Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଉତ୍କର୍ଷ ଓଡ଼ିଶା ୨୦୨୫, ମହିଳା ଉଦ୍ୟୋଗୀଙ୍କ ଆଲୋଚନା ଚକ୍ରରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଉତ୍କର୍ଷ ଓଡ଼ିଶା ୨୦୨୫, ମହିଳା ଉଦ୍ୟୋଗୀଙ୍କ ଆଲୋଚନା ଚକ୍ରରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

January 29, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଉତ୍କର୍ଷ ଓଡ଼ିଶା ୨୦୨୫
ଉତ୍କର୍ଷ ଓଡ଼ିଶା ୨୦୨୫, ମହିଳା ଉଦ୍ୟୋଗୀଙ୍କ ଆଲୋଚନା ଚକ୍ରରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଉତ୍କର୍ଷ ଓଡ଼ିଶା ୨୦୨୫: ଜୀବନର ଯେକୌଣସି କ୍ଷେତ୍ରରେ ସଫଳ ମହିଳାମାନଙ୍କୁ ସେମାନଙ୍କ ପୁରୁଷ ପ୍ରତିପକ୍ଷଙ୍କ ସହିତ ସମକକ୍ଷ ହେବା ଆନନ୍ଦର ବିଷୟ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ କୃଷି କ୍ଷେତ୍ରରେ କାମ କରିବା ଠାରୁ ଆରମ୍ଭ କରି କେବଳ ଯାତ୍ରୀବାହୀ ବିମାନ ନୁହେଁ ବରଂ ଯୁଦ୍ଧ ବିମାନ ଉଡ଼ାଇବା, ମହାକାଶକୁ ରକେଟ୍‌ ଉଡ଼ାଇବା, କ୍ରୀଡ଼ା କ୍ଷେତ୍ର ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ମହିଳାମାନେ ପ୍ରମାଣ କରିଛନ୍ତି ଯେ ପୁରୁଷମାନେ ଯାହା କରିପାରିବେ ମହିଳାମାନେ ମଧ୍ୟ ତାହା କରିପାରିବେ।

ମହିଳାମାନଙ୍କ ମଧ୍ୟରେ ଥିବା କ୍ଷମତା କିମ୍ବା ପ୍ରତିଭା ବିଷୟରେ କେବେ ସନ୍ଦେହ ନଥିଲା। ଏକମାତ୍ର ଅଭାବ ହେଉଛି ସଠିକ୍‌ ‘ସୁଯୋଗ’ । ମହିଳାମାନେ ବର୍ତ୍ତମାନ ପ୍ରଯୁକ୍ତିବିଦ୍ୟା ଏବଂ ଅର୍ଥନୀତି ଠାରୁ ଉତ୍ପାଦନ ଏବଂ ନବସୃଜନ ଶକ୍ତି ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ଅଗ୍ରଣୀ ଅଛନ୍ତି। ସଠିକ୍‌ ସୁଯୋଗ ମିଳିଲେ, ସେମାନେ କାମ କରିବାକୁ ବାଛିଥିବା ଯେକୌଣସି କ୍ଷେତ୍ରରେ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିପାରିବେ।

ଶ୍ରୀମତୀ ନିର୍ମଳା ସୀତାରମଣ କେନ୍ଦ୍ର ଅର୍ଥମନ୍ତ୍ରୀ ଭାବେ ତାଙ୍କର ୮ମ ଲଗାତାର ବଜେଟ୍‌ ଉପସ୍ଥାପନ କରିବାକୁ ଯାଉଛନ୍ତି ଯାହା ଏକ ରେକର୍ଡ । ଆମର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀଙ୍କର ମହିଳାମାନଙ୍କ କ୍ଷମତା ଏବଂ ପ୍ରତିଭା ଉପରେ ଥିବା ବିଶ୍ୱାସକୁ ଏହା ଦର୍ଶାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ଅବସର ରେ ରାଜ୍ୟରେ ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ରାଜ୍ୟରେ ଗୋଟିଏ ସ୍ୱତନ୍ତ୍ର ମହିଳା ଶିଳ୍ପ ପାର୍କ ଏବଂ ଇପିକଲରେ ମହିଳା ଉଦ୍ୟୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ସେଲ ପ୍ରତିଷ୍ଠା ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଆଜି ଉତ୍କର୍ଷ ଓଡ଼ିଶା – ମେକ୍‌ ଇନ୍‌ ଓଡ଼ିଶା ସମ୍ମିଳନୀ ୨୦୨୫ର ଦ୍ୱିତୀୟ ଦିବସରେ ମହିଳା ଉଦ୍ୟୋଗୀମାନଙ୍କ ଆଲୋଚନାଚକ୍ରରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଶିକ୍ଷା ହେଉଛି ମହିଳା ସଶକ୍ତୀକରଣର ଚାବିକାଠି। ଆଗାମୀ ବର୍ଷଗୁଡ଼ିକରେ, ମହିଳାମାନଙ୍କୁ ଉଦ୍ୟୋଗୀ ସଫଳତା ପାଇଁ ଆବଶ୍ୟକ ଦକ୍ଷତା ଏବଂ ଜ୍ଞାନ ପ୍ରଦାନ ପାଇଁ ବିଶେଷ କାର୍ଯ୍ୟକ୍ରମ ଗ୍ରହଣ କରାଯିବ। ବିଶ୍ୱବିଦ୍ୟାଳୟ ଏବଂ ବ୍ୟବସାୟିକ ବିଦ୍ୟାଳୟ ସହିତ ସହଯୋଗ କରି ଶିକ୍ଷାଗତ ଏବଂ ବ୍ୟବହାରିକ ବ୍ୟବସାୟ ଅଭିଜ୍ଞତା ପ୍ରଦାନ କରୁଥିବା ଛାତ୍ରବୃତ୍ତି, ଇଣ୍ଟର୍ନସିପ୍‌ ଏବଂ ନେତୃତ୍ୱ କାର୍ଯ୍ୟକ୍ରମ ପ୍ରଦାନ କରାଯିବ।

