Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟର ସ୍ଵାର୍ଥ ପାଇଁ ବିଧାନସଭାରେ ବିଜେଡି ଦୃଢ଼ ସ୍ୱର ଉଠାଇବ: ବିଧାୟକ ଦଳ ବୈଠକରେ କହିଲେ ନବୀନ
ବିଶେଷ ଖବର

ରାଜ୍ୟର ସ୍ଵାର୍ଥ ପାଇଁ ବିଧାନସଭାରେ ବିଜେଡି ଦୃଢ଼ ସ୍ୱର ଉଠାଇବ: ବିଧାୟକ ଦଳ ବୈଠକରେ କହିଲେ ନବୀନ

February 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସଭାପତିତ୍ୱରେ ଶଙ୍ଖ ଭବନରେ ଆଜି ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଲେ ଯେ, ଡବଲ ଇଞ୍ଜିନ ସରକାର ଆଠ ମାସ ହେଲା ଦାୟିତ୍ୱ ନେଲଣି, କିନ୍ତୁ ତାଙ୍କ ଦୃଷ୍ଟିଭଙ୍ଗୀ ଓ କାର୍ଯ୍ୟଧାରାରେ ଓଡିଶା ତଥା ଓଡିଶା ବାସୀଙ୍କ ସ୍ୱାର୍ଥର ସୁରକ୍ଷା ପ୍ରତିଫଳିତ ହେଉ ନାହିଁ। କେନ୍ଦ୍ର ବଜେଟ ଠାରୁ ଆରମ୍ଭ କରି ରେଳ ବଜେଟ, ପୋଲାବରମ, ମହାନଦୀ, ପୂର୍ବତଟ ରେଳ, ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଆଦି ବିଭିନ୍ନ କ୍ଷେତ୍ରରେ ଓଡିଶାର ସ୍ୱାର୍ଥ ଉପେକ୍ଷିତ।

ସେହିପରି ଧାନ ସଂଗ୍ରହ ପ୍ରକ୍ରିୟା, ଅଦିନିଆ ବର୍ଷା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ, ଆର୍ଥିକ କୁପରିଚାଳନା ତଥା ମିଶନ ଶକ୍ତି ଗୋଷ୍ଠୀଙ୍କ ସମସ୍ୟା ଆଇନ ଶୃଙ୍ଖଳା ଆଦି ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଅପାରଗତା ଜନ ଅସନ୍ତୋଷ ସୃଷ୍ଟି କରିଛି ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ।

ତେଣୁ ଏକ ଦାୟିତ୍ୱ ପୂର୍ଣ୍ଣ ବିରୋଧୀ ଦଳ ଭାବରେ ବିଜେଡି ଓଡିଶା ଓ ଓଡିଶା ବାସୀଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ବିଜେଡି ବିଧାନସଭାରେ ଦୃଢ଼ ସ୍ୱର ଉଠାଇବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ବିଧାୟକ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ରାଜା ସ୍ୱାଇଁ, ବିଧାୟକ ଅରୁଣ ସାହୁ, ବିଧାୟକ ଅରବିନ୍ଦ ମହାପାତ୍ର, ବିଧାୟକ ଗୌତମ ବୁଦ୍ଧ ଦାସ, ବିଧାୟକ ଗଣେଶ୍ୱର ବେହେରା, ଧାୟକ ଦିବ୍ୟଶଙ୍କର ମିଶ୍ର ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ।

ନବୀନ ପଟ୍ଟନାୟକ ବିଧାୟକ ଦଳ ବୈଠକ ଶଙ୍ଖ ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

୩୦ ଦିନ ଜେଲରେ ରହିଲେ ପଦରୁ ହଟିବେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ: ହଇଚଇ ସୃଷ୍ଟି କରିବ ଏହି ବିଲ

July 5, 2026

ସିଜି ସେମି ଆଉଟସୋର୍ସଡ୍ ସେମିକଣ୍ଡକ୍ଟର ଆସେମ୍ବଲି ଏବଂ ଟେଷ୍ଟ ସୁବିଧାକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

July 5, 2026

ଡ୍ରେନରେ ଭାସି ନିଖୋଜ : ଉଦ୍ଧାର କାର୍ଯ୍ୟ ସ୍ଥଗିତ

July 5, 2026

ବଦଳି, ଶେଷ ଫୋନ୍ କଲ୍ ଓ ରହସ୍ୟମୟ ମୃତ୍ୟୁ: ବିୟୁଟି ମହାନ୍ତି ମୃତ୍ୟୁ ଘଟଣାରେ ବଢ଼ୁଛି ପ୍ରଶ୍ନ

July 4, 2026
Latest News

୩୦ ଦିନ ଜେଲରେ ରହିଲେ ପଦରୁ ହଟିବେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ: ହଇଚଇ ସୃଷ୍ଟି କରିବ ଏହି ବିଲ

July 5, 2026

ପ୍ରାୟ ୧.୦୬ ଲକ୍ଷ କୋଟି ମୂଲ୍ୟର ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

July 5, 2026

ସିଜି ସେମି ଆଉଟସୋର୍ସଡ୍ ସେମିକଣ୍ଡକ୍ଟର ଆସେମ୍ବଲି ଏବଂ ଟେଷ୍ଟ ସୁବିଧାକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

July 5, 2026

ଦ୍ୱିତୀୟ ଟି-୨୦ରେ ଜାକବ୍ ବେଥେଲ୍‌ଙ୍କ ବିସ୍ଫୋରକ ପାଳି: ଇଂଲଣ୍ଡଠାରୁ ଭାରତର ଲଜ୍ଜାଜନକ ପରାଜୟ

July 5, 2026

ଆଜି ଜୁଲାଇ ୫ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ, ଜାଣନ୍ତୁ ରାଶିଫଳ

July 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.