Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଏଣିକି ଶିଶୁବାଟିକାରେ ନିଯୁକ୍ତ ହେବେ ‘ଶିଶୁ ସେବିକା’, ଜାଣନ୍ତୁ ସେମାନେ କରିବେ କଣ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଏଣିକି ଶିଶୁବାଟିକାରେ ନିଯୁକ୍ତ ହେବେ ‘ଶିଶୁ ସେବିକା’, ଜାଣନ୍ତୁ ସେମାନେ କରିବେ କଣ

June 29, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଏଣିକି ଶିଶୁବାଟିକାରେ ନିଯୁକ୍ତ ହେବେ ‘ଶିଶୁ ସେବିକା’, ଜାଣନ୍ତୁ ସେମାନେ କରିବେ କଣ

ଭୁବନେଶ୍ବର: ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ‘ଶିଶୁ ସେବିକା’ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା କାର୍ଯ୍ୟର ବୋଝ ହାଲ୍‍କା କରିବାରେ ସହାୟକ ହେବେ । ତେଣୁ ଶିକ୍ଷକମାନେ କେବଳ ଶିକ୍ଷା ଉପରେ ଦୃଷ୍ଟି କେନ୍ଦ୍ରୀତ କରିପାରିବେ । ଏହାଦ୍ୱାରା ପ୍ରାକ୍‍-ପ୍ରାଥମିକ ଶ୍ରେଣୀରେ ପିଲାଙ୍କ ଗୁଣାତ୍ମକ ଶିକ୍ଷାର ବିକାଶ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ନୂତନ ଜାତୀୟ ଶିକ୍ଷାନୀତି ଅନୁଯାୟୀ ରାଜ୍ୟର ୪୫ ହଜାର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ଠାରୁ ଶିଶୁବାଟିକା ଖୋଲାଯାଇଛି । ଏଥିରେ ୫ରୁ ୬ ବର୍ଷ ବୟସର ପିଲାମାନଙ୍କୁ ପ୍ରାକ୍‍-ପ୍ରାଥମିକ ଶିକ୍ଷା ପ୍ରଦାନ କରାଯାଉଛି । ଶିଶୁବାଟିକାରେ ପିଲାଙ୍କ ସଂଖ୍ୟାକୁ (Enrolment) ଦୃଷ୍ଟିରେ ରଖି ଆବଶ୍ୟକତା ଅନୁଯାୟୀ ଶିଶୁ ସେବିକା ନିଯୁକ୍ତି ନିଷ୍ପତ୍ତି ନିଆଯିବ ।

ଛୋଟ ପିଲାମାନଙ୍କୁ ଶ୍ରେଣୀଗୃହରେ ପରିଚାଳନା କରିବା, ସେମାନଙ୍କ ଜତ୍ନ ନେବା ଏକ ଗୁରୁ ଦାୟିତ୍ୱ । ଶିକ୍ଷକମାନଙ୍କ ଉପରେ ଏ ଦାୟିତ୍ୱ ରହିଲେ ଶିକ୍ଷା କାର୍ଯ୍ୟ ବ୍ୟାହତ ହେବ । ସାରା ରାଜ୍ୟରେ ବିଭିନ୍ନ ଶିଶୁବାଟିକାରେ ଏ ସମ୍ପର୍କିତ ଏକ ଅଧ୍ୟୟନରୁ (Situational Study of Sishu Vatikas across the state) ଜଣାଯାଇଛି ଯେ, ଶିକ୍ଷକମାନଙ୍କୁ ଅଣଶିକ୍ଷା କାର୍ଯ୍ୟରେ ସହାୟତା କରିବା ପାଇଁ ଶିଶୁବାଟିକା ମାନଙ୍କରେ ଶିଶୁସେବିକା ମାନଙ୍କର ଆବଶ୍ୟକତା ରହିଛି ।