ରାଜ୍ୟ ସରକାର ଏକ ଜେଣ୍ଡର-ବଜେଟିଂ ପ୍ରସ୍ତୁତ କରୁଛନ୍ତି । ଚଳିତ ବଜେଟରେ, ରାଜ୍ୟର ମୋଟ ବଜେଟ ବ୍ୟବସ୍ଥା ମଧ୍ୟରୁ ୭୫ ହଜାର ୬୨୩ କୋଟି ଟଙ୍କା ଅର୍ଥାତ ମୋଟ ବଜେଟ୍‌ ଖର୍ଚ୍ଚର ୨୮.୫ ପ୍ରତିଶତ କେବଳ ରାଜ୍ୟର ମହିଳାମାନଙ୍କ ପାଇଁ ଖର୍ଚ୍ଚ କରିବା ପାଇଁ ସ୍ଥିର ହୋଇଛି।

ଓଡ଼ିଶାର ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ସୁଭଦ୍ରା ଯୋଜନା ଏକ ଯୁଗାନ୍ତକାରୀ କାର୍ଯ୍ୟକ୍ରମ । ଏହା ସେମାନଙ୍କୁ କ୍ଷୁଦ୍ର ବ୍ୟବସାୟ ଆରମ୍ଭ କରିବାରେ ସାହାଯ୍ୟ କରିବା ପାଇଁ ଆବଶ୍ୟକୀୟ ପାଣ୍ଠି ସୁବିଧା ଯୋଗାଇଦେବ ।

୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନରେ ମହିଳାମାନଙ୍କ ଯୋଗଦାନକୁ ସୁନିଶ୍ଚିତ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି । ମହିଳା ଉଦ୍ୟୋଗୀଙ୍କ ଅର୍ଥନୈତିକ ନେତୃତ୍ୱରେ ବିକଶିତ ଓଡ଼ିଶାର ସ୍ୱପ୍ନ ସାକାର ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାରତ ତଥା ବିଦେଶ ର ପ୍ରମୁଖ ମହିଳା ଉଦ୍ୟୋଗୀ ଡାଏନା ପିଚୋ, ଧରିତ୍ରୀ ପଟ୍ଟନାୟକ, ସ୍ୱିକୃତି ପଟ୍ଟନାୟକ, ସ୍ମିତା ଅଗ୍ରୱାଲ, ପ୍ରୀତି ବଜାଜ୍‌ ପ୍ରମୁଖଙ୍କ ସଂଘର୍ଷ ଓ ସଫଳତାର କାହାଣୀ ଶୁଣି ଭୂୟସୀ ପ୍ରଶଂସା କରିଥିଲେ । ଓଡ଼ିଶାକୁ ଶିଳ୍ପସମୃଦ୍ଧ ରାଜ୍ୟ ରୂପେ ଗଢ଼ିବା ପାଇଁ ମହିଳା ଉଦ୍ୟୋଗୀମାନଙ୍କର ପ୍ରମୁଖ ଯୋଗଦାନ ରହିବ ଏବଂ ସେଥି ପାଇଁ ଆବଶ୍ୟକୀୟ ପଦକ୍ଷେପ ସରକାର ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ପ୍ରାରମ୍ଭିକ ବକ୍ତବ୍ୟ ରଖି ସମସ୍ତ ମହିଳା ଉଦ୍ୟୋଗୀମାନଙ୍କୁ ସ୍ୱାଗତ ଜଣାଇଥିଲେ । ଶିଳ୍ପ ପ୍ରତିଷ୍ଠା ପାଇଁ ଓଡ଼ିଶା କିଭଳି ଭାବରେ ଏକ ସର୍ବୋତ୍କୃଷ୍ଟ ରାଜ୍ୟ ଏବଂ ଏଥି ପାଇଁ ରାଜ୍ୟ ସରକାର ଗ୍ରହଣ କରୁଥିବା ସମସ୍ତ ପଦକ୍ଷେପ ବିଷୟରେ ସେ ଆଲୋଚନା କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଆକ୍ୟୁ-ଲ ର ମ୍ୟାନେଜିଂ ପାର୍ଟନର ସୁଚରିତା ବାସୁ ଆଲୋଚନାରେ ଉପସ୍ଥିତ ଥିଲେ। ଅନ୍ତିମ ପର୍ଯ୍ୟାୟରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୋଭା ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ।

Make in Odisha make in odisha conclave ଉତ୍କର୍ଷ ଓଡିଶା ୨୦୨୫ ମେକ ଇନ ଓଡିଶା ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ପୁଅକୁ ବଞ୍ଚାଇବାକୁ ଯାଇ ମହାନଦୀରେ ଭାସିଗଲେ ବାପା

August 2, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

Nasha Mukt Yuva: ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

August 2, 2026

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ ମନ୍ଦିରରେ କରିବେ ପୂଜାଅର୍ଚ୍ଚନା

August 2, 2026
Latest News

ପୁଅକୁ ବଞ୍ଚାଇବାକୁ ଯାଇ ମହାନଦୀରେ ଭାସିଗଲେ ବାପା

August 2, 2026

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ: ୧୪ ମୃତ

August 2, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.