Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବୃଦ୍ଧି ପାଇଲା କନିଷ୍ଠ ଶିକ୍ଷକଙ୍କ ଦରମା, ମୁଖ୍ୟମନ୍ତ୍ରୀ କଲେ ଘୋଷଣା, ଜାଣନ୍ତୁ କେତେ..
ବିଶେଷ ଖବର

ବୃଦ୍ଧି ପାଇଲା କନିଷ୍ଠ ଶିକ୍ଷକଙ୍କ ଦରମା, ମୁଖ୍ୟମନ୍ତ୍ରୀ କଲେ ଘୋଷଣା, ଜାଣନ୍ତୁ କେତେ..

January 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବୃଦ୍ଧି ପାଇଲା କନିଷ୍ଠ ଶିକ୍ଷକଙ୍କ ଦରମା, ମୁଖ୍ୟମନ୍ତ୍ରୀ କଲେ ଘୋଷଣା, ଜାଣନ୍ତୁ କେତେ..

ଭୁବନେଶ୍ବର: ସମଗ୍ର ଶିକ୍ଷା କାର‌୍ୟ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନେ [Junior Teacher ( Schematic)] ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧,୧୦୦ ଟଙ୍କା ପାରିଶ୍ରମିକ ଦିଆଯାଉଛି ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ବର୍ଗର ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଏହି ଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକ ୧୧,୧୦୦ ଟଙ୍କାରୁ ବୃଦ୍ଧି ପାଇ ୧୬,୦୦୦ ଟଙ୍କା କରାଯାଇଛି। ଏହାସହିତ ଏହି ବର୍ଗର ଶିକ୍ଷକ ମାନଙ୍କ ଇପିଏଫ ପରିମାଣ ମଧ୍ୟ ୧୪୪୩ ଟଙ୍କାରୁ ୧୯୫୦ ଟଙ୍କାକୁ ବୃଦ୍ଧି ପାଇଛି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାର ପ୍ରତ୍ୟେକ ସ୍କିମାଟିକ କନିଷ୍ଠ ଶିକ୍ଷକଙ୍କ ପାଇଁ ପୂର୍ବରୁ ୧୨,୫୪୩ ଟଙ୍କା ପ୍ରଦାନ କରୁଥିବା ବେଳେ, ଏବେ ମାସକୁ ୧୭,୯୫୦ ଟଙ୍କା ପ୍ରଦାନ କରିବେ ।

ସୂଚନାଯୋଗ୍ୟ ଯେ ରାଜ୍ୟରେ ବର୍ତ୍ତମାନ ୧୩,୭୪୦ ଜଣ ସ୍କିମାଟିକ କନିଷ୍ଠ ଶିକ୍ଷକ କାର‌୍ୟ୍ୟରତ ଅଛନ୍ତି । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୮୯.୧୫ କୋଟି ଟଙ୍କା ବହନ କରିବେ ।

ରାଜ୍ୟରେ ପ୍ରାଥମିକ ଶିକ୍ଷାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ୧୬,୦୦୦ ରୁ ଅଧିକ କନିଷ୍ଠ ଶିକ୍ଷକ ନିଯୁକ୍ତି କରାଯାଇଛି। ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଏହି ବର୍ଗର କନିଷ୍ଠ ଶିକ୍ଷକମାନେ ଉପକୃତ ହେବେ ଏବଂ ଏହାଦ୍ୱାରା ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

junior teacher କନିଷ୍ଠ ଶିକ୍ଷକ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ବୋମା ଆତଙ୍କରେ ସମ୍ବଲପୁର, କଟକ ଓ ଦେବଗଡ, ବିଭାଗୀୟ ମୁଖ୍ୟମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

January 8, 2026

ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ, ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

January 8, 2026

ରାସ୍ତା କଡ଼କୁ ଖସି ମୋଟରସାଇକେଲ ଆରୋହୀ ମୃତ

January 8, 2026

IPAC କାର୍ଯ୍ୟାଳୟରେ ED ର ଚଢାଉ: ମମତା ବାନାର୍ଜୀ ଏବଂ ବିଜେପି ମଧ୍ୟରେ ମୁହାଁମୁହିଁ ପରିସ୍ଥିତି

January 8, 2026
Latest News

ବୋମା ଆତଙ୍କରେ ସମ୍ବଲପୁର, କଟକ ଓ ଦେବଗଡ, ବିଭାଗୀୟ ମୁଖ୍ୟମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

January 8, 2026

ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ, ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

January 8, 2026

୬ଟି ମ୍ୟାଚରେ ୫ଟି ଶତକ: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲେ ଭାରତୀୟ କ୍ରିକେଟର ଏହି ନୂଆ ତାରକା

January 8, 2026

ରାସ୍ତା କଡ଼କୁ ଖସି ମୋଟରସାଇକେଲ ଆରୋହୀ ମୃତ

January 8, 2026

ବାଂଲାଦେଶରେ ଝୁଲନ୍ତା ଅବସ୍ଥାରେ ମିଳିଲା ୧୨ ବର୍ଷୀୟା ହିନ୍ଦୁ ଛାତ୍ରୀଙ୍କ ମୃତଦେହ: ଦୁଇ ସନ୍ଦିଗ୍ଧ ଅଟକ

January 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.