Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଉଦଳାଠାରେ ୩୭୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଉଦଳାଠାରେ ୩୭୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

March 1, 2025No Comments4 Mins Read
Share Facebook Twitter LinkedIn Email WhatsApp Copy Link
ଉଦଳା
ଉଦଳାଠାରେ ୩୭୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୟୂରଭଞ୍ଜର କପ୍ତିପଦା ଉପଖଣ୍ଡ ପାଇଁ ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗ ପକ୍ଷରୁ ପ୍ରାୟ ୧୦୦ କୋଟି ଟଙ୍କା ବିନିଯୋଗରେ ୫୨ ଗୋଟି ପ୍ରକଳ୍ପର ଶୁଭ ଉଦଘାଟନ ଏବଂ ପ୍ରାୟ ୨୭୫ କୋଟି ଟଙ୍କା ବିନିଯୋଗରେ ୧୦୬ ଟି ପ୍ରକଳ୍ପର ଭିତ୍ତିପ୍ରସ୍ଥର ସ୍ଥାପନ ଏହି ଜିଲ୍ଲା ପାଇଁ ଏକ ଗର୍ବ ଏବଂ ଗୌରବର ବିଷୟ ଏବଂ ରାଜ୍ୟର ବିକାଶରେ ଏହା ଗୋଟିଏ ନୂତନ ଫର୍ଦ୍ଦ ଯୋଡିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉଦଳାର ପାଟପୁର ଅଂଚଳରେ ଆୟୋଜିତ ‘ବିକାଶ ପଥେ ମୟୂରଭଞ୍ଜ’ କାର୍ଯ୍ୟକ୍ରମରେ ଯୋଗଦାନ କରି କହିଛନ୍ତି ।

ଏହି ପରିପ୍ରେକ୍ଷୀରେ କପ୍ତିପଦା ଉପଖଣ୍ଡରେ ସମୁଦାୟ ୩୭୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ସମସ୍ତ ପ୍ରକଳ୍ପ କପ୍ତିପଦା ଉପଖଣ୍ଡ ପାଇଁ ନୂତନ ବିକାଶର ଧାରା ସୃଷ୍ଟି କରିବା ସହିତ ବିକଶିତ ଓଡିଶା ଗଠନ କରିବା ପାଇଁ ଅଗ୍ରଣୀ ଭୂମିକା ଗ୍ରହଣ କରିବ।

ସୂଚନା ଥାଉକି, ଏହି ପ୍ରକଳ୍ପ ମାନଙ୍କ ମଧ୍ୟରେ ଅଙ୍ଗନବାଡି କେନ୍ଦ୍ର, ଜଳାଶୟ ଉନ୍ନତିକରଣ, ଜନ ସେବା କେନ୍ଦ୍ର, ଜନ ସ୍ୱାସ୍ଥ୍ୟ କେନ୍ଦ୍ର, ସମବାୟ ସଂସ୍ଥା ଆଦି ଅନେକ ପ୍ରକଳ୍ପ ଜନସାଧାରଣଙ୍କ ନିମନ୍ତେ ଉତ୍ସର୍ଗୀକୃତ ହେବ । ବିଶେଷ ଭାବରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ମନ୍ଦିର ଓ ବାଥୁଡି ସମ୍ପ୍ରଦାୟ ପାଇଁ ଗୋଟିଏ କମ୍ୟୁନିଟି ସେଣ୍ଟର ମଧ୍ୟ ମୁଖ୍ୟମନ୍ତ୍ରୀ ଶୁଭ ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି।

ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଉଦଳା ସହିତ ମୋର ସମ୍ପର୍କ ଅତି ନିବିଡ଼ ଓ ନିଆରା। ବିଧାୟକ ହେବା ପୂର୍ବରୁ ମଧ୍ୟ ଏଇ ମାଟି ସହିତ ମୋର ଅତି ଘନିଷ୍ଠ ସମ୍ପର୍କ ରହିଛି । ଏହି ମାଟିର ଭାଷା, ସଂସ୍କୃତି, ପରମ୍ପରା ସହିତ ମୁଁ ଓତଃପ୍ରୋତ ଭାବେ ଜଡିତ। ମୟୂରଭଞ୍ଜକୁ ମୋର ଦ୍ଵିତୀୟ ଘର କହିଲେ ଅତ୍ୟୁକ୍ତି ହେବ ନାହିଁ। ଏ ମାଟିର ମୂଳ ଓ ସ୍ଥାୟୀ ଅଧିବାସୀ ଭାବରେ ଗଣ୍ୟ ଆଦିବାସୀ ସଂପ୍ରଦାୟଙ୍କ ଲୋକ କଳା, ଚଳଣି ଓ ପରମ୍ପରା ଅତି ସମୃଦ୍ଧ । ଓଡିଶାର କଳା ଓ ସଂସ୍କୃତିକୁ ଆଦିବାସୀ ସଂସ୍କୃତି ହିଁ ଉଜ୍ଜ୍ୱଳ କରିଛି । ଓଡିଶାର କଳା ଜଗତକୁ ମୟୂରଭଞ୍ଜ ଜିଲ୍ଲାର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି । ମୟୂରଭଞ୍ଜର ଛଉ ନୃତ୍ୟ ବିଶ୍ୱ ପ୍ରସିଦ୍ଧ । ଅନେକ ଆଦିବାସୀ ନୃତ୍ୟ କଳା ଓ ସଂଗୀତ ମଧ୍ୟ ଓଡିଶା ମାଟିକୁ ସମୃଦ୍ଧ କରିଛି ।

