Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶାରେ ଅକ୍ଷୟ ଶକ୍ତି ପ୍ରକଳ୍ପ ପାଇଁ ଆସିବ ୧୧୯୧ କୋଟି ଟଙ୍କା ପୁଞ୍ଜି, ଅନୁମୋଦନ କଲେ ରାଜ୍ୟ ସରକାର
ବିଶେଷ ଖବର

ଓଡିଶାରେ ଅକ୍ଷୟ ଶକ୍ତି ପ୍ରକଳ୍ପ ପାଇଁ ଆସିବ ୧୧୯୧ କୋଟି ଟଙ୍କା ପୁଞ୍ଜି, ଅନୁମୋଦନ କଲେ ରାଜ୍ୟ ସରକାର

April 24, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
energy
ଓଡିଶାରେ ଅକ୍ଷୟ ଶକ୍ତି ପ୍ରକଳ୍ପ ପାଇଁ ଆସିବ ୧୧୯୧ କୋଟି ଟଙ୍କା ପୁଞ୍ଜି, ଅନୁମୋଦନ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ଅକ୍ଷୟ ଶକ୍ତି ନୀତି -୨୦୨୨ ଆଧାରରେ ଦଶମ ସିଙ୍ଗଲ୍ ୱିଣ୍ଡୋ କମିଟି (ଏସ୍‌.ଡ଼ବ୍ଳ୍ୟୁ.ସି)ର ବୈଠକ ଅନୁଷ୍ଠିତ ହୋଇ ଯାଇଛି।

ଏହି ବୈଠକରେ ୧୧୯୧.୪୭ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବକୁ ନୀତିଗତ ଅନୁମୋଦନ ପ୍ରାପ୍ତ ହୋଇଅଛି। ଏହା ସବୁଜଶକ୍ତି ପ୍ରକଳ୍ପ ସ୍ଥାପନ ଉଦେଶ୍ୟରେ ରାଜ୍ୟ ସରକାରଙ୍କ ଦୃଢ ପ୍ରତିବଦ୍ଧତାକୁ ଦର୍ଶାଉଅଛି।

ଏହି ଦଶମ ସିଙ୍ଗଲ୍ ୱିଣ୍ଡୋ କମିଟି ଦ୍ୱାରା ଅନୁମୋଦିତ ପ୍ରକଳ୍ପ ଗୁଡିକ ମଧ୍ୟରେ ରହିଛି ୯୫.୭ MW କ୍ଷମତାର ୨ଟି ପବନ ଶକ୍ତି ପ୍ରକଳ୍ପ, ୫୩.୯୭ MW କ୍ଷମତାର ୪ଟି ଭୂମି ଆଧାରିତ ସୌର ଶକ୍ତି ପ୍ରକଳ୍ପ ଓ ୦.୬ MWh କ୍ଷମତାର ପ୍ରଥମ ବ୍ୟାଟେରୀ ଷ୍ଟୋରେଜ୍ ପ୍ରକଳ୍ପ।

ଏହି ପ୍ରକଳ୍ପଗୁଡିକ ମାଧ୍ୟମରେ ଓଡ଼ିଶାରେ ଅକ୍ଷୟ ଶକ୍ତି ଉତ୍ପାଦନ ପାଇଁ ଥିବା ପ୍ରାକୃତିକ ସମ୍ଭାବନା ଗୁଡିକର ସଦବ୍ୟବହାର ହୋଇପାରିବ ତା ସଙ୍ଗେ ସଙ୍ଗେ ରାଜ୍ୟ ଅକ୍ଷୟ ଶକ୍ତି ନୀତି–୨୦୨୨ ଅନ୍ତର୍ଗତ ଲକ୍ଷ୍ୟଗୁଡ଼ିକ ପୂରଣ ପାଇଁ ମଧ୍ୟ ଏହା ସହାୟକ ହେବ।

ଏହି ଅବସରରେ ଶ୍ରୀ ବିଶାଲ କୁମାର ଦେବ, ସ୍ଥାୟୀ ଅର୍ଥନୈତିକ ପ୍ରଗତି ନିମନ୍ତେ ଅକ୍ଷୟ ଶକ୍ତିର ମହତ୍ୱ ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ। ପୁଞ୍ଜି ନିବେଶକୁ ସୁଗମ କରିବା ଏବଂ ଅନୁମୋଦିତ ପ୍ରକଳ୍ପ ଗୁଡିକର ଠିକ ସମୟରେ କାର‌୍ୟ୍ୟକାରିତା କୁ  ସୁନିଶ୍ଚିତ କରିବା ପାଇଁ ସରକାର ପ୍ରତିବଦ୍ଧ ବୋଲି ସେ କହିଥିଲେ।

ନବମ ସିଙ୍ଗଲ ୱିଣ୍ଡୋ କମିଟି ବୈଠକରେ ଅନୁମୋଦିତ ହୋଇଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ଏହି ବୈଠକରେ  ସମୀକ୍ଷା କରାଯାଇଥିଲା। ଏଥିରେ ରାଜ୍ୟ ଶକ୍ତି ବିଭାଗ, ଜଳ ସଂପଦ ବିଭାଗ, ରାଜସ୍ୱ ଓ ବିପର‌୍ୟ୍ୟୟ ପରିଚାଳନା ବିଭାଗ, ଗ୍ରିଡକୋ, ଓପିଟିସିଏଲ୍, ଓଏଚପିସି ତଥା ବିଦ୍ୟୁତ ବିତରଣ କମ୍ପାନୀ ସମୂହର ବିଭିନ୍ନ ବରିଷ୍ଠ ଅଧିକାରୀ ଙ୍କ ସମେତ ସର୍ବୋଚ୍ଚ ଯନ୍ତ୍ରୀ (ବୈଦ୍ୟୁତିକ) ପ୍ରମୁଖ ଅଂଶଗ୍ରହଣ କରିଥିଲେ।

ରାଜ୍ୟ ସରକାରଙ୍କ ସକ୍ରିୟ ନୀତି ଏବଂ ଶୃଙ୍ଖଳିତ ପ୍ରକ୍ରିୟା ଆଧାରରେ, ରାଜ୍ୟ ଶକ୍ତି ବିଭାଗର ସିଙ୍ଗଲ୍ ୱିଣ୍ଡୋ କମିଟି ଏବଂ ଅକ୍ଷୟ ଶକ୍ତି ନୋଡାଲ ଏଜେନ୍ସି ଗ୍ରିଡକୋ ମାଧ୍ୟମରେ, ଅକ୍ଷୟ ଶକ୍ତି କ୍ଷେତ୍ରରେ ପୁଞ୍ଜି ବିନିଯୋଗ ବଢିଛି ଏବଂ ଏକ ଅଧିକ ଆତ୍ମନିର୍ଭରଶୀଳ ଓଡିଶା ପାଇଁ ପଥ ପରିଷ୍କାର ହୋଇଚାଲିଛି। ଏ ଯାଏଁ, ଅକ୍ଷୟଶକ୍ତି କ୍ଷେତ୍ରରେ ମୋଟ ୧,୭୦୭.୫୬ ମେଗାୱାଟ କ୍ଷମତା ସଂପନ୍ନ ପ୍ରକଳ୍ପ ଲାଗି ୧୨,୩୮୭.୩୬ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପାଇଁ ସିଙ୍ଗଲ୍ ୱିଣ୍ଡୋ କମିଟି ନୀତିଗତ ଅନୁମୋଦନ ପ୍ରଦାନ କରିଛି।

Energy Renewable Energy solar energy ଅକ୍ଷୟ ଶକ୍ତି ସୌର ଶକ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Latest News

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.