Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନୂଆବର୍ଷରେ ବରିଷ୍ଠ ଅଧିକାରୀଙ୍କ ବୈଠକ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦେଲେ ଏହି ପରାମର୍ଶ
ବିଶେଷ ଖବର

ନୂଆବର୍ଷରେ ବରିଷ୍ଠ ଅଧିକାରୀଙ୍କ ବୈଠକ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦେଲେ ଏହି ପରାମର୍ଶ

January 1, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନୂଆବର୍ଷରେ ବରିଷ୍ଠ ଅଧିକାରୀଙ୍କ ବୈଠକ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦେଲେ ଏହି ପରାମର୍ଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଉଚ୍ଚ ପଦାଧିକାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ସାମୁହିକ ଦାୟିତ୍ୱ (Collective Responsibility) ସହ କାମ କରି ସରକାରଙ୍କ କାର୍ଯ୍ୟକ୍ରମ ଗୁଡିକ ସଫଳ କରିବାକୁ ପରାମର୍ଶ ଦେଇଛନ୍ତି ।

ସୂଚନା ଯୋଗ୍ୟ ଯେ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଡଃ ମନମୋହନ ସିଂହଙ୍କ ପରଲୋକ ଯୋଗୁଁ ରାଷ୍ଟ୍ରୀୟ ଶୋକ ପାଳନ ତଥା ଚାଷୀ ମାନଙ୍କ ଅଦିନିଆ ବର୍ଷା ଜନିତ ଫସଲ ହାନୀ ପାଇଁ ମୁଖ୍ୟମନ୍ତ୍ରୀ ନୂଆ ବର୍ଷକୁ ନିରାଡମ୍ବର ଭାବେ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲେ । ତେଣୁ, ଆଜି ଅଧିକାରୀ ଓ କର୍ମଚାରୀ ମାନେ ବିନା ଫୁଲରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶୁଭେଚ୍ଛା ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ଛଅ, ସାତ ମାସ ମଧ୍ୟରେ ଆମ ସରକାର ଲୋକଙ୍କୁ ଯାହା ପ୍ରତିଶ୍ରୁତି ଦେଇଥିଲା ତାହା ପ୍ରାୟତଃ ପୂରଣ ହୋଇଛି । ମୁଖ୍ୟ ଶାସନ ସଚିବ ଓ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ପ୍ରମୁଖ ସଚିବ ମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଅଧିକାରୀ ମାନଙ୍କ ସହଯୋଗରେ ବିଭିନ୍ନ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମ ମଧ୍ୟ ସଫଳତାର ସହ କରାଯାଇଛି। ତେଣୁ, ଓଡିଶା ଅନ୍ୟ ରାଜ୍ୟ ଠାରୁ ଯେପରି ଭଲ ପ୍ରଦର୍ଶନ କରିବ ସେ ଦିଗରେ ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ସେ କହିଥିଲେ ଯେ, ଆମ ପାଖରେ ଅନେକ ଆହ୍ୱାନ ରହିଛି ଓ ସୁଯୋଗ ମଧ୍ୟ ରହିଛି। ସାମୁହିକ ଦାୟିତ୍ୱ ନେଇ ସବୁ ଆହ୍ୱାନର ମୁକାବିଲା କରିପାରିଲେ ସମସ୍ତ କାର୍ଯ୍ୟ ସଫଳତାର ସହ କରାଯାଇ ପାରିବ । ଓଡିଶାରେ Navy Day, DGP Conference ଆଦି ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମ ସଫଳତାର ସହ ପାଳନ କରାଯାଇଛି। ପ୍ରବାସୀ ଭାରତୀୟ ଦିବସ ପାଳନ କାର୍ଯ୍ୟକ୍ରମକୁ ସଫଳତାର ସହ ଆୟୋଜନ କରି ଅନ୍ତର୍ଜାତୀୟ ସ୍ତରରେ ଓଡିଶାର ମର୍ଯ୍ୟାଦାକୁ ପ୍ରତିଷ୍ଠିତ କରିବା ପାଇଁ ସମସ୍ତେ ମିଳିମିଶି କାମ କରିବାର ଆବଶ୍ୟକତା ରହିଛି।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ପ୍ରଧାନମନ୍ତ୍ରୀଙ୍କ ଓଡିଶାର ବିକାଶ ପ୍ରତି ସ୍ୱତନ୍ତ୍ର ଫୋକସ ରହିଛି । ଗତ ଛଅ ମାସ ମଧ୍ୟରେ ତିନି ଥର ଆସିବା ସହିତ ଜାନୁଆରୀ ମାସରେ ଦୁଇ ଥର ଆସିବାର କାର୍ଯ୍ୟକ୍ରମ ରହିଛି। ଓଡିଶାକୁ ବିଭିନ୍ନ କ୍ଷେତ୍ରରେ କେନ୍ଦ୍ରର ସହଯୋଗ ଜାରି ରହିଛି। ତେଣୁ, ଏହି ସୁଯୋଗର ମଧ୍ୟ ସଦବ୍ୟବହାର କରି ବିକଶିତ ଓଡିଶାର ଲକ୍ଷ୍ୟ ପୂରଣ ଦିଗରେ ଆଗେଇବାକୁ ସେ ପରାମର୍ଶ ଦେଇଥିଲେ।

ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ କହିଥିଲେ ଯେ, ଚଳିତ ବର୍ଷ ଓଡିଶା ପାଇଁ ଏକ ପ୍ରଗତିର ବର୍ଷ ହେବ। ୨୦୩୬ ଓ ୨୦୪୭ ପାଇଁ ଆମର ଯେଉଁ ସଂକଳ୍ପ ଅଛି, ସେ ଦିଗରେ ସମସ୍ତେ ମିଳିମିଶି କାମ କରିବାକୁ ସେମାନେ ପରାମର୍ଶ ଦେଇଥିଲେ।

ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କହିଥିଲେ ଯେ, ରାଜ୍ୟର ଅଧିକାରୀମାନେ ଦକ୍ଷ। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟର ସମସ୍ତ ଅଧିକାରୀ ଓ କର୍ମଚାରୀ ସରକାରଙ୍କ ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ହୋଇ କାମ କରୁଛନ୍ତି ବୋଲି ସେ କହିଥିଲେ ।

ଏହି ଆଲୋଚନାରେ ମୁଖ୍ୟ ଶାସନ ସଚିବଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସମସ୍ତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବ ମାନେ ଉପସ୍ଥିତ ଥିଲେ।

new year ନୂଆବର୍ଷ
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା-୨୦୨୬ ପ୍ରସ୍ତୁତି ସଂପର୍କିତ ୪ର୍ଥ ବୈଠକ ଅନୁଷ୍ଠିତ

April 25, 2026

ବିଧାନସଭାର ସ୍ୱତନ୍ତ୍ର ଅଧିବେଶନକୁ କଟାକ୍ଷ କଲେ ଅରୁଣ

April 25, 2026

ବାଇକକୁ ଧକ୍କା ଦେଲା ଆମ ବସ

April 25, 2026

ଗାଡ଼ି ପାର୍କିଂକୁ ନେଇ ରାଜଧାନୀରେ ବୁଲିଲା ଖଣ୍ଡା

April 25, 2026
Latest News

ପିଠି ଯନ୍ତ୍ରଣାରେ ପୀଡିତ କି ? ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ

April 26, 2026

ଆଜି ଏପ୍ରିଲ ୨୬ ତାରିଖ ରବିବାର, କେମିତି ରହିବ ଆଜିର ଦିନ

April 26, 2026

ରଥଯାତ୍ରା-୨୦୨୬ ପ୍ରସ୍ତୁତି ସଂପର୍କିତ ୪ର୍ଥ ବୈଠକ ଅନୁଷ୍ଠିତ

April 25, 2026

ପୁଣି ଶାନ୍ତି ଆଲୋଚନା ବିଫଳ

April 25, 2026

ପୁଣି ମଣିପୁର ଅଶାନ୍ତ

April 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.