ସେ କହିଥିଲେ ଯେ ଆଜି ଆମ ରାଜ୍ୟ ଓଡିଶା ଏକ ନୂତନ ବିକାଶ ପଥର ଯାତ୍ରୀ ହୋଇଛି । ଗତ ପ୍ରାୟ ଅଢେଇ ଦଶନ୍ଧି ଧରି ବିକାଶ ନାଁରେ ଏକ ପ୍ରକାର ଭଣ୍ଡାମି ଚାଲିଥିଲା, କେବଳ ଇଭେଣ୍ଟ ମ୍ୟାନେଜମେଣ୍ଟ କରି ବିକାଶର ଡିଣ୍ଡିମ ପିଟୁଥିଲେ। କିନ୍ତୁ, ଆଜି ଆପଣଙ୍କ ସରକାର ଆପଣଙ୍କ ଉନ୍ନତି ପାଇଁ ଅନେକ ବିକାଶମୂଳକ କାର୍ଯ୍ୟ କରିଛନ୍ତି, ଯେପରିକି ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, ମାଧୋ ସିଂ ଛାତ୍ରବୃତ୍ତି ଯୋଜନା, ଆୟୁଷ୍ମାନ ଭାରତ- ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ନୂତନ ଶିକ୍ଷାନୀତି ପରି ଯୋଜନା। ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ଜଗନ୍ନାଥ ଦର୍ଶନ ସେବା, ମଡେଲ ମଣ୍ଡି ପରି ନୂତନ ଯୋଜନାର ପରିକଳ୍ପନା କରାଯାଇଛି।

ଆଜି ଆମ ସରକାର କ୍ଷମତାକୁ ଆସିବାର ପ୍ରାୟ ୯ ମାସ ହୋଇ ସାରିଛି। ଏହି ସ୍ୱଳ୍ପ ଦିନରେ ଆମ ସରକାର ପ୍ରକୃତରେ ଲୋକଙ୍କ ସରକାରର ମାନ୍ୟତା ଲାଭ କରିଛି । ଆଜି ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ ଓ ନିର୍ବାଚିତ ଲୋକପ୍ରତିନିଧି ସିଧାସଳଖ ଭାବରେ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ଓ ପ୍ରତିବିଧାନର ପ୍ରୟାସ କରୁଛନ୍ତି । ଆମେ ରାଜ୍ୟ ରାଜଧାନୀ ଭୁବନେଶ୍ୱରରେ ଜନ ଶୁଣାଣି କରୁଛୁ। ଭବିଷ୍ୟତରେ ରାଜ୍ୟର ବିଭିନ୍ନ ସ୍ଥାନରେ ଏଭଳି ଶୁଣାଣି କରିବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଥିଲେ।

ସେ ପୁଣି କହିଥିଲେଯେ ୨୦୩୬ ସୁଦ୍ଧା ଏକ ସମୃଦ୍ଧ ଓଡିଶା ଗଠନ ପାଇଁ ଆମର ଜୋର‍ଦାର ଉଦ୍ୟମ ଆରମ୍ଭ ହୋଇଛି । ଦେଶ ଓ ରାଜ୍ୟର ଏହି ମହାନ୍ ଲକ୍ଷ୍ୟ ପୂରଣରେ ମୟୂରଭଞ୍ଜର ମଧ୍ୟ ବିଶେଷ ଭୂମିକା ରହିବ । ସେହି ସ୍ଵପ୍ନକୁ ବାସ୍ତବତାର ରୂପ ଦେବାପାଇଁ “ସବକା ସାଥ, ସବକା ବିକାଶ, ସବକା ବିଶ୍ୱାସ, ସବକା ପ୍ରୟାସ” ଧାରାରେ ସାଥି ହୋଇ ବିଶ୍ୱାସର ସେତୁ ବନ୍ଧ ତିଆରି କରିବା ପାଇଁ ଆହ୍ୱାନ ଦେଇଥିଲେ ।

