Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଘୋଷଣା ହେଲା ଅଦିନିଆ ବର୍ଷା କ୍ଷୟକ୍ଷତି ସହାୟତା, ୨୯୧ କୋଟି ଟଙ୍କାର ଇନ୍‌ପୁଟ୍ ସବ୍‌ସିଡି ପାଇବେ ଚାଷୀ
ବିଶେଷ ଖବର

ଘୋଷଣା ହେଲା ଅଦିନିଆ ବର୍ଷା କ୍ଷୟକ୍ଷତି ସହାୟତା, ୨୯୧ କୋଟି ଟଙ୍କାର ଇନ୍‌ପୁଟ୍ ସବ୍‌ସିଡି ପାଇବେ ଚାଷୀ

January 3, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଘୋଷଣା ହେଲା ଅଦିନିଆ ବର୍ଷା କ୍ଷୟକ୍ଷତି ସହାୟତା, ୨୯୧ କୋଟି ଟଙ୍କାର ଇନ୍‌ପୁଟ୍ ସବ୍‌ସିଡି ପାଇବେ ଚାଷୀ

ଭୁବନେଶ୍ବର: ଅଦିନିଆ ବର୍ଷା କ୍ଷୟକ୍ଷତି ସହାୟତା ରାଶି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଅଦିନିଆ ବର୍ଷାକୁ ରାଜ୍ୟ ସରକାର ଏକ ବିପର୍ଯ୍ୟୟ ଭାବେ ଗ୍ରହଣ କରିଛନ୍ତି। ତେଣୁ, ରାଜ୍ୟର SDRF ପାଣ୍ଠିରୁ କ୍ଷତିଗ୍ରସ୍ତ ଚାଷୀ ମାନଙ୍କୁ ସହାୟତା ପ୍ରଦାନ କରାଯିବ।

ଯେଉଁଚାଷୀ ମାନଙ୍କର ୩୩ ପ୍ରତିଶତ ବା ଅଧିକ ଫସଲ କ୍ଷତି ହୋଇଥିବ, ସେହି ଚାଷୀ ମାନଙ୍କୁ ସହାୟତା ମିଳିବ। ଆଜି ସ୍ଥାନୀୟ ବରମୁଣ୍ଡା ପଡିଆରେ ତିନିଦିନିଆ କୃଷି ଓଡ଼ିଶା-୨୦୨୫ କାର୍ଯ୍ୟକ୍ରମକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହା ଘୋଷଣା କରିଛନ୍ତି।

SDRF ପାଣ୍ଠିରୁ ୨୯୧ କୋଟି ୫୯ ଲକ୍ଷ ଟଙ୍କାର ଇନ୍‌ପୁଟ୍ ସବ୍‌ସିଡି କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ପ୍ରଦାନ କରାଯିବ। ଜିଲ୍ଲାପାଳ ମାନଙ୍କ ରିପୋର୍ଟ ଅନୁଯାୟୀ ୬ ଲକ୍ଷ ୬୬ ହଜାର ୭୨୦ ଜଣ ଚାଷୀଙ୍କର ୨ ଲକ୍ଷ ୨୬ ହଜାର ୭୯୧ ହେକ୍ଟର ଜମିରେ ୩୩ ପ୍ରତିଶତରୁ ଅଧିକ ଫସଲ କ୍ଷତି ହୋଇଛି। ଏହି ଚାଷୀମାନଙ୍କୁ ସହାୟତା ମିଳିବ।

ଏହା ସହିତ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ୨ ଲକ୍ଷ ୬୧ ହଜାର ଚାଷୀଙ୍କ ଆବେଦନ ହସ୍ତଗତ ହୋଇଛି । ବୀମାଭୁକ୍ତ କ୍ଷତିଗ୍ରସ୍ତ ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ଆଜିଠାରୁ DBT ଜରିଆରେ କ୍ଷତିପୂରଣ ପ୍ରଦାନ କରାଯାଉଛି। କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିବା ପରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମାଭୁକ୍ତ ହୋଇଥିବା ଚାଷୀମାନଙ୍କ ଆବେଦନ ସମୟ ତିନି ଦିନ ବଢା ଯାଇଥିଲା। ଏଥିପାଇଁ ସବୁ ବୀମାଭୁକ୍ତ ଚାଷୀମାନେ ଆବେଦନ କରିବାର ସୁଯୋଗ ପାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଅଦିନିଆ ବର୍ଷା ଯୋଗୁ ଆପଣମାନେ ବ୍ୟାପକ କ୍ଷତି ସହିଛନ୍ତି। ଆପଣମାନେ ନିଶ୍ଚିତ ରୁହନ୍ତୁ, ସରକାର ସବୁ ସମୟରେ ଆପଣମାନଙ୍କ ସହିତ ଅଛନ୍ତି ଓ ରହିବେ।

ସେ ଆହୁରି କହିଥିଲେ ଯେ, ଇନ୍‌ପୁଟ୍ ସବସିଡି ସହିତ, ଆଉ କେଉଁ ପ୍ରକାର ସାହାଯ୍ୟ ପ୍ରଦାନ କରାଯାଇପାରିବ, ସରକାର ସେ ଦିଗରେ ବିଚାର କରୁଛନ୍ତି। ଆମ ସରକାର ସର୍ବଦା ଚାଷୀଙ୍କ ସହିତ ଅଛନ୍ତି। କୃଷକଙ୍କ ମଙ୍ଗଳ ପାଇଁ ସବୁ ପ୍ରକାର ସାହାଯ୍ୟ କରିବାକୁ ଚେଷ୍ଟିତ ହେଉଛନ୍ତି।

ମୁଁ ଆଶା କରୁଛି, ଆମର ଏହି ପଦକ୍ଷେପ ଆପଣମାନଙ୍କ କ୍ଷତି ଭରଣା କରିବା ସହିତ ଆଗାମୀ ଦିନରେ ଚାଷ ପାଇଁ ଆପଣମାନଙ୍କ ମନରେ ଭରସା ସୃଷ୍ଟି କରିବ। ଏଥି ସହିତ, ରବି ଫସଲ ପାଇଁ ଯାହା ବି ଆବଶ୍ୟକ, ସରକାର ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବେ, ଆପଣ ସେଥିପ୍ରତି ନିଶ୍ଚିନ୍ତ ରୁହନ୍ତୁ ବୋଲି ସେ କହିଥିଲେ।

ଅଦିନିଆ ବର୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.