Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବଦଳିଲେ ପୁରୀ ଜିଲ୍ଲାପାଳ ଏବଂ ଏସପି, ଡିସିପି ଶ୍ରୀ ବିଷ୍ଣୁ ପତି ଏବଂ କମାଣ୍ଡାଣ୍ଟ ଅଜୟ ପାଢ଼ୀ ନିଲମ୍ବିତ
ବିଶେଷ ଖବର

ବଦଳିଲେ ପୁରୀ ଜିଲ୍ଲାପାଳ ଏବଂ ଏସପି, ଡିସିପି ଶ୍ରୀ ବିଷ୍ଣୁ ପତି ଏବଂ କମାଣ୍ଡାଣ୍ଟ ଅଜୟ ପାଢ଼ୀ ନିଲମ୍ବିତ

June 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଦଳିଲେ ପୁରୀ ଜିଲ୍ଲାପାଳ ଏବଂ ଏସପି, ଡିସିପି ଶ୍ରୀ ବିଷ୍ଣୁ ପତି ଏବଂ କମାଣ୍ଡାଣ୍ଟ ଅଜୟ ପାଢ଼ୀ ନିଲମ୍ବିତ

ଭୁବନେଶ୍ବର: ପୁରୀରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ବିଶ୍ଵ ପ୍ରସିଦ୍ଧ। ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ ଉତ୍କଣ୍ଠାର ସହ ଆସିଥାନ୍ତି।
ସେହି ଉତ୍କଣ୍ଠା ଜନିତ ବ୍ୟଗ୍ରତା ଓ ଭିଡ କାରଣରୁ ତିନି ଜଣ ଶ୍ରଦ୍ଧାଳୁଙ୍କ ପରଲୋକ ଘଟିଛି।

ଏ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି।

ପରଲୋକଗତ ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି।

ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ।

ଏହା ସହିତ ପୁରୀ ଜିଲ୍ଲାପାଳ ଓ ଏସ.ପି ଙ୍କୁ ମଧ୍ୟ ବଦଳି କରାଯାଇଛି। ନୂତନ ଜିଲ୍ଲାପାଳ ଭାବେ ଶ୍ରୀ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ. ପି ଭାବେ ଶ୍ରୀ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆ ଯାଇଛି।

ଏହା ସହିତ DCP ଶ୍ରୀ ବିଷ୍ଣୁ ପତି ଓ କମାଣ୍ଡାନ୍ଟ ଶ୍ରୀ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ପୁରୀ ରଥଯାତ୍ରା ବଦଳିଲେ ପୁରୀ ଜିଲ୍ଲାପାଳ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025

ସିପି ରାଧାକୃଷ୍ଣନ୍ ହେଲେ ଦେଶର ନୂତନ ଉପରାଷ୍ଟ୍ରପତି, ଜାଣନ୍ତୁ କେତେ ମିଳିଲା ଭୋଟ?

September 9, 2025
Latest News

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.