Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନୂଆବର୍ଷରେ ବରିଷ୍ଠ ଅଧିକାରୀଙ୍କ ବୈଠକ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦେଲେ ଏହି ପରାମର୍ଶ
ବିଶେଷ ଖବର

ନୂଆବର୍ଷରେ ବରିଷ୍ଠ ଅଧିକାରୀଙ୍କ ବୈଠକ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦେଲେ ଏହି ପରାମର୍ଶ

January 1, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନୂଆବର୍ଷରେ ବରିଷ୍ଠ ଅଧିକାରୀଙ୍କ ବୈଠକ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦେଲେ ଏହି ପରାମର୍ଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଉଚ୍ଚ ପଦାଧିକାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ସାମୁହିକ ଦାୟିତ୍ୱ (Collective Responsibility) ସହ କାମ କରି ସରକାରଙ୍କ କାର୍ଯ୍ୟକ୍ରମ ଗୁଡିକ ସଫଳ କରିବାକୁ ପରାମର୍ଶ ଦେଇଛନ୍ତି ।

ସୂଚନା ଯୋଗ୍ୟ ଯେ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଡଃ ମନମୋହନ ସିଂହଙ୍କ ପରଲୋକ ଯୋଗୁଁ ରାଷ୍ଟ୍ରୀୟ ଶୋକ ପାଳନ ତଥା ଚାଷୀ ମାନଙ୍କ ଅଦିନିଆ ବର୍ଷା ଜନିତ ଫସଲ ହାନୀ ପାଇଁ ମୁଖ୍ୟମନ୍ତ୍ରୀ ନୂଆ ବର୍ଷକୁ ନିରାଡମ୍ବର ଭାବେ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲେ । ତେଣୁ, ଆଜି ଅଧିକାରୀ ଓ କର୍ମଚାରୀ ମାନେ ବିନା ଫୁଲରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶୁଭେଚ୍ଛା ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ଛଅ, ସାତ ମାସ ମଧ୍ୟରେ ଆମ ସରକାର ଲୋକଙ୍କୁ ଯାହା ପ୍ରତିଶ୍ରୁତି ଦେଇଥିଲା ତାହା ପ୍ରାୟତଃ ପୂରଣ ହୋଇଛି । ମୁଖ୍ୟ ଶାସନ ସଚିବ ଓ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ପ୍ରମୁଖ ସଚିବ ମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଅଧିକାରୀ ମାନଙ୍କ ସହଯୋଗରେ ବିଭିନ୍ନ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମ ମଧ୍ୟ ସଫଳତାର ସହ କରାଯାଇଛି। ତେଣୁ, ଓଡିଶା ଅନ୍ୟ ରାଜ୍ୟ ଠାରୁ ଯେପରି ଭଲ ପ୍ରଦର୍ଶନ କରିବ ସେ ଦିଗରେ ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ସେ କହିଥିଲେ ଯେ, ଆମ ପାଖରେ ଅନେକ ଆହ୍ୱାନ ରହିଛି ଓ ସୁଯୋଗ ମଧ୍ୟ ରହିଛି। ସାମୁହିକ ଦାୟିତ୍ୱ ନେଇ ସବୁ ଆହ୍ୱାନର ମୁକାବିଲା କରିପାରିଲେ ସମସ୍ତ କାର୍ଯ୍ୟ ସଫଳତାର ସହ କରାଯାଇ ପାରିବ । ଓଡିଶାରେ Navy Day, DGP Conference ଆଦି ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମ ସଫଳତାର ସହ ପାଳନ କରାଯାଇଛି। ପ୍ରବାସୀ ଭାରତୀୟ ଦିବସ ପାଳନ କାର୍ଯ୍ୟକ୍ରମକୁ ସଫଳତାର ସହ ଆୟୋଜନ କରି ଅନ୍ତର୍ଜାତୀୟ ସ୍ତରରେ ଓଡିଶାର ମର୍ଯ୍ୟାଦାକୁ ପ୍ରତିଷ୍ଠିତ କରିବା ପାଇଁ ସମସ୍ତେ ମିଳିମିଶି କାମ କରିବାର ଆବଶ୍ୟକତା ରହିଛି।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ପ୍ରଧାନମନ୍ତ୍ରୀଙ୍କ ଓଡିଶାର ବିକାଶ ପ୍ରତି ସ୍ୱତନ୍ତ୍ର ଫୋକସ ରହିଛି । ଗତ ଛଅ ମାସ ମଧ୍ୟରେ ତିନି ଥର ଆସିବା ସହିତ ଜାନୁଆରୀ ମାସରେ ଦୁଇ ଥର ଆସିବାର କାର୍ଯ୍ୟକ୍ରମ ରହିଛି। ଓଡିଶାକୁ ବିଭିନ୍ନ କ୍ଷେତ୍ରରେ କେନ୍ଦ୍ରର ସହଯୋଗ ଜାରି ରହିଛି। ତେଣୁ, ଏହି ସୁଯୋଗର ମଧ୍ୟ ସଦବ୍ୟବହାର କରି ବିକଶିତ ଓଡିଶାର ଲକ୍ଷ୍ୟ ପୂରଣ ଦିଗରେ ଆଗେଇବାକୁ ସେ ପରାମର୍ଶ ଦେଇଥିଲେ।

ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ କହିଥିଲେ ଯେ, ଚଳିତ ବର୍ଷ ଓଡିଶା ପାଇଁ ଏକ ପ୍ରଗତିର ବର୍ଷ ହେବ। ୨୦୩୬ ଓ ୨୦୪୭ ପାଇଁ ଆମର ଯେଉଁ ସଂକଳ୍ପ ଅଛି, ସେ ଦିଗରେ ସମସ୍ତେ ମିଳିମିଶି କାମ କରିବାକୁ ସେମାନେ ପରାମର୍ଶ ଦେଇଥିଲେ।

ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କହିଥିଲେ ଯେ, ରାଜ୍ୟର ଅଧିକାରୀମାନେ ଦକ୍ଷ। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟର ସମସ୍ତ ଅଧିକାରୀ ଓ କର୍ମଚାରୀ ସରକାରଙ୍କ ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ହୋଇ କାମ କରୁଛନ୍ତି ବୋଲି ସେ କହିଥିଲେ ।

ଏହି ଆଲୋଚନାରେ ମୁଖ୍ୟ ଶାସନ ସଚିବଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସମସ୍ତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବ ମାନେ ଉପସ୍ଥିତ ଥିଲେ।

new year ନୂଆବର୍ଷ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର କୃଷିମନ୍ତ୍ରୀଙ୍କ ନେତୃତ୍ୱରେ ‘ବିକଶିତ କୃଷି ସଂକଳ୍ପ ଅଭିଯାନ’ର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ

September 14, 2025

ଭୁବନେଶ୍ବରରେ ହେବ ମଧ୍ୟସ୍ଥତା ମାଧ୍ୟମରେ ବିଭିନ୍ନ ମୋକଦ୍ଦମାର ସମାଧାନ

September 14, 2025

ଅକ୍ଟୋବର ୭ରୁ ଆରମ୍ଭ ହେବ ହବିଷ ବ୍ରତ

September 14, 2025

୧୦୮ ଆମ୍ବୁଲାନ୍ସ ଦ୍ୱାରା ଜରୁରୀକାଳୀନ ପରିସ୍ଥିତିରେ ପ୍ରଥମ ପ୍ରତିକ୍ରିୟାକାରୀ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ

September 14, 2025
Latest News

ବିହାର ନିର୍ବାଚନ: NDA ନା INDIA, କାହାର ଭୋଟ କାଟିବେ ପ୍ରଶାନ୍ତ କିଶୋର?, ଜାଣନ୍ତୁ ସର୍ଭେ

September 14, 2025

ଟିମ୍ ଇଣ୍ଡିଆକୁ ଝଟକା, ପାକିସ୍ତାନ ବିପକ୍ଷ ମ୍ୟାଚ୍ ପୂର୍ବରୁ ଶୁଭମନ ଗିଲ୍ ଆହତ

September 14, 2025

ଟଳିଲା ବଡ଼ ଦୁର୍ଘଟଣା: ବିମାନରେ ଥିଲେ ଏସପି ସାଂସଦ ଡିମ୍ପଲ୍ ଯାଦବଙ୍କ ସମେତ ୧୫୧ ଯାତ୍ରୀ

September 14, 2025

ନୂଆପଡା ଉପନିର୍ବାଚନ ପୂର୍ବରୁ ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ, ଆସନ୍ତାକାଲିଠାରୁ ପକ୍ରିୟା ଆରମ୍ଭ

September 14, 2025

ସେପ୍ଟେମ୍ବର ୧୬ରେ ଏଏନଟିଏଫ୍ ମୁଖ୍ୟମାନଙ୍କ ଦ୍ୱିତୀୟ ଜାତୀୟ ସମ୍ମିଳନୀ ଉଦଘାଟନ କରିବେ ଗୃହମନ୍ତ୍ରୀ

September 14, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.