Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମହିଳାଙ୍କୁ ନେଇ ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ କଥା କଟାକଟି, ଜାଣନ୍ତୁ କିଏ କଣ କହିଲେ
ବିଶେଷ ଖବର

ମହିଳାଙ୍କୁ ନେଇ ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ କଥା କଟାକଟି, ଜାଣନ୍ତୁ କିଏ କଣ କହିଲେ

March 8, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମହିଳାଙ୍କୁ ନେଇ ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ କଥା କଟାକଟି, ଜାଣନ୍ତୁ କିଏ କଣ କହିଲେ

ଭୁବନେଶ୍ବର: ଆଜି ମହିଳା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଧ୍ୟରେ କଥା କଟାକଟି ହୋଇଛି। ସୁଭଦ୍ରା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ବଡ ସଫଳତା ବୋଲି କହୁଥିବା ବେଳେ ନବୀନ ଏହାକୁ ସମାଲୋଚନା କରିଛନ୍ତି। ଯାହାକୁ ନେଇ ରାଜ୍ୟ ରାଜନୀତିରେ ବେଶ ଚର୍ଚ୍ଚା ଚାଲିଛି।

ଆଜି ବ୍ରହ୍ମପୁରରେ ରାଜ୍ୟ ସରକାରଙ୍କ ତରଫରୁ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ପ୍ରଦାନ କରାଯାଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗଦେଇ ଏହି ଟଙ୍କା ପ୍ରଦାନ କରିଥିଲେ। ଏହି ଅବସରରେ ସେ ବିରୋଧୀ ଦଳକୁ ସମାଲୋଚନା କରିଥିଲେ। ସେ କହିଥିଲେ ଯେ, ସୁଭଦ୍ରା ଯୋଜନାର ସଫଳତା ନେଇ ବିରୋଧୀ ହଜମ କରିପାରୁ ନାହଁନ୍ତି। ସେମାନଙ୍କୁ ହଜମ ଗୁଳି ଦରକାର ବୋଲି ତାତ୍ସଲ୍ୟ କରିଥିଲେ।

ସେ କହିଥିଲେ ଯେ, ଯେଉଁମାନେ ପଚାରୁଛନ୍ତି ଯେ ଆମ ସରକାର ୯ ମାସରେ କ’ଣ କରିଛି, ସେମାନଙ୍କୁ କୁହନ୍ତୁ ଯେ ୨୪ ବର୍ଷରେ ଯେଉଁ ସରକାର ମହିଳାଙ୍କ ପାଇଁ କେବଳ ସ୍ଲୋଗାନ ଦେଉଥିଲେ, ମୋହନ ସରକାର କ୍ଷମତାକୁ ଆସିବାର ମାତ୍ର ୨୪ ମିନିଟ ମଧ୍ୟରେ ଐତିହାସିକ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନେଇଥିଲେ ଏବଂ ଖୁସିର ବିଷୟ ଯେ ତିନିମାସ ମଧ୍ୟରେ କାର୍ଯ୍ୟ ଆରମ୍ଭ କରି ଆଜି ୯ ମାସ ମଧ୍ୟରେ ଏକ କୋଟିରୁ ଅଧିକ ମହିଳାଙ୍କୁ ସୁଭଦ୍ରାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି।

ସେ କହିଥିଲେ ଯେ, ସେମାନେ ବିଶ୍ୱାସ କରି ପାରୁନାହାନ୍ତି ଯେ ଚାଷୀଙ୍କୁ ୨୪ ବର୍ଷ ରେ MSP ଠାରୁ କିଛି ଅଧିକ ଟଙ୍କା ଦେଇ ପାରିଲେ ନାହିଁ , କିନ୍ତୁ ଏ ନୂଆ ସରକାର କିପରି ଭାବେ ୨୪ ମିନିଟରେ କୁଇଣ୍ଟାଲ ପିଛା ୧୦୦ ନୁହେଁ, ୮୦୦ ଟଙ୍କା ଦେବା ପାଇଁ ନିଷ୍ଫତ୍ତି ନେଇଗଲେ।୨୪ ବର୍ଷ ଧରି ଆପଣ ଯାହା କରିବାକୁ ଚିନ୍ତା କରିପାରି ନ ଥିଲେ ଆମେ ତାକୁ କାର୍ଯ୍ୟରେ ପରିଣତ କରିଛୁ। ଗରିବ ପରିବାରଙ୍କ କନ୍ୟା ସନ୍ତାନ ବିବାହ ଏବଂ ରାଜ୍ୟର ଗରିବ ଜନସାଧାରଣଙ୍କୁ ନିଃଶୁଳ୍କ ଜଗନ୍ନାଥ ଦର୍ଶନ କରାଇବାର ନିଷ୍ପତ୍ତି ମଧ୍ୟ ଆମେ ନେଇଛୁ।

ତେବେ ଶଙ୍ଖ ଭବନରେ ମହିଳା ଦିବସରେ ଯୋଗଦେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରଙ୍କୁ ସମାଲୋଚନା କରିଥିଲେ। ସେ କହିଥିଲେ ଯେ, ରାଜ୍ୟ ସରକାର ସୁଭଦ୍ରା ଯୋଜନା ନେଇ ବେଶ ପ୍ରଚାର କରୁଛନ୍ତି। ହେଲେ ସେମାନେ ମହିଳାଙ୍କୁ ଦିନକୁ ମାତ୍ର 27 ଟଙ୍କା ଦେଉଛନ୍ତି। ଏହି ଟଙ୍କାରେ ମହିଳାମାନେ କଣ କରିବେ ବୋଲି ନବୀନ ପ୍ରଶ୍ନ କରିଛନ୍ତି। ଏହାକୁ ନେଇ ରାଜ୍ୟ ରାଜନୀତିରେ ବେଶ ଚର୍ଚ୍ଚା ଚାଲିଛି।

ଅନ୍ତର୍ଜାତୀୟ ମହିଳା ଦିବସ ମହିଳା ଦିବସ ସୁଭଦ୍ରା ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ହିଂସାକାଣ୍ଡ ମାମଲା: ମୁଖ୍ୟ ଅଭିଯୁକ୍ତ ସମେତ ଦୁଇ ବାଳ ଅପରାଧୀ ଗିରଫ

September 18, 2026

ସୋଆ ଆଇଡିଏସ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

September 17, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ନିଜ ଗ୍ରାମରେ ଦୀପଦାନ କଲେ ଆଇନମନ୍ତ୍ରୀ

September 17, 2026

ଆଶୀର୍ବାଦର ଦୀପ- ରାଜ୍ୟର ୩୦ଟି ଜିଲ୍ଲାରେ ପ୍ରଜ୍ଜ୍ୱଳିତ ହେଲା ଏକ କୋଟି ଦୀପ

September 17, 2026
Latest News

‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 18, 2026

କୁକୁଡାଖଣ୍ଡି ହିଂସାକାଣ୍ଡ ମାମଲା: ମୁଖ୍ୟ ଅଭିଯୁକ୍ତ ସମେତ ଦୁଇ ବାଳ ଅପରାଧୀ ଗିରଫ

September 18, 2026

ସେପ୍ଟେମ୍ବର ୧୮ ତାରିଖ ଶୁକ୍ରବାରରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର, ଜାଣନ୍ତୁ ରାଶିଫଳ

September 18, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026

ଟିଏମସିର ନିର୍ବାଚନୀ ଚିହ୍ନ ଫ୍ରିଜ୍

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.