Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡ଼ିଶା ରାଜ୍ୟ ଦକ୍ଷତା ଓ ସହାୟକ ଅଭିବୃଦ୍ଧି ନୀତି ବୈଠକ, ନିଆଗଲା ଏହି ନିଷ୍ପତି
ବିଶେଷ ଖବର

ଓଡ଼ିଶା ରାଜ୍ୟ ଦକ୍ଷତା ଓ ସହାୟକ ଅଭିବୃଦ୍ଧି ନୀତି ବୈଠକ, ନିଆଗଲା ଏହି ନିଷ୍ପତି

December 27, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶା ରାଜ୍ୟ ଦକ୍ଷତା
ଓଡ଼ିଶା ରାଜ୍ୟ ଦକ୍ଷତା ଓ ସହାୟକ ଅଭିବୃଦ୍ଧି ନୀତି ବୈଠକ, ନିଆଗଲା ଏହି ନିଷ୍ପତି

ଭୁବନେଶ୍ବର: ଓଡ଼ିଶା ରାଜ୍ୟ ଦକ୍ଷତା ଓ ସହାୟକ ଅଭିବୃଦ୍ଧି ନୀତି (ଓଏସସିଆରଜିପି) କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ଉଚ୍ଚସ୍ତରୀୟ ପରିଚାଳନା କମିଟିର ଦ୍ୱିତୀୟ ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସଭାଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି।

ଏହି ପ୍ରକଳ୍ପ ଅଧିନରେ କରାଯାଉଥିବା କାର୍ଯ୍ୟ ସଂପର୍କରେ ବୈଠକରେ ବିସ୍ତୃତ ଭାବେ ସମୀକ୍ଷା  କରାଯାଇଥିଲା। ଏହା ଅଧିନରେ ରାଜ୍ୟରେ ବିଭିନ୍ନ ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ହିତାଧିକାରୀଙ୍କ ତଥ୍ୟ ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ଅଧିନସ୍ଥ ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେସନ ସେଣ୍ଟର  ଦ୍ୱାରା ଅଦ୍ୟତନ କରାଯାଉଛି,ଯାହା ଫଳରେ ରାଜ୍ୟରେ ଏ କ୍ଷେତ୍ରରେ  ସୁଦୃଢ ଗ୍ରହଣୀୟ ବ୍ୟବସ୍ଥା ପୂର୍ବକ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ସେବା ପ୍ରଦାନକୁ ନିଶ୍ଚିତ କରିବ।

ସେହିପରି ଏହି ପ୍ରକଳ୍ପ ଅନ୍ତର୍ଗତ ରାଜ୍ୟ ପାଇଁ  ଉନ୍ନତ ଯୋଜନା ଏବଂ ନିରନ୍ତର ବିକାଶ  ନିମନ୍ତେ  ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ଅଧିନସ୍ଥ ଅର୍ଥନୀତି ଓ ପରିସଂଖ୍ୟାନ ନିର୍ଦ୍ଦେଶାଳୟ ଦ୍ୱାରା ରାଜ୍ୟର ପରିସଂଖ୍ୟାନ ବ୍ୟବସ୍ଥାକୁ ସୁଦୃଢ଼ କରାଯିବା ନିମନ୍ତେ କାର୍ଯ୍ୟ ଜାରି ରହିଛି। ଆହୁରି ମଧ୍ୟ ଏହି ପ୍ରକଳ୍ପ ମାଧ୍ୟମରେ ଓଡ଼ିଶା ରାଜ୍ୟ  ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ଦ୍ୱାରା ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରି କ୍ଷୟକ୍ଷତି ହ୍ରାସ କରିବା ପାଇଁ ଆଗୁଆ ସତର୍କ ସୂଚନା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ଗ୍ରହଣ କରାଯାଉଛି।

