Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଧାନସଭା ଆରମ୍ଭ ହେବା ମାତ୍ରେ ଗୃହରେ ହାଙ୍ଗାମା, ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢିଗଲେ ବିରୋଧୀ
ବିଶେଷ ଖବର

ବିଧାନସଭା ଆରମ୍ଭ ହେବା ମାତ୍ରେ ଗୃହରେ ହାଙ୍ଗାମା, ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢିଗଲେ ବିରୋଧୀ

March 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Assembly
ବିଧାନସଭା ଆରମ୍ଭ ହେବା ମାତ୍ରେ ଗୃହରେ ହାଙ୍ଗାମା, ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢିଗଲେ ବିରୋଧୀ

ଭୁବନେଶ୍ବର: ଆଜି ବଜେଟ ଅଧିବେସନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହେବା ମାତ୍ରେ ଆରମ୍ଭ ହୋଇଥିଲା ହଟ୍ଟଗୋଳ। ବିରୋଧୀ କଂଗ୍ରେସ ଓ ବିଜେଡି ଗୃହ ମଧ୍ୟ ଭାଗକୁ ଆସି ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢିବାକୁ ଚେଷ୍ଠା କରିଥିଲେ। ସଦସ୍ୟମାନେ ବିଭିନ୍ନ ପ୍ଲାକାର୍ଡ ହାତରେ ଧରି ଗୃହ ମଧ୍ୟ ଭାଗରେ ହାଙ୍ଗାମା କରିଥିଲେ। ଫଳରେ ବାଚସ୍ପତି ଗୃହକୁ ଦୁଇଥର ମୁଲତବି ରଖିଛନ୍ତି।

ଆଜି ଗୃହରେ ବିରୋଧୀ ବିଜେଡି ବିଜୁ ବାବୁଙ୍କ ପ୍ରତି ରାଜ୍ୟ ସରକାରଙ୍କ ଅସମ୍ମାନ ପ୍ରସଂଗରେ ସରକାରୀ ଦଳକୁ ଘେରିଥିଲେ। ବିଜୁବାବୁଙ୍କ ପ୍ରତିମୂର୍ତ୍ତି ଭାଙ୍ଗିବା ଏବଂ ପଞ୍ଚାୟତିରାଜ ଦିବସ ଘୁଞ୍ଚାଇବା ପ୍ରଭୃତି ପ୍ରସଂଗ ଗୃହରେ ଉତଥାପନ କରି ହଟ୍ଟଗୋଳ କରିଥିଲେ। ବାଚସ୍ପତି ଗୃହକୁ ପ୍ରଥମେ ଦିନ 12 ଟା ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ। ଏହାପରେ ବିଜେଡି ସଦସ୍ୟଗଣ ବିଧାନସଭା ପରିସରରେ ଥିବା ଗାନ୍ଧି ମୂର୍ତ୍ତି ତଳେ ଧାରଣରେ ବସିଥିଲେ।

ସେହିପରି କଂଗ୍ରେସ ସଦସ୍ୟଗଣ ରାଜ୍ୟରେ ନାରୀ ନିର୍ଯ୍ୟାତନା ବୃଦ୍ଧି ନେଇ ହାଙ୍ଗାମା କରିଥିଲେ। ସଦସ୍ୟଗଣ ହାତରେ ପ୍ଲାକାର୍ଡ ଧରି ଗୃହ ମଧ୍ୟରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏପରିକି କଂଗ୍ରେସ ସଦସ୍ୟ ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢିବାକୁ ଚେଷ୍ଠା କରିଥିଲେ। ବାଚସ୍ପତି ସେମାନଙ୍କୁ ବୁଝାଇବାକୁ ଚେଷ୍ଠା କରିଥିଲେ ମଧ୍ୟ କେହି ଶୁଣି ନ ଥିଲେ। ଫଳରେ ବାଚସ୍ପତି ଗୃହକୁ ଦିନ 12 ଟା ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ।

ଏହାପରେ ଦିନ 12 ଟା ବେଳେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ହେଲେ ପରିସ୍ଥିତିରେ କୌଣସି ସୁଧାର ଆସି ନ ଥିଲା। ପୂର୍ବ ପରି ସଦସ୍ୟଗଣ ସେହି ସମାନ ପ୍ରସଂଗରେ ଗୃହ ମଧ୍ୟ ଭାଗକୁ ଆସି ବିକ୍ଷୋଭ କରିଥିଲେ। ପୁଣି ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢିବାକୁ ଚେଷ୍ଠା କରିଥିଲେ। ଫଳରେ ବାଚସ୍ପତି ପୁଣି ଥରେ ଅପରାହ୍ନ 4 ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।

odisha assembly ଓଡିଶା ବିଧାନସଭା ବିଧାନସଭାରେ ହଟ୍ଟଗୋଳ
Share. Facebook Twitter LinkedIn Email WhatsApp Copy Link

Related Posts

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

MMDR ଆଇନ ପ୍ରତ୍ୟାହାର ଦାବୀରେ ଇଣ୍ଡିଆ ମେଣ୍ଟର ଧାରଣା

August 26, 2026

ବେଆଇନ ଗଞ୍ଜେଇ ଚାଲାଣ ବେଳେ ଚଢ଼ାଉ: ଦୁଇ କାର୍ ସହ ୬୮ କେଜି ଗଞ୍ଜେଇ ଜବତ

August 26, 2026

କଲେଜରେ ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ: ୧୦ ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେଲା ପାଇଲଟ୍ ପ୍ରକଳ୍ପ

August 26, 2026
Latest News

ରାଜଧାନୀ ଏକ୍ସପ୍ରେସରେ ଚଢାଉ: ଜବତ ହେଲା ମିଆଦ ଶେଷ ହୋଇଥିବା ପୋହା ଏବଂ ଉପମା

August 26, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.