୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

ମୋହନ ଚରଣ ମାଝୀ ସାନ୍ତାଳୀ ଭାଷା
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା ୨୦୨୬ : ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

June 24, 2026

ଯୁବତୀକୁ ମାରି ଫିଙ୍ଗିଦେଲେ 

June 23, 2026

ତିନି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ

June 23, 2026

ଧନବାଦ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ 

June 23, 2026
Latest News

ଆଜି ଜୁନ୍ ୨୪ ରେ ଏହି ରାଶିର ବ୍ୟକ୍ତିମାନଙ୍କ ପ୍ରତି ମହାଦେବଙ୍କ ରହିବ ଆଶୀର୍ବାଦ

June 24, 2026

ରଥଯାତ୍ରା ୨୦୨୬ : ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

June 24, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣା: ୪ ଜଣ ଗିରଫ

June 24, 2026

ଯୁବତୀକୁ ମାରି ଫିଙ୍ଗିଦେଲେ 

June 23, 2026

ରାଜଧାନୀରେ ଲଜ୍ଜା : କୋଚିଂ ସେଣ୍ଟରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.