ସେ ପୁଣି କହିଥିଲେ ସମସ୍ତଙ୍କ ପ୍ରୟାସରେ ସମୃଦ୍ଧ ଓଡିଶା ଗଠନ ହେବ। ବିକଶିତ ଭାରତ ଗଠନ ହେବ । ଶିକ୍ଷା, ସ୍ୱାସ୍ଥ୍ୟ, ଭିତ୍ତିଭୂମି, କୃଷି, ଶିଳ୍ପ, ପୁଞ୍ଜିନିବେଶ ଓ ରୋଜଗାର ଉପରେ ଗୁରୁତ୍ୱ ଦେଲେ ହିଁ ବିକଶିତ ଓଡ଼ିଶାର ସ୍ଵପ୍ନ ସମ୍ଭବ ହୋଇପାରିବ। ଓଡ଼ିଶାର ସାଧାରଣ ଲୋକଙ୍କ ଜୀବନ ଧାରଣର ମାନରେ ଗୁଣାତ୍ମକ ପରିବର୍ତ୍ତନ ଆମ ସମସ୍ତଙ୍କର ଧ୍ୟେୟ ହେବା ଉଚିତ୍ ।

ଏହି କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀ ଶ୍ରୀ ନାଏକ ଓ ଉପସ୍ଥିତ ସମସ୍ତ ସାଂସଦ, ବିଧାୟକ, ଅଧିକାରୀ ଏବଂ ଜନସାଧାରଣ ମୟୂରଭଞ୍ଜ ମାଟିର ସନ୍ତାନ ତଥା କିମ୍ବଦନ୍ତୀ ଓଡ଼ିଆ ସିନେ ଅଭିନେତା ସ୍ୱର୍ଗତଃ ଉତ୍ତମ ମହାନ୍ତିଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ୧ ମିନିଟ ନିରବ ପ୍ରାର୍ଥନା କରିଥିଲେ ଓ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ମହାନ୍ତିଙ୍କ ବିୟୋଗକୁ ରାଜ୍ୟର କଳା ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦଳା ଅଂଚଳର ହୀରା ସିଂ ଓ ଗଣେଶ୍ୱର ସିଂ ଙ୍କୁ ସରକାରଙ୍କର ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ପକ୍ଷରୁ ଏକ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିଥିଲେ।

ମାନ୍ୟବର ମନ୍ତ୍ରୀ, ପଞ୍ଚାୟତରାଜ ଓ ପାନୀୟଜଳ ବିଭାଗ, ଶ୍ରୀ ରବି ନାରାୟଣ ନାଏକ କହିଥିଲେ ଯେ ଆମ ସରକାରଙ୍କ ଉଦ୍ଦେଶ୍ୟ, ବିକାଶ ପ୍ରତ୍ୟେକ ଗାଁକୁ ଯିବ ଏବଂ ପ୍ରତ୍ୟେକ ଗାଁର ପ୍ରତ୍ୟେକ ଗରିବ ଘରେ ବିକାଶର ଜ୍ୟୋତି ଜଳିବ। ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନା ମାଧ୍ୟମରେ ପ୍ରତିଟି ଘରକୁ ପକ୍କା ଘର ଓ ସ୍ୱଚ୍ଛ ପାନୀୟ ଜଳ ଯୋଗାଇ ଦିଆଯିବ। ଏହି ଲୋକପ୍ରିୟ ସରକାର ଆଜି ଏହି ଅଳ୍ପ ଦିନରେ ପ୍ରତ୍ୟେକ ଗରିବ ମୁହଁରେ ହସ ଫୁଟାଇ ପାରିଛନ୍ତି ଏବଂ ଆଗକୁ ମଧ୍ୟ ଏହି ଧାରା ଜାରି ରହିବ ।

ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ଶ୍ରୀମତୀ ମମତା ମହାନ୍ତ, ବିଧାୟକ ବାରିପଦା ଶ୍ରୀ ପ୍ରକାଶ ସୋରେନ, ବିଧାୟକ ବଡ଼ସାହି ଶ୍ରୀ ସନାତନ ବିଜୁଳି, ବିଧାୟକ ସାରସକଣା ଶ୍ରୀ ଭାଦବ ହାଁସଦା, ବିଧାୟକ ବଙ୍ଗିରିପୋଷି କୁମାରୀ ସଞ୍ଜଳୀ ମୁର୍ମୁ, ବିଧାୟକ ପାଟଣା, ଅଖିଳ ଚନ୍ଦ୍ର ନାୟକ, ଏବଂ ବିଧାୟକ ତେଲକୋଇ ଡଃ ଫକୀର ମୋହନ ନାଏକ ଉଦବୋଧନ ଦେଇ ମୟୂରଭଞ୍ଜର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଅବଦାନକୁ ଅଶେଷ ପ୍ରଶଂସା କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ଉଦଳା ବିଧାୟକ ଶ୍ରୀ ଭାସ୍କର ମଢେଇ ସ୍ୱାଗତ ଭାଷଣ ଦେଇଥିବା ବେଳେ ମୟୂରଭଞ୍ଜ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ ଧନ୍ୟବାଦ ଦେଇଥିଲେ।

ଉଦଳା ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ବଜେଟ ପୂର୍ବରୁ କୃଷି ମନ୍ତ୍ରଣାଳୟର ଗୁରୁତ୍ୱପୂର୍ଣ୍ଣ ବୈଠକ, ରାଜ୍ୟଗୁଡ଼ିକୁ ଦିଆଗଲା ବଡ ନିର୍ଦ୍ଦେଶ

January 11, 2026
Latest News

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.