Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜଣେ ବି କ୍ଷତିଗ୍ରସ୍ତ ଚାଷୀ ଯେପରି ସହାୟତାରୁ ବଞ୍ଚିତ ନ ହୁଅନ୍ତି: ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଜଣେ ବି କ୍ଷତିଗ୍ରସ୍ତ ଚାଷୀ ଯେପରି ସହାୟତାରୁ ବଞ୍ଚିତ ନ ହୁଅନ୍ତି: ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

December 28, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗତ ୨୦ ତାରିଖରୁ ୨୮ ତାରିଖ ମଧ୍ୟରେ ରାଜ୍ୟରେ ହୋଇଥିବା ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରି ଯେପରି ଜଣେ ବି କ୍ଷତିଗ୍ରସ୍ତ ଚାଷୀ ସହାୟତାରୁ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଧ୍ୟାନ ଦେବାକୁ ସମୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏଥି ସହିତ ୩୦ ତାରିଖ ମଧ୍ୟରେ ଫସଲ କ୍ଷୟକ୍ଷତିର ସଠିକ୍ ଆକଳନ ସହ ପ୍ରକୃତ କ୍ଷତିଗ୍ରସ୍ତ ଚାଷୀ ମାନଙ୍କୁ ଚିହ୍ନଟ କରିବା ପାଇଁ ମୁଖ୍ୟମନ୍ତ୍ରୀ  ନିର୍ଦ୍ଦେଶ ଦେଇଥିଲେ।

ବୀମା କରିଥିବା ଓ ବୀମା ନକରିଥିବା କ୍ଷତିଗ୍ରସ୍ତ ସମସ୍ତ ଚାଷୀ ମାନଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିୟମ ଅନୁଯାୟୀ ସହାୟତା ଯଥାଶୀଘ୍ର DBT ମାଧ୍ୟମରେ ଯୋଗାଇ ଦିଆଯିବ ବୋଲି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।

ବୀମା କରିଥିବା ସମସ୍ତ ଚାଷୀ ଭାଇ ଓ ଭଉଣୀ ମାନେ ଯେପରି ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କ୍ଷୟ କ୍ଷତି ସଂପର୍କରେ ବୀମା କମ୍ପାନୀ ମାନଙ୍କୁ ସୂଚନା ଦେବେ, ସେଥିପାଇଁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ  ନିର୍ଦ୍ଦେଶ ଦେଇଥିଲେ। ବୈଠକର ସୂଚନାରୁ ଜଣାଯାଇଥିଲା ଯେ, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବର୍ତ୍ତମାନ ସୁଦ୍ଧା ୧ଲକ୍ଷ ୨୬ ହଜାର ଚାଷୀ କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେଇଛନ୍ତି। ଆସନ୍ତା କାଲି (ରବିବାର) ସୁଦ୍ଧା ସବୁ ବୀମାଭୁକ୍ତ ଚାଷୀମାନେ ନିଜର ଫସଲ କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେବାକୁ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମ ଜରିଆରେ ନିବେଦନ କରିଥିଲେ।

ଏହା ସହିତ ବିଭିନ୍ନ ଜିଲ୍ଲାର ପଞ୍ଜୀକୃତ ଚାଷୀ ଭାଇ ଓ ଭଉଣୀ ମାନେ ଅଦିନିଆ ବର୍ଷା  ଜନିତ  ସେମାନଙ୍କର ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତିର ସୂଚନା ତୁରନ୍ତ “କୃଷି ରକ୍ଷକ”  ପୋର୍ଟାଲ ମାଧ୍ୟମରେ କିମ୍ବା  ୧୪୪୪୭ କୁ କଲ୍ କରି ଜଣାଇବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ।

ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ କୁମାର ସିଂହ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ ପାଢୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ ପ୍ରମୁଖ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।

ଅଦିନିଆ ବର୍ଷା କ୍ଷତିଗ୍ରସ୍ତ ଚାଷୀ ଫସଲ କ୍ଷୟକ୍ଷତି ମୋହନ ଚରଣ ମାଝୀ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026

ଭାରତକୁ ବଡ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀରେ ଦୁଇଟି LPG ଟ୍ୟାଙ୍କର ଆସିବାକୁ ଅନୁମତି ଦେଲା ଇରାନ

March 14, 2026

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026
Latest News

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026

ଭାରତକୁ ବଡ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀରେ ଦୁଇଟି LPG ଟ୍ୟାଙ୍କର ଆସିବାକୁ ଅନୁମତି ଦେଲା ଇରାନ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.