ବିଶ୍ୱ ବ୍ୟାଙ୍କ ସହାୟତାରେ  କାର୍ଯ୍ୟକାରୀ ହେଉଥିବା ଏହି ପ୍ରକଳ୍ପ କାର୍ଯ୍ୟକାରିତାକୁ ତଦାରଖ କରିବା ପାଇଁ  ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ନୋଡାଲ ବିଭାଗ ରହିଛନ୍ତି। ଜୁଲାଇ ୨୦୨୩ ରୁ ଆରମ୍ଭ ହୋଇଥିବା ଏହି ପ୍ରକଳ୍ପର ସମୟସୀମା ୨୦୨୮ ଏପ୍ରିଲ ପର୍ଯ୍ୟନ୍ତ ରହିଛି। ୧୧୮୩ କୋଟି ଟଙ୍କା ଅଟକଳରେ ଏହି ପ୍ରକଳ୍ପରେ ରାଜ୍ୟ ସରକାରଙ୍କ ପାଣ୍ଠି  ୩୮୭ କୋଟି ଟଙ୍କା ରହିଛି।

କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରି  ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ କହିଥିଲେ ଯେ,ଏହି ପ୍ରକଳ୍ପ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ। ଜନସାଧାରଣଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ ଏବଂ ତାହାକୁ କାର୍ଯ୍ୟକାରୀ କରାଯିବା ପରିପ୍ରେକ୍ଷୀରେ ସଠିକ୍ ତଥ୍ୟ (ଡାଟା)ର ନିତାନ୍ତ ଆବଶ୍ୟକତା ରହିଥାଏ।

ବିଭିନ୍ନ ବିଭାଗମାନଙ୍କ ଦ୍ୱାରା ପ୍ରକଳ୍ପ କାର୍ଯ୍ୟକାରିତା ଭିନ୍ନ ଭିନ୍ନ ଉପାୟରେ ତଥ୍ୟସଂଗ୍ରହ କରାଯାଉଥିବା ବେଳେ ସମସ୍ତ ତଥ୍ୟକୁ ସମନ୍ୱିତ କରାଯିବାର ଆବଶ୍ୟକତା ରହିଛି, ଯାହାକି ଏହି ପ୍ରକଳ୍ପ ଜରିଆରେ ହୋଇପାରିବ।

ରାଜ୍ୟ ସରକାର ଆଗାମୀ ଦିନରେ ରାଜ୍ୟ ତଥ୍ୟ ନୀତି ( ଷ୍ଟେଟ୍ ଡାଟା ପଲିସି) ଆଣିବାକୁ ଯାଉଛନ୍ତି। ଏହି ପ୍ରକଳ୍ପର କାର୍ଯ୍ୟାନ୍ୱୟନରେ କେଉଁ କ୍ଷେତ୍ରରେ କେତେ କାର୍ଯ୍ୟ ଅଗ୍ରଗତି  ହେବା କଥା,କେତେ କାମ ହୋଇଛି ଓ କାମର ମାନ ଦଣ୍ଡ କିପରି ହେବା କଥା ସେ ସଂପର୍କରେ ଉନ୍ନୟନ କମିଶନର ସମୀକ୍ଷା ପୂର୍ବକ ପ୍ରକଳ୍ପ କାର୍ଯ୍ୟ ଅଗଗ୍ରତି ତ୍ୱରାନ୍ୱିତ କରିବାକୁ ସେ ସମ୍ପୃକ୍ତ ବିଭାଗ ତଥା ସଂସ୍ଥାମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ ପରିଚାଳନା କମିଟିର ସଦସ୍ୟ ଥିବା ଅର୍ଥ ବିଭାଗ,ଇଲେକ୍ଟ୍ରୋନିକ୍ସ ଓ ଆଇଟି, ଯୋଜନା ଓ ସଂଯୋଜନ ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ଓସଡମା ଏବଂ ସଂପୃକ୍ତ ଅନ୍ୟ ବିଭାଗର ଉଚ୍ଚ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ଶ୍ରୀମତୀ ଅନୁ ଗର୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Latest News

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.