Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ମୃତ୍ୟୁ କିମ୍ବା ଅକ୍ଷମତା କ୍ଷେତ୍ରରେ ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ଅନୁକମ୍ପାମୂଳକ ସହାୟତା
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ମୃତ୍ୟୁ କିମ୍ବା ଅକ୍ଷମତା କ୍ଷେତ୍ରରେ ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ଅନୁକମ୍ପାମୂଳକ ସହାୟତା

July 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
MohanMajhi
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ମୃତ୍ୟୁ କିମ୍ବା ଅକ୍ଷମତା କ୍ଷେତ୍ରରେ ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ଅନୁକମ୍ପାମୂଳକ ସହାୟତା

ଭୁବନେଶ୍ବର:  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ ୱାର୍ଡ ମେମ୍ବରଙ୍କଠୁ ଆରମ୍ଭ କରି ଜିଲ୍ଲା ପରିଷଦ ସଭାପତିଙ୍କ ପର୍ଯ୍ୟନ୍ତ ସମସ୍ତେ ଏଥିରେ ଅନ୍ତର୍ଭୁକ୍ତ ହେବେ। ପଞ୍ଚାୟତ ପ୍ରତିନିଧି ମାନଙ୍କ କାର୍ଯ୍ୟଅବଧି ସମୟରେ କୌଣସି କାରଣରୁ ମୃତ୍ୟୁ ଘଟିଲେ ତାଙ୍କର ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଅନୁ କମ୍ପା ମୂଳକ ସହାୟତା ରାଶି ପ୍ରଦାନ କରାଯିବ।

ସେହିଭଳି ଉଭୟ ଆଖି, ହାତ କିମ୍ବା ଗୋଡ ନଷ୍ଟ ହେଲେ ସମ୍ପୃକ୍ତ ପଞ୍ଚାୟତ ପ୍ରତିନିଧିଙ୍କୁ ୨ ଲକ୍ଷ ଟଙ୍କା ଏବଂ ଯଦି ଗୋଟିଏ ଆଖି କିମ୍ବା ଗୋଟିଏ ହାତ କିମ୍ବା ଗୋଡ ନଷ୍ଟ ହୁଏ ତେବେ ତାଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ।

ସାମ୍ବିଧାନିକ ବ୍ୟବସ୍ଥାରେ ପଞ୍ଚାୟତ ପ୍ରତିନିଧି ମାନେ ହେଉଛନ୍ତି ତୃଣମୂଳ ସ୍ତରରେ ନିର୍ବାଚିତ ପ୍ରତିନିଧି। ସେମାନେ ସିଧାସଳଖ ଲୋକଙ୍କ ସହ ଯୋଡିହୋଇ ରହିଥାନ୍ତି। ଲୋକଙ୍କ ସୁବିଧା ଅସୁବିଧାରେ ସେମାନଙ୍କୁ ସହାୟତା କରନ୍ତି। ଗ୍ରାମାଞ୍ଚଳ ବିକାଶରେ ସେମାନଙ୍କର ମହତ୍ୱପୂର୍ଣ୍ଣ ଅବଦାନ ରହିଥାଏ।

କିନ୍ତୁ, ସେମାନଙ୍କ କ୍ଷେତ୍ରରେ କୌଣସି ଦୁର୍ଘଟଣା ଘଟିଲେ ସେମାନେ ବହୁତ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ସହାୟତା ରାଶି ପ୍ରଦାନ ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

BJP Ads
MohanMajhi ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
Share. Facebook Twitter LinkedIn Email WhatsApp Copy Link

Related Posts

ବେଙ୍ଗାଲୁରୁକୁ ସ୍ୱତନ୍ତ୍ର ଟ୍ରେନ୍ ସେବା: ଯାତ୍ରୀଙ୍କ ଆବଶ୍ୟକତା ଅନୁଯାୟୀ ପୂର୍ବତଟ ରେଳପଥର ବିଶେଷ ବ୍ୟବସ୍ଥା

November 4, 2025

ଭୁବନେଶ୍ୱରଠାରେ କୃଷି କ୍ଷେତ୍ରର ବିଭିନ୍ନ ପକ୍ଷଙ୍କୁ ନେଇ ୩ ଦିନିଆ ପରାମର୍ଶ କର୍ମଶାଳା ଆରମ୍ଭ

November 4, 2025

NDA ନା ମହାଗଠବନ୍ଧନ, ଏଥର ବିହାରରେ କିଏ ଗଠନ କରିବ ସରକାର?: ଜାଣନ୍ତୁ ପ୍ରତ୍ୟେକ ଦଳର ସ୍ଥିତି

November 4, 2025

ଭାରତ ଏବଂ ଇସ୍ରାଏଲର ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ପ୍ରତିନିଧିସ୍ତରୀୟ ଆଲୋଚନା

November 4, 2025
BJP Ads
Latest News

ବୁଧବାର ରାଶିଫଳ: ଆଜି ଏହି ରାଶିର ଲୋକ ଆନନ୍ଦରେ ବିତାଇବେ ଦିନ

November 5, 2025

କାର୍ତ୍ତିକ ପୂର୍ଣ୍ଣିମା ସ୍ନାନ ବେଳେ କରନ୍ତୁ ଏହି ଛୋଟିଆ କାମ, ମିଳିବ ସଫଳତା

November 5, 2025

ସୁପ୍ରିମକୋର୍ଟ ପରେ ଆନ୍ତର୍ଜାତୀୟ ବନ୍ୟପ୍ରାଣୀ ବ୍ୟାପାର ସନ୍ଧି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍

November 4, 2025

ସଚିନଙ୍କ ନାମରେ ପୁରୁଷ କ୍ରିକେଟରେ ସର୍ବାଧିକ ରନ କରିବାର ରେକର୍ଡ: ଜାଣନ୍ତୁ ମହିଳା କ୍ରିକେଟରେ କିଏ?

November 4, 2025

ମରାମତି ସୂଚକାଙ୍କ ମାଧ୍ୟମରେ ଉପଭୋକ୍ତାଙ୍କୁ ସଶକ୍ତ କରିବା ପାଇଁ ଲୋଗୋ ଡିଜାଇନ୍ ପ୍ରତିଯୋଗିତା ଶୁଭାରମ୍ଭ

November 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.