ନିଷ୍ପତ୍ତି ଅନୁଯାୟୀ, ସରକାରୀ ବିଦ୍ୟାଳୟରେ ନିଯୁକ୍ତ ପାଚିକାମାନଙ୍କ ଯେଉଁ ହାରରେ ଦରମା ଦିଆଯାଉଛି, ଶିଶୁ ସେବିକାମାନଙ୍କୁ ସେହି ହାରରେ ଦରମା ଦିଆଯିବ। ସମଗ୍ର ଶିକ୍ଷାର ବଜେଟରୁ ଏହି ଅର୍ଥ ପ୍ରଦାନ କରାଯିବ ।

ଶିଶୁ ସେବିକା ମାନଙ୍କ ଦାୟିତ୍ୱ

• ପିଲାମାନେ ଯେପରି ଇଆଡ଼େ ସେଆଡେ ବୁଲିବେ ନାହିଁ, ଶ୍ରେଣୀଗୃହ ଭିତରେ ସୁରକ୍ଷିତ ଭାବେ ରହିବେ, ତା’ଉପରେ ନଜର ରଖିବେ

• ପିଲାଙ୍କ ହାତଧୂଆ, ଖାଇବା, ଟଏଲେଟ ଯିବା ଏବଂ ଶ୍ରେଣୀଗୃହରେ ବସିବା ଆଦି କାର୍ଯ୍ୟରେ ସହାୟତା କରିବା

• ପିଲା କାନ୍ଦିଲେ କିମ୍ୱା ଅଝଟ ହେଲେ ସେମାନଙ୍କୁ ବୁଝେଇ ସୁଝେଇ ଶାନ୍ତ କରିବା

• ପିଲାଙ୍କୁ ବହି, ଖେଳନା ଆଦି ବିଭିନ୍ନ ଶିକ୍ଷା ସହାୟକ ଜିନିଷ ଯୋଗାଇ ଦେବା

• ପିଲା ଯଦି ବାହାରକୁ ଯିବେ କିମ୍ୱା ଟଏଲେଟକୁ ଯିିବେ, ତେବେ ସେବିକାମାନେ ପିଲାଙ୍କ ସହିତ ରହି ସେମାନଙ୍କୁ ସାହାଯ୍ୟ କରିବେ

• ପିଲା ଯଦି କୌଣସି କାରଣରୁ ଅସୁସ୍ଥ ଥିବ, ମନଦୁଃଖରେ ଥିବ କିମ୍ୱା ଅବୁଝା ହେଉଥିବ ତେବେ ସେ ବିଷୟରେ ଶିକ୍ଷକଙ୍କୁ ଜଣାଇବା

• ପ୍ରତ୍ୟେକ ପିଲାଙ୍କ ଦିନ କେମିତି କଟିଲା ସେ ସମ୍ପର୍କରେ ଗୋଟିଏ ଛୋଟ ନୋଟ ପ୍ରସ୍ତୁତ କରିବା

କୌଣସି ପରିସ୍ଥିତିରେ ଶିଶୁ ସେବିକା ମାନେ ପିଲାଙ୍କ ପାଠପଢ଼ା ଦାୟିତ୍ୱ ନେବେ ନାହିଁ, ପିଲାମାନଙ୍କୁ ଗାଳି କିମ୍ୱା ଦଣ୍ଡ ଦେଇ ପାରିବେନାହିଁ । ପିଲା ଅସୁସ୍ଥ ଥିଲେ ଶିକ୍ଷକଙ୍କୁ ଜଣାଇବେ, କିନ୍ତୁ ଔଷଧ ଦେବା ବା କୌଣସି ଚିକିତ୍ସା କରିପାରିବେ ନାହିଁ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଶିଶୁ ବାଟିକା
Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଚୁକ୍ତିଭିତ୍ତିକ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କୁ କଲେ ନିୟମିତ

March 20, 2026
Latest News

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଚୁକ୍ତିଭିତ୍ତିକ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କୁ କଲେ ନିୟମିତ

March 20, 2026

ମମତା ବାନାର୍ଜୀ ଜାରି କଲେ ଇସ୍ତାହାର: ମହିଳାମାନଙ୍କୁ ମାସିକ ୧୫୦୦, ବେକାରଙ୍କ ପାଇଁ ପକେଟ ଖର୍ଚ୍ଚ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.